Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ବରରେ ଆଦିବାସୀ ମେଳା: ପ୍ରବଳ ଖରା ସତ୍ବେ ବଢୁଛି ଲୋକଙ୍କ ଆଗ୍ରହ
ବିଶେଷ ଖବର

ଭୁବନେଶ୍ବରରେ ଆଦିବାସୀ ମେଳା: ପ୍ରବଳ ଖରା ସତ୍ବେ ବଢୁଛି ଲୋକଙ୍କ ଆଗ୍ରହ

April 26, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ଆଦିବାସୀ ମେଳା: ପ୍ରବଳ ଖରା ସତ୍ବେ ବଢୁଛି ଲୋକଙ୍କ ଆଗ୍ରହ

ଭୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଅପ୍ରେଲ ୨୩ ତାରିଖଠାରୁ ସ୍ଥାନୀୟ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଆଦିବାସୀ ମେଳା ଓ ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ଆରମ୍ଭ ହୋଇଛି। ଚଳିତ ବର୍ଷ ଏହି ମେଳାରେ ସମୁଦାୟ ୧୮୭ଟି ଷ୍ଟଲ ନିର୍ମାଣ କରାଯାଇଛି।

ଆଦିବାସୀ ହାଟରେ ୧୦୪ଟି ଷ୍ଟଲ ରହିଛି। ଜାତୀୟ ଜନଜାତି ଚିତ୍ରକଳା ଓ କଳାସାମଗ୍ରୀ, ହସ୍ତଶିଳ୍ପ ସାମଗ୍ରୀ ବିକ୍ରୟ ପାଇଁ ସ୍ୱତନ୍ତ୍ର ୮୪ଟି ଷ୍ଟଲ କରାଯାଇଛି । ଏଥିରେ ଓଡ଼ିଶା ସମେତ ୧୮ଟି ରାଜ୍ୟର ଜନଜାତି କାରିଗରମାନେ ତାଙ୍କ କଳାସାମଗ୍ରୀ ପ୍ରଦର୍ଶନ ଓ ବିକ୍ରୟ କରୁଛନ୍ତି। ଅନ୍ୟାନ୍ୟ ଷ୍ଟଲ ମଧ୍ୟରେ ମିଶନ ଶକ୍ତିର ୨୧ଟି, ଓର୍‌ମାସ୍‌ର ୧୫ଟି, ଟିଡିସିସିର ଦୁଇଟି ଷ୍ଟଲରେ ଜନଜାତି ସାମଗ୍ରୀ ବିକ୍ରୟ ହେଉଛି।

ଆଜି ଆଦିବାସୀ ମେଳାରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ସୁବ୍ରତ ବାଗ୍‌ଚୀ ଏବଂ ‘ମୋ ସ୍କୁଲ ଅଭିଯାନ’ର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ ମେଳା ବୁଲିବା ସହିତ ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ଓ ଆଦିବାସୀ ମେଳାକୁ ଭୂୟସୀ ପ୍ରଶଂସା କରିଥିଲେ।
ଜନଜାତି କଳାସାମଗ୍ରୀ ପ୍ରଦର୍ଶନୀର ଏକ କୋଣରେ ୬ଟି ଷ୍ଟଲ ମାଧ୍ୟମରେ ଓଡ଼ିଶା ଖଣିଜ ପ୍ରଧାନ ଅଞ୍ଚଳ ବିକାଶ କର୍ପୋରେସନ୍‌ ଦ୍ୱାରା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଅଞ୍ଚଳର ବିସ୍ଥାପିତ ଭୂମିହୀନ ଜନଜାତିଙ୍କ ପାରମ୍ପରିକ ଜ୍ଞାନକୌଶଳକୁ ପ୍ରଦର୍ଶିତ କରାଯାଇଛି।

ସେମାନଙ୍କର ଜ୍ଞାନକୌଶଳକୁ ଆଧାର କରି କିପରି ଜୀବିକା ନିର୍ବାହ କରିପାରିବେ ସେଥିପାଇଁ ଏହି ପଦକ୍ଷେପ ନିଆଯାଇଛି। ଏହି ଉପକ୍ରମ ମାଧ୍ୟମରେ ସବାଇ ଘାସ, ଢୋକରା, ପଥର କାମ, ଟେରାକୋଟା, ଧାନ କାରୁକଳା, ଖଜୁରୀପତ୍ରର ଆସବାବପତ୍ର, ବାଉଁଶ କାରିଗରୀ, ଲାଖଶିଳ୍ପ ଚିତ୍ରକଳା, ଆଭୂଷଣ ଇତ୍ୟାଦି ୧୬ଟି ପ୍ରଭାଗରେ ତରୁଣ ଶିଳ୍ପୀମାନଙ୍କୁ ଦକ୍ଷତା ବିକାଶ ପାଇଁ ପଦକ୍ଷେପ ନିଆଯାଇଛି । ମେଳାରେ ପ୍ରଦର୍ଶିତ ୬ଟି ଷ୍ଟଲରେ ସେମାନଙ୍କର କଳାକୃତି ସ୍ଥାନୀତ ହୋଇଛି। ତରୁଣ କାରିଗରମାନେ ଏହା ଦ୍ୱାରା ସ୍ୱାବଲମ୍ବୀ ହୋଇପାରିଛନ୍ତି।

ତୃତୀୟ ଦିନ ସନ୍ଧ୍ୟାରେ ଆଦିବାସୀ ମେଳାର ମୁଖ୍ୟ ମଞ୍ଚରେ ସୁଦୂର ମାଲକାନଗିରିର କୋୟାମାନଙ୍କର ‘ତେନ୍ଦୁଲୁପାଟା’ ନୃତ୍ୟ, ଚୈତ୍ରମାସର ‘ବିହନବୁଣା’ ନୃତ୍ୟ ପରିବେଷିତ ହୋଇଥିଲା । ସେହିପରି କୋରାପୁଟର ଗଦବାମାନଙ୍କର ଢେମ୍‌ସା ନୃତ୍ୟ, ଲାଞ୍ଜିଆ ସଉରାମାନଙ୍କର ‘ବେଣ୍ଟ ପରବ’ ନୃତ୍ୟ ପରିବେଷିତ ହୋଇଥିଲା । ପ୍ରଥମ ଥର ପାଇଁ ମାଲକାନଗିରିରୁ ଆସିଥିବା ଭୂମିଆମାନଙ୍କର ‘ଢେମ୍‌ସା’ ନୃତ୍ୟ ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲା ।

ଆଦିବାସୀ ମେଳା ସୁବ୍ରତ ବାଗ୍‌ଚୀ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026
Latest News

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.