Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୀଳମାଧବ ପୀଠର ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଖର୍ଚ୍ଚହେବ ୧୦୦ କୋଟି, ୧୮ ମାସରେ ଶେଷ ହେବ କାମ
ବିଶେଷ ଖବର

ନୀଳମାଧବ ପୀଠର ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଖର୍ଚ୍ଚହେବ ୧୦୦ କୋଟି, ୧୮ ମାସରେ ଶେଷ ହେବ କାମ

April 27, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି। ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ। ସମ୍ୱନ୍ୱିତ ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନା ରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ।

ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହଯୋଗ କାମନା କରିଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ।

ଜଗନ୍ନାଥ ସଂସ୍କୃତି ସହ ନୀଳମାଧବ ପୀଠର ନିବିଡ ସଂପର୍କ ରହିଛି। ବିଶ୍ବାସ କରାଯାଏ ଯେ ନୀଳମାଧବ ପୀଠ ବ୍ରହ୍ମାଦ୍ରୀ ପର୍ବତରେ ମହାପ୍ରଭୁ ନୀଳମଣି ଭାବରେ ଶବର ରାଜା ବିଶ୍ବାବସୁଙ୍କ ଦ୍ବାରା ପୂଜା ପାଉଥିଲେ। ମହାପ୍ରଭୁଙ୍କ ଏହି ଆଦିରୂପକୁ ଦର୍ଶନ କରିବା ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ନୀଳମାଧବ ପୀଠକୁ ଆସିଥାନ୍ତି। ବ୍ରହ୍ମାଦ୍ରୀ ପର୍ବତର ଉତ୍ତର ଦିଗରେ ମହାନଦୀର ଭୀମକାନ୍ତ ରୂପ ଅତ୍ୟନ୍ତ ରମଣୀୟ। ପର୍ଯ୍ୟଟକ ମାନଙ୍କ ପାଇଁ ମଧ୍ୟ ଏହି ସ୍ଥାନ ଅନ୍ୟତମ ପ୍ରମୁଖ ଆକର୍ଷଣ। ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ବାରା ଭକ୍ତ ଓ ପର୍ଯ୍ୟଟକ ସହିତ ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ବିକାଶ ଯୋଜନା ସଂପର୍କରେ ସେବାୟତ ତଥା ସ୍ଥାନୀୟ ଜନସାଧାରଣଙ୍କ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ମାଷ୍ଟରପ୍ଲାନରେ ମୁଖ୍ୟତଃ ମନ୍ଦିରର ପୁନରୁଦ୍ଧାର,ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପରିକ୍ରମା ପଥ, ଚନ୍ଦନ ପୁଷ୍କରିଣୀର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ସହିତ ଚତୁପାର୍ଶ୍ବ ରାସ୍ତାର ଉନ୍ନତୀକରଣ, ଛାୟାପ୍ରଦ ବୃକ୍ଷ, ଉଦ୍ୟାନ,ପାର୍କିଂ, ମହାନଦୀର କୂଳ ସୁରକ୍ଷା ଓ ନଦୀପାର୍ଶ୍ବର ସୌନ୍ଦର୍ଯ୍ୟକରଣ ଆଦି ବିଷୟରେ ଗୁରୁତ୍ବ ଦିଆଯାଇଛି।

ମନ୍ଦିରକୁ ଯାଇଥିବା ତିଖା ପାହାଚ ଶ୍ରେଣୀର ପୁନରୁଦ୍ଧାର କରାଯାଇ ଭକ୍ତ ମାନେ ଯେପରି ସୁବିଧା ରେ ଯାଇ ପାରିବେ ତଦନୁଯାୟୀ ବିକାଶ କରାଯିବା।

ଏହା ସହିତ ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଚାରି ଦ୍ବାରର ଉନ୍ନତୀକରଣ କରାଯିବ। ବୟସ୍କ ଓ ଭିନ୍ନକ୍ଷମ ମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ପଶ୍ଚିମ ଦ୍ୱାରରେ ଲିଫ୍ଟ ଓ ସ୍କାଏ ବ୍ରିଜ ସୁବିଧାର ବିକାଶ କରାଯିବ। ମନ୍ଦିର ପରିସର ଓ ଆଖପାଖ ଅଞ୍ଚଳରେ ଖଣ୍ଡାଲାଇଟ ପଥର ବିଛାଯିବା ସହିତ ମନ୍ଦିର ଓ ଠାକୁରଙ୍କ ବଗିଚାର ବିକାଶ କରାଯିବ। ଏହାସହିତ ରାସବିହାରୀ ମଣ୍ଡପ, ରଘୁନାଥ ମଠ ଓ ବାଟମଙ୍ଗଳା ମନ୍ଦିରର ମଧ୍ୟ ବିକାଶ କରାଯିବ।

ଯାତ୍ରୀ ମାନଙ୍କ ଜିନିଷପତ୍ର ରଖିବା ନିମନ୍ତେ ବ୍ୟବସ୍ଥା (Cloak Room) ଏବଂ ପଦପ୍ରକ୍ଷାଳନ ବ୍ୟବସ୍ଥାର ମଧ୍ୟ ନିର୍ମାଣ କରାଯିବ।

ମନ୍ଦିରକୁ ପ୍ରବେଶ ପାଇଁଁ ପୂର୍ବ ଓ ପଶ୍ଚିମ ପାର୍ଶ୍ବ ସଡକର ପ୍ରଶସ୍ତିକରଣ କରାଯିବ। ପୂର୍ବ ପାର୍ଶ୍ବ ସଡକକୁ ୯ ମିଟର ଓ ପଶ୍ଚିମ ପାର୍ଶ୍ବ ସଡକକୁ ୧୨ ମିଟର ପ୍ରଶସ୍ଥ କରାଯିବ।

ମହାନଦୀର କୁଲକ୍ଷୟରୁ ମନ୍ଦିରକୁ ସୁରକ୍ଷା ଯୋଗାଇବା ପାଇଁ ୪୦୦ ମିଟର ସୁରକ୍ଷା ପ୍ରାଚୀର ନିର୍ମାଣ କରାଯିବ।

ଏହି ପ୍ରକଳ୍ପ ପାଇଁ ସମୁଦାୟ ଦୁଇ ଏକର ଜମି ଆବଶ୍ୟକ ପଡିବ। ଏଥିନିମନ୍ତେ ଜିଲ୍ଲା ପ୍ରଶାସନ ପୁନର୍ବାସ ଓ ଥଇଥାନ ନୀତି ଅନୁଯାୟୀ ଜମି ଅଧିଗ୍ରହଣ କରିବେ।

ପୂର୍ତ୍ତ ବିଭାଗ ଜରିଆରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ମହାନଦୀ କୁଲକ୍ଷୟ ରୋକିବା ପାଇଁ ସୁରକ୍ଷା ପ୍ରାଚୀରl କାମ ଜଳସମ୍ପଦ ବିଭାଗ କରିବ ବୋଲି ଜଣାଯାଇଛି

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ବୈଠକରେ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ବୀର ବିକ୍ରମ ଯାଦବ ପ୍ରକଳ୍ପ ସଂପର୍କରେ ଉପସ୍ଥାପନା ରଖିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଜଳସଂପଦ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ଓ ନୟାଗଡ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।

ନୀଳମାଧବ ପୀଠ ବିକାଶ ପ୍ରକଳ୍ପ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026
Latest News

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.