Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଟକ କ୍ୟାନସର ହସପିଟାଲର ରୋଗୀ, ସହାୟକମାନଙ୍କ ପାଇଁ ବଡ଼ ଆସ୍ୱସ୍ତି , ତିଆରି ହେଲା ବିଶ୍ରାମ ସ୍ଥଳ
ବିଶେଷ ଖବର

କଟକ କ୍ୟାନସର ହସପିଟାଲର ରୋଗୀ, ସହାୟକମାନଙ୍କ ପାଇଁ ବଡ଼ ଆସ୍ୱସ୍ତି , ତିଆରି ହେଲା ବିଶ୍ରାମ ସ୍ଥଳ

May 2, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
କଟକ କ୍ୟାନସର ହସପିଟାଲର ରୋଗୀ, ସହାୟକମାନଙ୍କ ପାଇଁ ବଡ଼ ଆସ୍ୱସ୍ତି , ତିଆରି ହେଲା ବିଶ୍ରାମ ସ୍ଥଳ

ଭୁବନେଶ୍ୱର: କଟକ ସ୍ଥିତ ଆଚାର୍ଯ୍ୟ ହରିହର ଆଞ୍ଚଳିକ କ୍ୟାନ୍ସର ଚିକିତ୍ସା ଓ ଗବେଷଣା ପ୍ରତିଷ୍ଠାନକୁ ଦୈନିକ ଆସୁଥିବା ରୋଗୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ପ୍ରକାର ଅସୁବିଧା ବିଷୟ ଦୃଷ୍ଟିକୁ ଆସିବା ମାତ୍ରେ ଏହାର ଆଶୁ ସମାଧାନ ପାଇଁ ବିଶ୍ରାମ ସ୍ଥଳ ନିର୍ମାଣ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ଏହି ହସ୍ପିଟାଲ୍ ପରିସରରେ ପୁର୍ତ୍ତ ବିଭାଗ ଯୁଦ୍ଧକାଳୀନ ଭିତ୍ତିରେ ଗତସପ୍ତାହ କ୍ୟାମ୍ପ ନିର୍ମାଣ ଆରମ୍ଭ କରିଥିଲେ ।

ନିର୍ମାଣ ହେଉଥିବା ୩ଟି କ୍ୟାମ୍ପ୍ ମଧ୍ୟରୁ ଆଜି ପୂର୍ବାହ୍ନରେ ଗୋଟିଏ ଶିବିର କାର‌୍ୟ୍ୟକ୍ଷମ ହୋଇଛି । ଏଥିରେ ରୋଗୀ ଏବଂ ତାଙ୍କର ସହାୟକ ମାନେ ରହୁଛନ୍ତି । ଆସନ୍ତା କାଲି ସୁଦ୍ଧା ୨ୟ ଶିବିର ଏବଂ ସପ୍ତାହ ଶେଷ ସୁଦ୍ଧା ୩ୟ ଶିବିର ପୂର୍ଣ୍ଣ କାର‌୍ୟ୍ୟକ୍ଷମ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହି ଶିବିରରେ ଆଲୋକ, ଫ୍ୟାନ୍ ଏବଂ ପାନୀୟଜଳ ଆଦିର ଅତି ଆବଶ୍ୟକୀୟ ବ୍ୟବସ୍ଥା ନିଶ୍ଚିତ କରାଇବା ପାଇଁ ମଧ୍ୟ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି।

ଏ ବିଷୟରେ ଗଣମାଧ୍ୟମ ପ୍ରଶ୍ନର ଉତ୍ତର ଦେଇ ହସ୍ପିଟାଲ୍ର ନିର୍ଦ୍ଦେଶକ, ଡାକ୍ତର ଲଲାଟେନ୍ଦୁ ଷଢଙ୍ଗୀ କହିଥିଲେ ଯେ କାର‌୍ୟ୍ୟକ୍ଷମ ହୋଇଥିବା ୧ମ ଶିବିରରେ ପ୍ରାୟ ୫୦ ଜଣ ରୋଗୀ ଆଶ୍ରୟ ନେଇଛନ୍ତି। ୨ୟ ଏବଂ ୩ୟ ଶିବିର କାର୍ଯ୍ୟକ୍ଷମ ହୋଇଗଲେ ୧୦୦ରୁ ୧୫୦ ରୋଗୀ ଏବଂ ତାଙ୍କର ସହାୟକମାନେ ଆଶ୍ରୟ ନେଇ ପାରିବେ। ଶିବିରରେ ଆବଶ୍ୟକୀୟ ଲାଇଟ୍, ଫ୍ୟାନ୍ ଓ ପାନୀୟଜଳ ଆଦିର ବ୍ୟବସ୍ଥା କରାଯାଇଛି। ପାଖରେ ଆହାର କେନ୍ଦ୍ର ମଧ୍ୟ ଅଛି।

