Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସଙ୍କ ସ୍ମୃତି ପୁରସ୍କାର ରାଶି ପରିମାଣ ବଢିଲା, ନିମୟରେ ହେଲା ପରିବର୍ତ୍ତନ
ବିଶେଷ ଖବର

ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସଙ୍କ ସ୍ମୃତି ପୁରସ୍କାର ରାଶି ପରିମାଣ ବଢିଲା, ନିମୟରେ ହେଲା ପରିବର୍ତ୍ତନ

April 26, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସଙ୍କ ସ୍ମୃତି ପୁରସ୍କାର ରାଶି ପରିମାଣ ବଢିଲା, ନିମୟରେ ହେଲା ପରିବର୍ତ୍ତନ

ଭୁବନେଶ୍ବର: ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ୨୦୨୧ ମଇ ମାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ ଏବଂ ଏହାର ନିୟମାବଳୀ ମଧ୍ୟ ପ୍ରକାଶିତ ହୋଇଥିଲା । ତେବେ ବିଭିନ୍ନ ସ୍ତରରେ ସାହିତ୍ୟିକ ଓ ବିଶିଷ୍ଟ ବ୍ୟକ୍ତିଙ୍କର ମତାମତ ସଂଗ୍ରହ କରାଯାଇ ଏହି ପୁରସ୍କାରରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି।

ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡିଆ ସାହିତ୍ୟିକ ମାନଙ୍କୁ ଆନ୍ତର୍ଜାତୀୟ ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଥିଲା। ନୂତନ ନିଷ୍ପତ୍ତି ଅନୁଯାୟୀ ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଭାରତୀୟ ସାହିତ୍ୟିକ ମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ।

ସେହିପରି ଯୁବପୀଢି ମଧ୍ୟରେ ଉଭୟ ଇଂରାଜୀ ଓ ଓଡିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ‘ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ଏଥିନିମନ୍ତେ ଉଭୟ ଓଡ଼ିଆ ଓ ଇରାଜୀ ଭାଷା ରେ ଗୋଟିଏ ଗୋଟିଏ ପୁରସ୍କାର ପ୍ରଦାନ କରାଯିବ ଓ ପୁରସ୍କାର ବାବଦରେ ଏକ ଲଷ ଟଙ୍କା ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

ନୂତନ ନିଷ୍ପତ୍ତି ଅନୁଯାୟୀ ଉଭୟ ଇଂରାଜୀ ଓ ଓଡିଆରେ ଗଳ୍ପ ବିଭାଗରେ ରାଜ୍ୟସ୍ତରରେ ପ୍ରଥମ ବିବେଚିତ ଛାତ୍ରଛାତ୍ରୀ ମାନଙ୍କୁ ୩୦ ହଜାର ଟଙ୍କା, ଦ୍ବିତୀୟ ବିବେଚିତ ଛାତ୍ରଛାତ୍ରୀ ମାନଙ୍କୁ ୨୦ ହଜାର ଟଙ୍କା ଏବଂ ତୃତୀୟ ବିବେଚିତ ଛାତ୍ରଛାତ୍ରୀମାନଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ପୁରସ୍କାର ଦିଆଯିବା ସହ ମନୋଜ ଦାସଙ୍କ ପୁସ୍ତକ, ତୈଳଚିତ୍ର, ଅଙ୍ଗବସ୍ତ୍ର ଓ ତାମ୍ରଫଳକ ପ୍ରଦାନ କରାଯିବ। ପ୍ରଥମ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ଜଣଙ୍କୁ, ଦ୍ବିତୀୟ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ଦୁଇ ଜଣଙ୍କୁ ଓ ତୃତୀୟ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ତିନି ଜଣଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ଏଥିନିମନ୍ତେ ପ୍ରତିବର୍ଷ ୨ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ।

ସେହିପରି ମନୋଜ ଦାସଙ୍କ ପରିବାର ସଦସ୍ୟ ମାନଙ୍କ ପ୍ରସ୍ତାବ କ୍ରମେ ରାଜ୍ୟ ସରକାର ତାଙ୍କର ଜନ୍ମସ୍ଥାନ ବାଲେଶ୍ବର ଜିଲ୍ଲା ଶଂଖାରୀ ଗ୍ରାମରେ ଥିବା ତାଙ୍କର ପୈତୃକ ବାସଭବନକୁ ହାତକୁ ନେବେ ଏବଂ ତାହାକୁ ପ୍ରଥିତଯଶା ଭାତୃଦ୍ବୟ ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସ, ଏହି ଦୁଇ ଭାଇଙ୍କ ନାମରେ ‘ମନ୍ମଥ-ମନୋଜ ସ୍ମାରକୀ’ ଭାବରେ ଘୋଷଣା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ସେଠାରେ ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ବାରା ଇତିହାସ ଓ ସାହିତ୍ୟ ଉପରେ ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ ଓ ବାସଭବନ ପରିସରରେ ଥିବା ମନ୍ଦିରର ସଂରକ୍ଷଣ ମଧ୍ୟ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

ଏଥିପାଇଁ ତାଙ୍କ ପରିବାର ତରଫରୁ ଆବଶ୍ୟକ ପୈତୃକ ଜମି ଓ ଘର ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି। ଏହି ପ୍ରକ୍ରିୟାକୁ ତ୍ବରାନ୍ବିତ କରି ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମନୋଜ ଦାସ ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.