Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ: ଜଳସଂପଦ ବିଭାଗର ରୂପାନ୍ତର ଉପକ୍ରମ ଉପରେ ଉପସ୍ଥାପନା
ବିଶେଷ ଖବର

ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ: ଜଳସଂପଦ ବିଭାଗର ରୂପାନ୍ତର ଉପକ୍ରମ ଉପରେ ଉପସ୍ଥାପନା

April 26, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜିର ବୈଠକରେ ଜଳସଂପଦ ବିଭାଗ ପକ୍ଷରୁ ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ବିଭାଗର Transformational Initiative ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ।

ଏହି ଉପସ୍ଥାପନା ଅନୁଯାୟୀ ୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି। ଏଥିମଧ୍ୟରୁ ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ ୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏହିସବୁ ପ୍ରକଳ୍ପରେ ପ୍ରଯୁକ୍ତି ବିଦ୍ୟା, ଟିମ୍‌ ୱାର୍କ, ଦାୟିତ୍ବବାନ ପୁନର୍ବାସ ନୀତି, ଶ୍ରମିକ କଲ୍ୟାଣ ଆଦିର ସଫଳ ପ୍ରୟୋଗ କରାଯାଇଛି। ଏହାଦ୍ବାରା ଓଡିଶାର ଜଳସଂପଦ କ୍ଷେତ୍ରରେ ଏକ ରୂପାନ୍ତର ଆସିପାରିବ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଜଳସେଚନ ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା କ୍ଷେତ୍ରରେ ୫-ଟି କାର୍ଯ୍ୟକ୍ରମର ସଫଳ ପ୍ରୟୋଗ କରି ବହୁ ଦିନର ପ୍ରକଳ୍ପ ଗୁଡିକୁ ସଂପୂର୍ଣ୍ଣ କରିବା ପାଇଁ ପଦକ୍ଷେପ ନେଇଥିବାରୁ ଜଳସଂପଦ ବିଭାଗ ର ପ୍ରଶଂସା କରିଥିଲେ ଏବଂ ବିଭାଗୀୟ ଇଞ୍ଜିନିଅରମାନଙ୍କୁ ଧନ୍ୟବାଦ ଜଣାଇଥିଲେ .ଅନ୍ୟସବୁ ବିଭାଗ ଏହିପରି ଅଭିନବ ପ୍ରୟୋଗରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବଲାଂଗୀର, କେନ୍ଦୁଝର ଓ ମୟୁରଭଂଜ ଆଦି ଜିଲ୍ଲାର ଜିଲ୍ଲାପାଳ ମାନେ ସେଠାରେ ଚାଲିଥିବା ଜଳସେଚନ ପ୍ରକଳ୍ପ ଗୁଡିକରେ ବିସ୍ଥାପନ ପ୍ରକ୍ରିୟାକୁ କିପରି ତ୍ବରାନ୍ବି କରାଯାଇଛି, ସେ ସଂପର୍କରେ ସୂଚନା ଦେଇଥିଲେ। ଆଲୋଚନା ପର୍ଯ୍ୟାଲୋଚନା, ସମ୍ବେଦନଶୀଳ ବ୍ୟବସ୍ଥା ଓ ଲୋକଙ୍କ ଭିତରେ ଭରସା ସୃଷ୍ଟି ଜରିଆରେ ବିସ୍ଥାପନ ପ୍ରକ୍ରିୟା ତ୍ବରାନ୍ବିତ ହୋଇପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

ଏହି ଉପସ୍ଥାପନରେ ଦେଓ ପ୍ରକଳ୍ପ, ଲୋୟର ସୁକତେଲ ପ୍ରକଳ୍ପ, ସୁବର୍ଣ୍ଣରେଖା, କାନୁପୁର, ଛେଳିଗଡ, ରେଙ୍ଗାଲି ଦକ୍ଷିଣ କେନାଲ, ରେଙ୍ଗାଲି ବାମ କେନାଲ ଏବଂ ଆହୁରି ଅନେକ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ସୂଚନା ଦିଆଯାଇଥିଲା। ପ୍ରଯୁକ୍ତି ବିଦ୍ୟାର ବ୍ୟାପକ ପ୍ରୟୋଗ ଯଥା – ଭୂତଳ ପାଇପ ଲାଇନ ବ୍ୟବସ୍ଥାର ପ୍ରୟୋଗ, Geo Synthetic Mattress Lining, ସ୍କାଡା, ସ୍ବୟଂକ୍ରିୟ ଜଳପରିଚାଳନା ଆଦି ବିଭିନ୍ନ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ ସଂପର୍କରେ ସୂଚନା ଦିଆଯାଇଥିଲା। ଇଂଜିନିୟରିଂ ଜ୍ଞାନକୌଶଳ ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ସର୍ବନିମ୍ନ ସ୍ତର ପର୍ଯ୍ୟନ୍ତ ତୁରନ୍ତ ନିଷ୍ପତ୍ତି ଓ ଟିମ୍‌ ୱାର୍କ, ଦାୟିତ୍ବବାନ ପୁନର୍ବାସ, ସମ୍ବେଦନଶୀଳ ଯୋଗାଯୋଗ ସଂପର୍କରେ ଉପସ୍ଥାପନା ରଖାଯାଇଥିଲା।

ପ୍ରାରମ୍ଭିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଲେ ଯେ, ମୁଖ୍ୟମନ୍ତ୍ରୀ ସାଧାରଣ ଜୀବନରେ ସବୁବେଳେ ସ୍ବଚ୍ଛତା ଉପରେ ଗୁରୁତ୍ବ ଦେଇଆସିଛନ୍ତି। ସ୍ବଚ୍ଛତାର ସହ ବିଭିନ୍ନ ଅଭିନବ ଉପାୟରେ ରାଜ୍ୟର ବିକାଶ ପାଇଁ ପଦକ୍ଷେପ ନେଲେ, ମୁଖ୍ୟମନ୍ତ୍ରୀ ସବୁବେଳେ ତାଙ୍କର ସହଯୋଗ ଓ ସହାୟତା ଯୋଗାଇବାକୁ ପ୍ରସ୍ତୁତ ବୋଲି ସେ କହିଥିଲେ।

ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପଗୁଡିକ ଯେଭଳି ଭାବରେ ଅଗ୍ରଗତି କରୁଛି, ଆଗାମୀ ୨-୩ ବର୍ଷ ମଧ୍ୟରେ ଏହା ଏକ ଶସ୍ୟଶ୍ୟାମଳା ଜିଲ୍ଲା ଭାବରେ ପ୍ରସିଦ୍ଧି ଅର୍ଜନ କରିବ ବୋଲି ସେ କହିଥିଲେ।

ଯାଜପୁର ଜିଲ୍ଲାରେ ୫-ଟି ସ୍କୁଲ ରୂପାନ୍ତରର ସହଯୋଗ ନେଇ ସ୍କୁଲ ଗୁଡିକରେ ମିଶନ ଶକ୍ତିର ମହିଳା ମାନଙ୍କୁ ଅଭିନବ ଉପାୟରେ କଂପ୍ୟୁଟର ଶିକ୍ଷା ପ୍ରଦାନ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା। ଏହାଦ୍ବାରା ମିଶନ ଶକ୍ତିର ମହିଳା ମାନେ ଡିଜିଟାଲ ଶିକ୍ଷା ପାଇପାରୁଛନ୍ତି । ବୈଠକରେ ଏହି ଅଭିନବ କାର୍ଯ୍ୟକ୍ରମର ପ୍ରଶଂସା କରାଯାଇଥିଲା।

ବୈଠକରେ ଅର୍ଥମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ, ନଗର ଉନ୍ନୟନ ଓ ଗୃହନିର୍ମାଣ ମନ୍ତ୍ରୀ, ଶକ୍ତି ମନ୍ତ୍ରୀ, ଜଳସଂପଦ ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ।

ଜଳସଂପଦ ବିଭାଗ ନବୀନ ପଟ୍ଟନାୟକ ପ୍ରଥମ ବୈଠକ ରୂପାନ୍ତର ଶୃଙ୍ଖଳା
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026
Latest News

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.