ସାଧାରଣତଃ ରେଡିଏସନ୍ ନେଉଥିବା ରୋଗୀ ଓ ତାଙ୍କର ସହାୟକମାନେ ହସ୍ପିଟାଲ୍ ବାରଣ୍ଡା ଆଦିରେ ବିଶ୍ରାମ ନେଉଥିଲେ। ହସ୍ପିଟାଲ୍ରେ ଦୈନିକ ହାରାହାରି ୩୫୦ ରୋଗୀ ରେଡିଏସନ୍ ନେଉଛନ୍ତି। ରେଡିଏସନ୍ ଏକ ଆଉଟ୍ଡୋର ଚିକିତ୍ସା। ବର୍ତ୍ତମାନ ହସ୍ପିଟାଲ୍ର ବେଡ୍ ସଂଖ୍ୟା ୨୮୧, ଯେଉଁଥିରେକି ଗୁରୁତର ଚିକିତ୍ସାଧିନ ରୋଗୀମାନେ ରହୁଛନ୍ତି। ଏହାଛଡ଼ା ପ୍ରତିଦିନ ହାରାହାରି ୫୦୦ ନୂଆରୋଗୀ ହସ୍ପିଟାଲ୍କୁ ଆସୁଛନ୍ତି । କିଛି ରୋଗୀଙ୍କର ପ୍ରାକ୍-ଆଡ୍ମିସନ୍ ପରୀକ୍ଷା ନିରୀକ୍ଷା ଦରକାର ପଡୁଛି।

କ୍ୟାନ୍ସର ରୋଗର ନିରୂପଣ ମଧ୍ୟ ଏକ ସମୟ ସାପେକ୍ଷ ପରୀକ୍ଷା। ତାଛଡ଼ା ଦୂର ଦୁରନ୍ତରୁ ଆସି ରେଡିଏସନ୍ ନେଉଥିବା ରୋଗୀମାନେ ଅନେକ ସମୟରେ ନିଜ ଘରକୁ ଫେରିନପାରି ସାଧାରଣ ଭାବେ ହସ୍ପିଟାଲ୍ ବାରଣ୍ଡାରେ ଆଶ୍ରୟ ନେଇଥାଆନ୍ତି। ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶରେ ନିର୍ମାଣ ହେଇଥିବା ଆଶ୍ରୟ ସ୍ଥଳ ଏ ପ୍ରକାର ଲୋକମାନଙ୍କୁ ଅନେକ ଆଶ୍ୱସ୍ତି ଦେଇଛି।

ସୂଚନା ଯୋଗ୍ୟ, ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲରେ ୨୦୦ ବେଡ୍ ବିଶିଷ୍ଟ ନୂଆ ଓ୍ୱାର୍ଡ ତିଆରି କରାଯାଉଛି। ଚଳିତ ବର୍ଷ ଜୁନ୍ ମାସ ଶେଷସୁଦ୍ଧା ଏହି ଓ୍ୱାର୍ଡ୍କୁ ପୂର୍ଣ୍ଣ କାର‌୍ୟ୍ୟକ୍ଷମ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏହା କାର୍ଯ୍ୟକ୍ଷମ ହୋଇଗଲେ ଦୈନିକ ନୂଆ ରୋଗୀମାନଙ୍କ ଆଡମିସନ୍ ସମସ୍ୟାର ସମାଧାନ ହୋଇଯିବ। ସମସ୍ତ ରୋଗୀ ହସ୍ପିଟାଲ୍ରେ ଆଡ୍ମିସନ୍ ହୋଇପାରିବେ। ନିର୍ମାଣ ହୋଇଥିବା ଏହି ୩ଟି ଆଶ୍ରୟ ଶିବିର ଭବିଷ୍ୟତରେ ରୋଗୀଙ୍କର ସହାୟକମାନଙ୍କ ନିମନ୍ତେ ବ୍ୟବହାର ହୋଇପାରିବ ବୋଲି ଡାକ୍ତର ଷଢଙ୍ଗୀ କହିଛନ୍ତି।

ଆଚାର୍ଯ୍ୟ ହରିହର ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲ କ୍ୟାନସର ହସପିଟାଲ ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.