Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତା ଶିକ୍ଷାବର୍ଷରୁ ଆରମ୍ଭ ହେବ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟରେ ପାଠପଢା, କ୍ରୀଡାମନ୍ତ୍ରୀ
ବିଶେଷ ଖବର

ଆସନ୍ତା ଶିକ୍ଷାବର୍ଷରୁ ଆରମ୍ଭ ହେବ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟରେ ପାଠପଢା, କ୍ରୀଡାମନ୍ତ୍ରୀ

April 26, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆସନ୍ତା ଶିକ୍ଷାବର୍ଷରୁ ଆରମ୍ଭ ହେବ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟରେ ପାଠପଢା, କ୍ରୀଡାମନ୍ତ୍ରୀ

ଭୁବନେଶ୍ୱର: ଇଲେକେଫ୍ରାନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଆଜି ତମାଣ୍ଡୋସ୍ଥିତ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟର ନୂତନ କୋଠା ପରିଦର୍ଶନ କରିଛନ୍ତି। ଆଜି ପୂର୍ବାହ୍ନରେ ମନ୍ତ୍ରୀ ଶ୍ରୀ ବେହେରା ମହାବିଦ୍ୟାଳୟର ନୂତନ କୋଠାର ଏକାଡେମୀ ବ୍ଲକ, ପୁରୁଷ ଓ ମହିଳା ହଷ୍ଟେଲ ନିର୍ମାଣ ଏବଂ ବିଭିନ୍ନ ଆନୁସଙ୍ଗିକ କାର୍ଯ୍ୟସ୍ଥଳ ବୁଲି ଦେଖିବା ସହ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲ।

ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସରକାର ସବୁବେଳେ କ୍ରୀଡ଼ା ଓ କ୍ରୀଡ଼ାବିତଙ୍କୁ ପ୍ରାଧାନ୍ୟ ଦେଇଆସୁଛି। ବିଦ୍ୟାଳୟସ୍ତରରେ ଭଲ କ୍ରୀଡ଼ାବିତ୍‌ ସୃଷ୍ଟି ନିମନ୍ତେ ପିଇଟି ଶିକ୍ଷକ ନିଯୁକ୍ତି ଉପରେ ସରକାର ବେଶ ଗୁରୁତ୍ୱ ଦେଉଛନ୍ତି। କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପରିଚାଳିତ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ପିଇଟି ଶିକ୍ଷକ ସୃଷ୍ଟି କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଏଠାରୁ ଶିକ୍ଷାଗ୍ରହଣ କରି ଅନେକ ବିଭିନ୍ନ ଶିକ୍ଷନୁଷ୍ଠାନମାନଙ୍କରେ ପିଇଟି ଶିକ୍ଷକ ଭାବେ କାର୍ଯ୍ୟ କରି ଆସୁଛନ୍ତି। ତେଣୁ ଓଡ଼ିଶାକୁ ଏକ କ୍ରୀଡ଼ା ହବ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଯେଉଁ ସ୍ୱପ୍ନ ରହିଛି, ତାହାର ସଫଳ ରୂପାୟନ ନେଇ ଆମ ସମସ୍ତଙ୍କୁ ଆଗଭର ହୋଇ କାର୍ଯ୍ୟ କରିବାକୁ ପଡିବ ବୋଲି ମନ୍ତ୍ରୀ ଉପସ୍ଥିତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ଶାରୀରିକ ଶିକ୍ଷାବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟ ରଖି ତମାଣ୍ଡୋ ଠାରେ ଉନ୍ନତ ଭିତ୍ତିଭୂମି ଥାଇ ମହାବିଦ୍ୟାଳୟ ନିର୍ମାଣ ଦ୍ରୁତ ଗତିରେ ଆଗେଇ ଚାଲିଛି। ଜମି ଚିହ୍ନଟ ଠାରୁ ଆରମ୍ଭ କରି ଆଜି ପର୍ଯ୍ୟନ୍ତ କ୍ରୀଡ଼ାମନ୍ତ୍ରୀ ଶ୍ରୀ ବେହେରା ଅନେକ ବାର ଗସ୍ତ କରି ନିର୍ମାଣ କାର୍ଯ୍ୟକୁ ତଦାରଖ କରିବା ସହ ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିଛନ୍ତି।

ନୂତନ ମହାବିଦ୍ୟାଳୟର କୋଠା ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ଥିବାବେଳେ ବାକିଥିବା କାର୍ଯ୍ୟ ଶୀଘ୍ର ସମାପ୍ତ କରିବା ଉପରେ ମନ୍ତ୍ରୀ ଠିକା ସଂସ୍ଥା ତଥା ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ। ଫଳରେ ଆସନ୍ତା ଶିକ୍ଷା ବର୍ଷରୁ ନୂତନ କୋଠାରେ ପାଠପଢା ଆରମ୍ଭ ନେଇ ଯେଉଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି ତାହା ପୂରଣ ହୋଇପାରିବ। ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ କ୍ରୀଡ଼ା ଓ ଯୁବସେବା ବିଭାଗ, ପୂର୍ତ୍ତ ଏବଂ ନିର୍ମାଣ ଦାୟିତ୍ୱ ନେଇଥିବା ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ଥିଲେ।

ତୁଷାରକାନ୍ତି ବେହେରା ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026

ଆଜି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା: ଜାଣନ୍ତୁ କେଉଁ ସମୟରେ ଆରମ୍ଭ ହେବ ରଥଟଣା?

March 26, 2026

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026
Latest News

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026

ଆଜି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା: ଜାଣନ୍ତୁ କେଉଁ ସମୟରେ ଆରମ୍ଭ ହେବ ରଥଟଣା?

March 26, 2026

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.