Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପାଟକୁରାରୁ ବିଜେଡି ପ୍ରାର୍ଥୀ ହେବେ ସ୍ବର୍ଗତ ବେଦପ୍ରକାଶ ଅଗ୍ରୱାଲାଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲା, ଦଳ ସୁପ୍ରିମୋ କଲେ ଘୋଷଣା
ବିଶେଷ ଖବର

ପାଟକୁରାରୁ ବିଜେଡି ପ୍ରାର୍ଥୀ ହେବେ ସ୍ବର୍ଗତ ବେଦପ୍ରକାଶ ଅଗ୍ରୱାଲାଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲା, ଦଳ ସୁପ୍ରିମୋ କଲେ ଘୋଷଣା

April 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen announced the candidatae name of Patkura Assembly constituency
Naveen announced the candidatae name of Patkura Assembly constituency

ପାଟକୁରା ବିଧାନସଭା ପାଇଁ ବିଜେଡିର ପ୍ରାର୍ଥୀ ହେବେ ସାବିତ୍ରୀ ଅଗ୍ରୱାଲା। ସାବିତ୍ରୀ ହେଉଛନ୍ତି ସ୍ବର୍ଗତ ବେଦପ୍ରକାଶ ଅଗ୍ରୱାଲାଙ୍କ ପତ୍ନୀ। ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ଘେଷଣା କରିଛନ୍ତି। ଗତ ୨୦ ତାରିଖରେ ବେଦ ପ୍ରକାଶ ଅଗ୍ରୱାଲାଙ୍କ ପରଲୋକ ହୋଇଥିଲା। ଚଳିତ ନିର୍ବାଚନରେ ତାଙ୍କୁ ବିଜେଡି ତରଫରୁ ପାଟକୁରାରୁ ପ୍ରାର୍ଥୀ କରିଥିଲେ। ତାଙ୍କର ସ୍ବାସ୍ଥ୍ୟ ଖରାପ ଥିବାରୁ ସେ ବହୁଦିନ ଧରି ଭୁବନେଶ୍ବରର ଏକ ହସପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟରେ ସାମାନ୍ୟ ପରିବର୍ତ୍ତନ ଆସିବାରୁ ସେ ନାମାଙ୍କନ ପତ୍ର ଦଖଲ କରିଥିଲେ। ହେଲେ ନିର୍ବାଚନ ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ନିର୍ବାଚନ କମିଶନର ଏହି ନିର୍ବାଚନ ମଣ୍ଡଳୀର ନିର୍ବାଚନକୁ ଆସନ୍ତା ୧୯ ତାରିଖରେ ହେବ ବୋଲି ଘୋଷଣା କରିଥିଲେ। ଏହି ନିର୍ବାଚନ ମଣ୍ଡଳୀ ପାଇଁ ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ର ମଧ୍ୟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ ଅନୁସାରେ ପୂର୍ବରୁ ଯେଉଁମାନଙ୍କ ନାମାଙ୍କନ କାୟମ ରହିଛି ସେମାନଙ୍କର କୌଣସି ପରିବର୍ତ୍ତନ ହେବ ନାହିଁ। କେବଳ ବିଜେଡି ପ୍ରାର୍ଥୀ ଦେବ ବୋଲି ଘୋଷଣା କରିଥିଲେ। ସେହି ଅନୁସାରେ ବର୍ତ୍ତମାନ ବିଜେଡି ସ୍ବାର୍ଗତ ବେଦପ୍ରକାଶ ଅଗ୍ରୱାଲାଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲାଙ୍କୁ ପ୍ରାର୍ଥୀ କରିଛି। ଆସନ୍ତା ୧ ତାରିଖରେ ପ୍ରାର୍ଥୀ ପତ୍ରଦାଖଲ କରିବାର ଶେଷ ତାରିଖ ରହିଛି। ସେଥିପାଇଁ ବିଜେଡି ଆଜି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏହି ଘୋଷଣା ପରେ ବର୍ତ୍ତମାନ ପାଟକୁରା ନିର୍ବାଚନ ମଣ୍ଡଳୀ ଚଳଞ୍ଚଳ ହୋଇ ଉଠିଛି। ଟିକେଟ ଘୋଷଣା ପରେ ସାବିତ୍ରୀ କହିଛନ୍ତି ଯେ, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୋ ଉପରେ ଆସ୍ଥା ରଖି ଟିକେଟ ଦେଇଛନ୍ତି। ମୋର ସ୍ବର୍ଗତ ପତି ବେଦପ୍ରକାଶ ