Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସତ୍ୟଭାମାପୁରରେ ଉତ୍କଳ ଗୌରବ ମଧସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ଲୋକାର୍ପିତ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସତ୍ୟଭାମାପୁରରେ ଉତ୍କଳ ଗୌରବ ମଧସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ଲୋକାର୍ପିତ

April 28, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁର ଠାରେ ‘ଉତ୍କଳ ଗୌରବ ମଧୁସୁଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର’ ( Museum & Interpretation Centre ) ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମଧୁ ବାବୁ ଥିଲେ ଓଡ଼ିଆ ସ୍ୱାଭିମାନର ପ୍ରତୀକ। ତାଙ୍କ ଜୀବନୀ ହେଉଛି ଓଡ଼ିଆ ସ୍ୱାଭିମାନ ର ଗୌରବମୟ ଗାଥା।

ଭିଡିଓ କନ୍ଫରେନ୍ସିଂ ଜରିଆରେ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଉତ୍କଳ ଗୌରବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଲେ ଯେ ସତ୍ୟଭାମାପୁର ସବୁ ଓଡ଼ିଆଙ୍କ ପାଇଁ ଏକ ତୀର୍ଥ କ୍ଷେତ୍ର। ଏହି ସଂଗ୍ରହାଳୟରେ ସମସ୍ତଙ୍କୁ ବିଶେଷ କରି ଯୁବ ପିଢିଙ୍କୁ ଓଡିଆ ସ୍ବାଭିମାନର ସୁରକ୍ଷା ପାଇଁ ପ୍ରେରଣା ଦେଇ ଚାଲିବ ବୋଲି ସେ କହିଥିଲେ।

ସତ୍ୟଭାମାପୁରକୁ ଏକ ଆଦର୍ଶ ଗ୍ରାମ ରୂପେ ବିକାଶ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଏହି ଗ୍ରାମକୁ ଏକ ଗୁରୁତ୍ବପୂର୍ଣ୍ଣ ପର୍ଯ୍ୟଟନସ୍ଥଳ ଭାବରେ ପରିଣତ କରିବା ପାଇଁ ସରକାରଙ୍କ ପଦକ୍ଷେପ ଜାରି ରହିବ।

ମଧୁବାବୁଙ୍କ ଆଦର୍ଶରେ ଓଡିଶାକୁ ଶ୍ରେଷ୍ଠ ରାଜ୍ୟ କରିବାପାଇଁ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇ କହିଲେ ଯେ ମଧୁବାବୁଙ୍କ ଜାତି ପ୍ରୀତି ଓ ତ୍ୟାଗର ତୁଳନା ନାହିଁ। ଓଡ଼ିଆ ଜାତି ପାଇଁ ମଧୁବାବୁ ତାଙ୍କର ସବୁ କିଛି ତ୍ୟାଗ କରିଯାଇଛନ୍ତି। ତାଙ୍କ ପାଇଁ ଓଡ଼ିଆ ସ୍ୱାଭିମାନ ଥିଲା ସବୁଠୁ ଉପରେ। ତା ସହ ସେ କେବେବି ସାଲିସ କରିନାହାନ୍ତି। ଏ ଜାତି ପାଇଁ ତାଙ୍କର ଅବଦାନ ତାଙ୍କୁ ଓଡ଼ିଆ ଙ୍କ ହୃଦୟରେ ଯୁଗ ଯୁଗ ପାଇଁ ଅମର କରି ରଖିବ।

ଓଡିଶାକୁ ମଧୁବାବୁଙ୍କ ଅବଦାନ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ଭାଷାକୁ ଭିତ୍ତିକରି ରାଜ୍ୟ ଗଠନ ପାଇଁ ମଧୁ ବାବୁଙ୍କ ଉଦ୍ୟମ, ତାଙ୍କର ଦୂର ଦୃଷ୍ଟିର ପରିଚୟ ଦିଏ। ସ୍ବାଧୀନତା ପରେ ଭାଷା ସୂତ୍ରରେ ହିଁ ଭାରତର ଅନେକ ରାଜ୍ୟ ଗଠିତ ହୋଇଛି। କିନ୍ତୁ ସେତେବେଳେ ଓଡିଶା ଥିଲା ଭାଷା ଭିତିରେ ଭାରତର ପ୍ରଥମ ରାଜ୍ୟ।

