Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୨ ସମାରୋହ, ଜାଣନ୍ତୁ କଣ କରିଛନ୍ତି ଓଡିଶା ସରକାର
ବିଶେଷ ଖବର

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୨ ସମାରୋହ, ଜାଣନ୍ତୁ କଣ କରିଛନ୍ତି ଓଡିଶା ସରକାର

May 2, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୨ ସମାରୋହ, ଜାଣନ୍ତୁ କଣ କରିଛନ୍ତି ଓଡିଶା ସରକାର

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଶ୍ରମ ଓ କମର୍ଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ମଇ ୧ ତାରିଖରେ ରାଜ୍ୟସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ପାଳିତ ହୋଇଯାଇଛି। ଏହି ସମାରୋହକୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ।
ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ରାଜ୍ୟରେ କାର୍ଯ୍ୟରତ ଶ୍ରମିକମାନଙ୍କର ସାମାଜିକ ଓ ଅର୍ଥନୈତିକ ବିକାଶ ନିମନ୍ତେ ନିରନ୍ତର ଭାବେ କାର୍ଯ୍ୟ କରୁଛି।

ନିର୍ମାଣ ଶ୍ରମିକମାନଙ୍କର କଲ୍ୟାଣ ପାଇଁ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଗଠନ କରାଯାଇ ଅଦ୍ୟାବଧି ୩୫ ଲକ୍ଷରୁ ଊର୍ଦ୍ଧ ନିର୍ମାଣ ଶ୍ରମିକଙ୍କୁ ଏହି ବୋର୍ଡ଼ ଅଧିନରେ ପଞ୍ଜିକୃତ କରାଯାଇ ମୋଟ ୨୬୬୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ପଞ୍ଜିକୃତ ନିର୍ମାଣ ଶ୍ରମିକ ତଥା ସେମାନଙ୍କ ପରିବାରଙ୍କୁ ଶିକ୍ଷାବୃତ୍ତି, ବିବାହ, ପ୍ରସୂତି, ମୃତୁ୍ୟ, ଅନ୍ତ୍ୟେଷ୍ଟିକ୍ରିୟା ସକାଶେ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି।

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ସହଭାଗିତାରେ ଏହି କଲ୍ୟାଣ ବୋର୍ଡ଼ ମାଧ୍ୟମରେ ‘ନିର୍ମାଣ ଶ୍ରମିକ ପକ୍କାଘର ଯୋଜନା’, ‘ନିର୍ମାଣ ଶ୍ରମିକ ପେନସନ୍‌ ଯୋଜନା’, ସରକାରୀ ଆଇ.ଟି.ଆଇ ଓ ଡିପ୍ଲୋମା ଅନୁଷ୍ଠାନରେ ଶିକ୍ଷା ନିମନ୍ତେ ‘ନିର୍ମାଣ କୁସୁମ ଯୋଜନା’ କାର୍ଯ୍ୟକାରୀ କରାଯାଉଛି । ସେହିପରି ଅଣସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କ ପାଇଁ ଓଡ଼ିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ଼ ଗଠନ କରାଯାଇ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି ।

