Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପାକିସ୍ତାନ ଉପରେ ଭାରତର ଆଭିମୁଖ୍ୟରେ କୌଣସି ପରିବର୍ତ୍ତନ ନାହିଁ: ବୈଦେଶିକ ମନ୍ତ୍ରାଳୟ
ବିଶେଷ ଖବର

ପାକିସ୍ତାନ ଉପରେ ଭାରତର ଆଭିମୁଖ୍ୟରେ କୌଣସି ପରିବର୍ତ୍ତନ ନାହିଁ: ବୈଦେଶିକ ମନ୍ତ୍ରାଳୟ

April 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଶାହବାଜ ସରିଫ ପାକିସ୍ତାନର ନୂତନ ପ୍ରଧାନମନ୍ତ୍ରୀ ହେବାର କିଛି ଦିନ ପରେ ଭାରତ କହିଛି ଯେ, ଏହାର ଆଭିମୁଖ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ଆତଙ୍କବାଦ ମୁକ୍ତ ପରିବେଶରେ ଉଭୟ ପକ୍ଷଙ୍କ ମଧ୍ୟରେ ଆଲୋଚନା ହୋଇପାରିବ ଏବଂ ଏହି ବାତାବରଣ ସୃଷ୍ଟି କରିବା ଇସଲାମାବାଦର ଦାୟିତ୍ଵ ରହିଛି।

ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ଏହା ମଧ୍ୟ କହିଛନ୍ତି ଯେ, କରାଚିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ କେବଳ ଆତଙ୍କବାଦ ବିରୋଧରେ ସମାନ ଆଭିମୁଖ୍ୟ ଗ୍ରହଣ କରିବା ଆବଶ୍ୟକତାକୁ ସୂଚିତ କରିଛି। ସେ ଏହା ମଧ୍ୟ କହିଛନ୍ତି ଯେ ଭାରତ ଏଭଳି ଆକ୍ରମଣକୁ ନିନ୍ଦା କରୁଛି।

ବାଗଚି ସରିଫଙ୍କ ମନ୍ତବ୍ୟକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି ଯେ, ଏହା ଉପରେ ପାକିସ୍ତାନର କୌଣସି ମନ୍ତବ୍ୟ ଦେବାର ଅଧିକାର ନାହିଁ।

ସାପ୍ତାହିକ ସାମ୍ବାଦିକ ସମ୍ମିଳନୀରେ ବାଗଚି କହିଛନ୍ତି ଯେ, ଯେଉଁଠାରେ ବି ଆତଙ୍କବାଦ ଆକ୍ରମଣ ଘଟେ, ଆମେ ତାହାକୁ ନିନ୍ଦା କରୁଛୁ। ଆତଙ୍କବାଦ ବିରୋଧରେ ସବୁ ଦେଶକୁ ସମାନ ପଦକ୍ଷେପ ନେବାକୁ ଆବଶ୍ୟକତାକୁ ସୂଚିତ କରେ।

ମଙ୍ଗଳବାର ଦିନ କରାଚି ବିଶ୍ୱବିଦ୍ୟାଳୟରେ ଆତ୍ମଘାତୀ ବିସ୍ଫୋରଣରେ ତିନିଜଣ ଚାଇନିଜ୍ ଶିକ୍ଷକ ଏବଂ ସେମାନଙ୍କ ସ୍ଥାନୀୟ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି।

ପାକିସ୍ତାନ ସହ କଥାବାର୍ତ୍ତା ପ୍ରସଙ୍ଗରେ ଭାରତର ଆଭିମୁଖ୍ୟ ବିଷୟରେ ପଚରାଯିବାରୁ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି ଯେ, ଏଥିରେ କୌଣସି ପରିବର୍ତ୍ତନ ହୋଇନାହିଁ। ଆମର ଆଭିମୁଖ୍ଯ ବହୁତ ସ୍ପଷ୍ଟ। ଯେତେବେଳେ ଆତଙ୍କବାଦ ମୁକ୍ତ ପରିବେଶ ରହିବ, କେବଳ ସେତେବେଳେ ଆଲୋଚନା ହେବା ସମ୍ଭବ। ଦୁଇ ପ୍ରଧାନମନ୍ତ୍ରୀ ସୌଜନ୍ୟମୂଳକ ଭାବେ ଚିଠି ବିନିମୟ କରିଥିଲେ। ଆତଙ୍କବାଦରୁ ମୁକ୍ତ ପରିବେଶ ରହିବା ଆମର ଆଇନଗତ ଦାବି।

ପାକିସ୍ତାନ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026
Latest News

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.