Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଉତ୍କଳ ଗୌରବ ମଧୁବାବୁ
ବିଶେଷ ଖବର

ଉତ୍କଳ ଗୌରବ ମଧୁବାବୁ

April 28, 2022No Comments4 Mins Read
Share Facebook Twitter LinkedIn Email WhatsApp Copy Link
Odia Dictionary

ବିଶ୍ବବିଜୟୀ ଦାଶ

ଉତ୍ଥାନ, ପତନ ଗୋଟିଏ ଜାତିର ଇତିହାସରେ କିଛି ନୂଆ କଥା ନୁହେଁ। ଇଂରେଜ ଶାସନ ଅମଳରେ ନିର୍ଯ୍ୟାତିତ ଓଡ଼ିଆ ଜାତି ମୂମୁର୍ଷ ଅବସ୍ଥାରେ ନିଜର ଅସ୍ତିତ୍ବ ରକ୍ଷା ପାଇଁ ସଂଗ୍ରାମରତ ଥିବାବେଳେ କେତେଜଣ କ୍ଷଣଜନ୍ମା ବ୍ୟକ୍ତିବିଶେଷଙ୍କ ଆବିଭାର୍ବ ଜାତୀୟ ଜୀବନରେ ଆଶାର ସଂଚ଼ାର କରିଥିଲା। ଉତ୍କଳୀୟ ସଂସ୍କୃତିର ସୁରକ୍ଷା ତଥା ରାଜନୈତିକ, ସାମାଜିକ ଏବଂ ଅର୍ଥନୈତିକ କ୍ଷେତ୍ରରେ ଓଡ଼ିଶାକୁ ସର୍ବଭାରତୀୟ ସ୍ତରରେ ଏକ ସ୍ବତତ୍ନ ସ୍ଥାନ ଦେବା ପାଇଁ ଯେଉଁ ଯୋଗଜନ୍ମା ନିଜର ଜୀବନକୁ ତିଳତିଳ କରି ଉତ୍ସର୍ଗ କରିଥିଲେ, ସେମାନଙ୍କ ମଧ୍ୟରୁ ଦେଶପ୍ରାଣ ଉତ୍କଳଗୌରବ ମଧୁସୂଦନ ଦାସ ଅନ୍ୟତମ।ଆମ ଓଡ଼ିଶାର ପ୍ରଥମ ଓଡ଼ିଆ ବି.ଏ, ପ୍ରଥମ ଓଡ଼ିଆ ଏମ୍.ଏ, ପ୍ରଥମ ଓଡ଼ିଆ ଓକିଲ, ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ସ୍ବାଧିନତା ସଂଗ୍ରାମୀ, ଯିଏକି ଓଡ଼ିଶାକୁ ନିଜର ପ୍ରାଣ ଦେଇ ଭଲ ପାଉଥିଲେ ଓ କାମ କରୁଥିଲେ ତଥା ଓଡ଼ିଆ ଜାତିର ଚ଼ିର ନମସ୍ୟ, ପ୍ରାତଃ ସ୍ମରଣୀୟ, ଚ଼ିର ବରଣୀୟ କୂଳବୁଦ୍ଧ ଉତ୍କଳଗୌରବ ମଧୁସୂଦନ ଦାସ।

ଉତ୍କଳଗୌରବ ମଧୁସୂଦନ ଦାସ କଟକ ଜିଲ୍ଲାର ସତ୍ୟଭାମାପୁରରେ ୨୮ ଅପ୍ରେଲ ୧୮୪୮ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତାଙ୍କ ନାମ ଚୌଧୁରୀ ରଘୁନାଥ ଦାସ ଓ ମାତାଙ୍କ ନାମ ପାର୍ବତୀ ଦେବୀ।

ତାଙ୍କର ପାଠପଢ଼ା ଆରମ୍ଭ ହୋଇଥିଲା ସତ୍ୟଭାମାପୁରର ଗାଁ ଚାଟଶାଳୀରୁ ମାଟି ବଂଶ ଅବଧାନଙ୍କ ତତ୍ତ୍ୱାବଧାନରେ।ଚାଟଶାଳୀ ପଢ଼ା ଶେଷ କରି ସେ କଟକ ଗଲେ ଓ ଇଂରାଜୀ ବିଦ୍ୟାଳୟରେ ନାମ ଲେଖାଇଲେ। ୧୮୬୪ରେ ମଧୁସୂଦନ ଅନ୍ୟ ଚାରିଜଣଙ୍କ ସହ କଟକ ସ୍କୁଲରୁ ଦ୍ୱିତୀୟ ଶ୍ରେଣୀରେ ଏଣ୍ଟ୍ରାନ୍ସ ପାସ କରିଥିଲେ (ଆଜି ଏହାକୁ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା କୁହାଯାଉଅଛି)। ଏହାପରେ ସେ ବାଲେଶ୍ୱରରେ କିରାଣି ଚାକିରିଟିଏ କଲେ। କିଛି ପଇସା ସଞ୍ଚୟ କରି ସେ ଉଚ୍ଚଶିକ୍ଷା ନିମିତ୍ତ ଚାନ୍ଦବାଲି ଦେଇ ଧୂଆଁକଳ ଚାଳିତ ନାଆରେ କଲିକତା ଯାତ୍ରା କଲେ। ୧୮୭୦ରେ ସେ ବି.ଏ. ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ।

ସେତେବେଳେ କଲିକତା ବିଶ୍ୱବିଦ୍ୟାଳୟରେ ବି.ଏ. ପରୀକ୍ଷାର୍ଥୀମାନଙ୍କ ସଂସ୍କୃତ ପରୀକ୍ଷାର ଉତ୍ତର ନିଜ ମାତୃଭାଷରେ ଲେଖିବା ନିୟମ ଥିଲା, କିନ୍ତୁ ପରୀକ୍ଷକ ବଙ୍ଗଳା ଛଡ଼ା ଅନ୍ୟ କୌଣସି ଭାଷା ଜାଣି ନଥିବାରୁ ବଙ୍ଗଳା ବ୍ୟତୀତ ଅନ୍ୟ କୌଣସି ଲିପିରେ ସଂସ୍କୃତ ପ୍ରଶ୍ନୋତ୍ତର ଲେଖିବାକୁ ଅନୁମତି ମିଳୁନଥିଲା। ମଧୁବାବୁ ନିଜ ମାତୃଭାଷା ଓଡ଼ିଆରେ ସଂସ୍କୃତର ଉତ୍ତର ଲେଖିବାପାଇଁ ଜିଦ ଧରି ବିଶ୍ୱବିଦ୍ୟାଳୟର ସିଣ୍ଡିକେଟ ସଦସ୍ୟମାନଙ୍କୁ ଜଣାଇଲେ। ସେଠାରୁ କୌଣସି ସୁଫଳ ନ ମିଳିବାରୁ ସେ ତତ୍କାଳୀନ ବଙ୍ଗ-ବିହାର-ଓଡ଼ିଶାର ଲ୍ୟୁଟନାଣ୍ଟ ଗଭର୍ଣ୍ଣର ସାର ଉଇଲିଅମ ଗ୍ରେଙ୍କ ନିକଟକୁ ଏକ ଟେଲିଗ୍ରାମ ପ୍ରେରଣ କରିବାପରେ ଗ୍ରେଙ୍କ ହସ୍ତକ୍ଷେପ ପରେ ସେ ଓଡ଼ିଆରେ ନିଜର ଉତ୍ତର ଲେଖିଥିଲେ।

ସେଠାରେ ମଧୁବାବୁ ଏମ୍.ଏ. ପାସ୍ କରିଥିଲେ। ତା’ପରେ ମଧୁବାବୁ କଲିକତା ବିଶ୍ବବିଦ୍ୟାଳୟ ବି.ଏଲ୍. ପାସ କରି ସାରିଥିଲେ। ଓକିଲ ହେବାପରେ ମଧୁବାବୁ ପ୍ରଥମେ ଚବିଶ ପ୍ରଗଣା ଅନ୍ତର୍ଗତ ଆଲିପୁର କୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ସେଠାରେ ଥିବା ପ୍ରବାସୀ ଓଡ଼ିଆ ଶ୍ରମିକମାନଙ୍କ ଉନ୍ନତି ପଥରେ ମଧୁବାବୁ ଲାଗିପଡ଼ିଥିଲେ। ପରେ ସେ କଲିକତା ହାଇକୋର୍ଟରେ ବାରିଷ୍ଟର ଜେଟି ଉଡ୍ରଫଙ୍କ ସହଯୋଗୀ ଭାବେ ଓକିଲାତି କରିଥିଲେ।

୧୨ ସେପ୍ଟେମ୍ବର ୧୮୮୧ରେ କଲିକତାରୁ ଫେରି ସେ କଟକରେ ଓକିଲାତି କଲେ। ବିଚ଼କ୍ଷଣ ବୁଦ୍ଧି ବଳରେ ସେ ଓକିଲାତିରେ ବିଶେଷ ପାରଦର୍ଶିତା ଅର୍ଜନ କରିପାରିଥିଲେ ଓ ମଧୁବାରିଷ୍ଟର ଭାବେ ପରିଚ଼ିତ ହୋଇଥିଲେ। ତାଙ୍କର ଓକିଲାତି ଜୀବନକାଳରେ ସେ ବହୁ ଜନହିତକର କାର୍ଯ୍ୟ କରିଥିଲେ।

୬ ଜାନୁଆରୀ ୧୯୨୧ ମସିହାରେ ମଧୁବାବୁ ବିହାର ଓଡ଼ିଶାର ମନ୍ତ୍ରୀରୂପେ ନିଯୁକ୍ତି ପାଇଥିଲେ। ସେତେବେଳେ ମନ୍ତ୍ରୀମାନଙ୍କୁ ମାସିକ ବେତନ ମିଳୁଥିଲା। ଇଂରେଜ ସରକାରଙ୍କଠାରୁ ଦରମା ନେଇ କାମ କଲେ ଲୋକଙ୍କୁ ନିରପେକ୍ଷ ସେବା ଦେବା ସମ୍ଭବ ନୁହେଁ ବୋଲି ଯୁକ୍ତି କରି ସେ ଅବୈତନିକ ମନ୍ତ୍ରୀପଦ ପାଇଁ ପ୍ରସ୍ତାବ ରଖିଥିଲେ। ସରକାର ଏଥିରେ ରାଜି ନ ହେବାରୁ ୯ ମାର୍ଚ୍ଚ ୧୯୨୩ରେ ସେ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।

ଓଡ଼ିଶାରେ ଚ଼ମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ।

ଉନ୍ନବିଂଶ ଶତାବ୍ଦୀର ଶେଷାର୍ଦ୍ଧ ବେଳକୁ ଏକ ବିପର୍ଯ୍ୟନ୍ତ ଖଣ୍ଡିତ କଙ୍କାଳରେ ପରିଣତ ହୋଇସାରିଥିଲା ବାଣିଜ୍ୟ ସମୃଦ୍ଧ ବିଶାଳ ଓଡ଼ିଶା। ଉତ୍କଳ ଜନନୀର ପୂର୍ଣ୍ଣାଙ୍ଗ ରୂପ ପ୍ରତିଷ୍ଠା ପାଇଁ ଜାତୀୟ ଆନ୍ଦୋଳନର ପ୍ରାଣପ୍ରତିଷ୍ଠାତା ମଧୁବାବୁଙ୍କ ନେତୃତ୍ବରେ ଆରମ୍ଭ ହୋଇଥିଲା ଦୁର୍ବାର ଅଭିଯାନ।ଉତ୍କଳୀୟ ମାନଙ୍କର ସର୍ବାଙ୍ଗୀନ ଉନ୍ନତି ପାଇଁ ସେ ଗଢ଼ିଥିଲେ ଜାତୀୟ ମହାମଞ୍ଚ ଉତ୍କଳ ସମ୍ମିଳନୀ। ଜାତୀୟତାର ମହାପ୍ରବାହ ସୃଷ୍ଟି କରିବାର ଆକାଂକ୍ଷା ନେଇ ଲେଖିଥିଲେ ପ୍ରାଣ ନିଗିଡ଼ା କବିତା।ଜାତୀୟ ବିକାଶ, ଜାତୀୟ ସମସ୍ୟା, ଜାତୀୟ ଚ଼ରିତ୍ର, ଜାତୀୟ ଅସ୍ମିତା ଓ ଜାତୀୟ ସ୍ବାଭିମାନ ସହିତ ପ୍ରତ୍ୟେକ ଓଡ଼ିଆଙ୍କୁ ଯୋଡ଼ିବାର ସଂକଳ୍ପ ନେଇ ସମ୍ମିଳନୀ ମଣ୍ଡପରୁ ଗାଇଥିଲେ “ଏଇ ସମ୍ମିଳନୀ ଜାତିପ୍ରାଣ ସିନ୍ଧୁ କୋଟି ପ୍ରାଣ ବିନ୍ଦୁ ଧରେ,ତୋର ପ୍ରାଣ ବିନ୍ଦୁ ମିଶେଇ ଦେ ଭାଇ ଡେଇଁ ପଡ଼ି ସିନ୍ଧୁ ନୀରେ”।

ଗଭୀର ଜାତୀୟତାବୋଧର ଉଦବେଳନ ନେଇ ଭାବିଲେ ମନେହୁଏ ଏହା କେବେବି ଜଣେ ସାଧାରଣ କବିର ଆହ୍ବାନ ନୁହେଁ,ବରଂ ଜଣେ ମହାମାତ୍ନିକ ସଞ୍ଜିବନୀ ମତ୍ନ, ଯେଉଁ ମତ୍ନ ର ଯାଦୁକରୀ ମାୟାରେ ଦିନେ ଚ଼େଇଁ ଉଠିଥିଲା ସମଗ୍ର ଓଡ଼ିଆ ଜାତି।

ତାଙ୍କରି ଲେଖନୀ ନିସୃତ କବିତା ଏବେ ବି ଓଡ଼ିଆଙ୍କ କାନରେ ଠାଇ ଠାଇ ହୋଇ ବାଜେ-
“ଉଠରେ ଉଠରେ ଉତ୍କଳ ସନ୍ତାନ
ଉଠିବୁ ତୁ କେତେ ଦିନେ
ପୂରୁବ ଗୌରବ ପୂରୁବ ସାହାସ
ପଡି଼ବକି କେବେ ମନେ ?”

ସେ ଓଡ଼ିଆ ଓ ଇଂରାଜୀରେ ଅନେକ ଉପାଦେୟ ଲେଖା ଲେଖିଯାଇଛନ୍ତି। ତାଙ୍କର କେତୋଟି ଜଣାଶୁଣା ଲେଖା ହେଉଛି, “ଉତ୍କଳ ସନ୍ତାନ”, “ଜାତି ଇତିହାସ”, “ଜ୍ଞାନୀର ଉକ୍ତି”, “ଜାତୀୟ ଗୀତିକା”। ସେ ମଧ୍ୟ ଓଡ଼ିଆ, ଇଂରାଜୀ ଓ ବଙ୍ଗଳାରେ ଜଣେ ସୁବକ୍ତା ଥିଲେ।

ଏହି ମହାପୁରୁଷ, ଓଡ଼ିଆ ମାଟି ର ସ୍ବାଭିମାନ କୂଳବୁଦ୍ଧ ଉତ୍କଳ ଗୌରବ ମଧୁସୂଦନ ଦାସ ୧୯୩୪ ମସିହା ଫେବୃଆରୀ ୪ ତାରିଖ ରେ ଓଡ଼ିଶା ବାସୀଙ୍କୁ ଶୋକସାଗରରେ ଭସାଇ ଚ଼ାଲିଗଲେ। ଆଜି ତାଙ୍କର ଜୟନ୍ତୀ ଅବସରରେ ମୋର ଭୂମିଷ୍ଠ ପ୍ରଣାମ ଓ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ।

ବିଶ୍ବବିଜୟୀ ଦାଶ, ବି.ଏସସି,ବି.ଇଡ଼ି (ସ୍ବତନ୍ତ୍ର ଶିକ୍ଷା), ଗମ୍ଭାରିମୁଣ୍ଡା, ବାଣପୁର, ଖୋର୍ଦ୍ଧା, ପିନ୍- ୭୫୨୦୩୫

ମୋବାଇଲ ନଂ- ୬୩୭୦୨୦୮୪୨୮

ଇଂରେଜ ଶାସନ ଉତ୍କଳ ଗୌରବ ଓଡ଼ିଆ ଜାତି ମଧୁବାବୁ ରାଜନୈତିକ ସାମାଜିକ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026
Latest News

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.