ପ୍ରବାସୀ ଶ୍ରମିକମାନଙ୍କର ସୁରକ୍ଷା ପାଇଁ ସ୍ୱତନ୍ତ୍ର ଦୃଷ୍ଟି ଦିଆଯିବା ସହ ରାଜ୍ୟର ୪ଟି ପ୍ରବାସୀ ଶ୍ରମିକପ୍ରବଣ ଜିଲ୍ଲା ଯଥା ବଲାଙ୍ଗୀର, ବରଗଡ଼, କଳାହାଣ୍ଡି ଓ ନୂଆପଡ଼ାର ୪୭୭ଟି ପଂଚାୟତରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପ୍ୟାକେଜ୍‌ କାର୍ଯ୍ୟକାରୀ ହେଉଛି ।
ରାଜ୍ୟ ସରକାରଙ୍କ ୫-‘ଟି’ ଉପକ୍ରମରେ PAReSHRAM portal କାର୍ଯ୍ୟକାରୀ କରାଯାଇ ୫୨ଗୋଟି ବିଭିନ୍ନ ସେବା ଅନ୍‌ଲାଇନ୍‌ ମାଧ୍ୟମରେ ଯୋଗାଇ ଦିଆଯାଉଛି, ଯାହା ରାଜ୍ୟରେ ବ୍ୟବସାୟ ସରଳୀକରଣ ଦିଗରେ ସହାୟକ ହେବା ସହ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସ୍ୱଚ୍ଛତାର ସହ ସେବା ଯୋଗାଇ ପାରିଛି । ଅଦ୍ୟାବଧି, ଏହି ପୋର୍ଟାଲ ମାଧ୍ୟମରେ ୧୬,୫୦୦ରୁ ଊଦ୍ଧ୍ୱର୍ ସେବା ପ୍ରଦାନ କରାଯାଇଛି ।

ଆଜିର ଏହି ସମାରୋହରେ ମନ୍ତ୍ରୀ ଶ୍ରୀ ସିଂହ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ର ନୂତନ ଅନ୍‌ଲାଇନ୍‌ ପୋର୍ଟାଲ https:\\nirmanshramik.odisha.gov.in କୁ ଲୋକାର୍ପଣ କରି କହିଥିଲେ ଯେ ଏହି ବ୍ୟବସ୍ଥା ଦ୍ୱାରା ନିର୍ମାଣ ଶ୍ରମିକମାନଙ୍କୁ ପଞ୍ଜିକରଣ, ନବୀକରଣ ଓ ସହାୟତା ଆବେଦନ ନିମନ୍ତେ ଏବେ ଆଉ ଶ୍ରମ କାର୍ଯ୍ୟାଳୟକୁ ଯିବାକୁ ପଡ଼ିବ ନାହିଁ । ଶ୍ରମିକ ଭାଇଭଉଣୀମାନେ ଘରେ ବସି ମଧ୍ୟ ଉପରୋକ୍ତ ସେବା ପାଇପାରିବେ । ଏହି ଅବସରରେ ମନ୍ତ୍ରୀ ରାଜ୍ୟ ଶ୍ରମ ନିର୍ଦ୍ଦେଶାଳୟ (www.labourdirectorate.odisha.gov.in)ଏବଂ କାରଖାନା ଓ ବାଷ୍ପିତ୍ର ନିର୍ଦ୍ଦେଶାଳୟ (www.dfb.odisha.gov.in) ର ଦୁଇଗୋଟି େୱବ୍‌ସାଇଟ୍‌କୁ ମଧ୍ୟ ଲୋକାର୍ପଣ କରିଥିଲେ । ତତ୍‌ସହିତ ‘ଶ୍ରମ କଲ୍ୟାଣ’ ନାମକ ଏକ ବୁଲେଟିନ୍‌ ମଧ୍ୟ ଉନ୍ମୋଚିତ ହୋଇଥିଲା । ବିଭିନ୍ନ ଶ୍ରମିକ ଭାଇଭଉଣୀମାନଙ୍କୁ ବିଭାଗ ତରଫରୁ ମୁଖ୍ୟଅତିଥି ଆର୍ଥିକ ସହାୟତା ପ୍ରଦାନ କରିଥିଲେ ।

ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ର ଅଧ୍ୟକ୍ଷ ଶ୍ରୀ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଉପସ୍ଥିତ ଶ୍ରମିକମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ଶ୍ରମିକମାନଙ୍କର ସର୍ବାଙ୍ଗୀନ ବିକାଶ ଓ ବହୁବିଧ କଲ୍ୟାଣ ରାଜ୍ୟ ସରକାରଙ୍କ ପ୍ରାଥମିକତା । ନିର୍ମାଣ ଶ୍ରମିକମାନଙ୍କର କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ କରିବାରେ ଆମ ରାଜ୍ୟ ଭାରତବର୍ଷରେ ଆଜି ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଛି ।