କାର୍ଯ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କହିଲେ ଯେ ମଧୁ ବାବୁ ଥିଲେ ଓଡ଼ିଆ ଜାତିର ମୂଖ୍ୟ ପୁରୋଧା। ତାଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଆଜି ମଧୁ ସଂଗ୍ରହାଳୟ ଲୋକାର୍ପିତ କରିଛନ୍ତି। ଆଜି ସାରା ବିଶ୍ୱରେ ଥିବା ଓଡ଼ିଆ ମାନଙ୍କ ପାଇଁ ଗର୍ବ ଓ ଗୌରବର ଦିନ ବୋଲି ମନ୍ତ୍ରୀ ଶ୍ରୀ ଜେନା କହିଥିଲେ।

ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସତ୍ୟଭାମାପୂର ଗାଁ ର ବିକାଶ ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ସତ୍ୟଭାମାପୂର ର ଉନ୍ନତି ପାଇଁ ନିଆ ଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ।

ଜିଲ୍ଲାପାଳ ଭବାନୀ ଚରଣ ଚଇନି ସ୍ବାଗତ ଭାଷଣ ଦେଇଥିଲେ ଏବଂ ସତ୍ୟଭାମାପୁର ମଧୁସୂଦନ ସାଂସ୍କୃତିକ ସଂଘର ସଭାପତି ପ୍ରଶାନ୍ତ କୁମାର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ।

ଲୋକ ସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ।

ଏହି ଅବସରରେ ଉତ୍କଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ସଂପର୍କରେ ଏକ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା।

ଏହି ସଂଗ୍ରହାଳୟରେ ମଧୁବାବୁଙ୍କ ଏନ୍ତୁଡ଼ି ଶାଳ, ପିଲା ଦିନର ବିରଳ ଫଟୋ, ଜନ୍ମ ଜାତକ, ଢ଼ିଙ୍କି ଆଦି ବିଭିନ୍ନ ବିରଳ ଜିନିଷ ସ୍ଥାନ ପାଇଛି।

ଉତ୍କଳ ଗୌରବ ନବୀନ ପଟ୍ଟନାୟକ ସତ୍ୟଭାମାପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରାମୀଣ ଜ୍ଞାନ ସେତୁ ଆପର ଶୁଭାରମ୍ଭ କଲେ ଅମିତ ଶାହ

August 12, 2026

ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

August 12, 2026

World Elephant Day: ବନତାରା ତରଫରୁ ରାଜସ୍ଥାନର ହାତୀ ଗାଁ ରେ ବୟସ୍କ ହାତୀଙ୍କ ଚିକିତ୍ସା

August 12, 2026

ବାଲେଶ୍ୱରରେ ମୋଟ୍‌ ୨୦୦ କିମି ରେଳ ଟ୍ରାକର ନବୀକରଣ ହୋଇଛି: ରେଳ ମନ୍ତ୍ରୀ

August 12, 2026
Latest News

ଗ୍ରାମୀଣ ଜ୍ଞାନ ସେତୁ ଆପର ଶୁଭାରମ୍ଭ କଲେ ଅମିତ ଶାହ

August 12, 2026

ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

August 12, 2026

ଓଡ଼ିଶା ପୁଲିସରେ ଗଠନ ହେବ ୩ ନୂଆ ବିଭାଗ

August 12, 2026

ବେଲୁଚିସ୍ତାନରେ ପାକିସ୍ତାନୀ ସେନାର ନରସଂହାର: ୯ ଶିଶୁ ଓ ୭ ମହିଳାଙ୍କ ସମେତ ୨୮ ମୃତ

August 12, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ୬ ବିଭାଗର ୧୦ ପ୍ରସ୍ତାବକୁ ମଞ୍ଜୁରୀ, ପେପରଲେସ୍‌ ହେବ ସରକାରୀ କାର୍ଯ୍ୟାଳୟ

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.