ଏହି ସମାରୋହରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଯୋଗଦେଇ କହିଥିଲେ ଯେ ରାଜ୍ୟ ସରକାର ଶ୍ରମିକମାନଙ୍କର ବହୁବିଧ କଲ୍ୟାଣ ନିମନ୍ତେ ଅଙ୍ଗୀକାରବଦ୍ଧ ଓ ସର୍ବଦା ସେମାନଙ୍କର ସର୍ବାଙ୍ଗୀନ ଉନ୍ନତି ପାଇଁ ପ୍ରଚେଷ୍ଟା ଜାରି ରଖିଛନ୍ତି । ଶ୍ରମିକ ଭାଇଭଉଣୀମାନଙ୍କ ପାଇଁ ଉତ୍ସର୍ଗୀକୃତ ମନୋଭାବ ନେଇ ଅହରହ କାର୍ଯ୍ୟ କରୁଥିବା ପ୍ରମୁଖ ଶ୍ରମିକ ସଂଗଠନର ୪ଜଣ ଶ୍ରମିକ ନେତାଙ୍କୁ ଏହି କାର୍ଯ୍ୟକ୍ରମରେ ‘ବିଜୁ ଶ୍ରମିକ ବନ୍ଧୁ ସମ୍ମାନ-୨୦୨୨’ରେ ସମ୍ମାନିତ କରାଯାଇଥିଲା।

ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ଶାସନ ସଚିବ ଚିତ୍ରା ଆରୁମୁଗମ୍‌ ସ୍ୱାଗତ ଭାଷଣ ଦେଇଥିଲାବେଳେ ଶ୍ରମ ଆୟୁକ୍ତ ଡ. ଏନ୍‌. ଥିରୁମାଲା ନାଏକ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ବିଭାଗର ବରିଷ୍ଠ ପଦାଧିକାରୀ, ବିଭିନ୍ନ ଶ୍ରମିକ ସଂଗଠନର ନେତୃମଣ୍ଡଳୀ ଏବଂ ବହୁ ଶ୍ରମିକ ଭାଇଭଉଣୀମାନେ ଯୋଗ ଦେଇଥିଲେ ।

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୨ ଶ୍ରମିକ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଓ ଖୋର୍ଦ୍ଧାର ପିଆଜ ଗୋଦାମ ଉପରେ ଯୋଗାଣ ବିଭାଗ ତରଫରୁ ଚଢାଉ

August 21, 2026

କ୍ରମାଗତ ପଞ୍ଚମ ଦିନ ପାଇଁ ଖୋଲା ଆକାଶତଳେ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ

August 21, 2026

ଦକ୍ଷିଣ କ୍ଷେତ୍ରୀୟ ପରିଷଦର ୩୧ତମ ବୈଠକରେ ଅଧ୍ୟକ୍ଷତା କଲେ ଅମିତ ଶାହ

August 21, 2026

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026
Latest News

ଭୁବନେଶ୍ୱର ଓ ଖୋର୍ଦ୍ଧାର ପିଆଜ ଗୋଦାମ ଉପରେ ଯୋଗାଣ ବିଭାଗ ତରଫରୁ ଚଢାଉ

August 21, 2026

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ସଚିବମାନଙ୍କ ତୃତୀୟ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

August 21, 2026

କ୍ରମାଗତ ପଞ୍ଚମ ଦିନ ପାଇଁ ଖୋଲା ଆକାଶତଳେ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ

August 21, 2026

ଦକ୍ଷିଣ କ୍ଷେତ୍ରୀୟ ପରିଷଦର ୩୧ତମ ବୈଠକରେ ଅଧ୍ୟକ୍ଷତା କଲେ ଅମିତ ଶାହ

August 21, 2026

ରାଶିଫଳ: ଅଗଷ୍ଟ ୨୧ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶି ଉପରେ ଲାଗିରହିବ ସମସ୍ୟା

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.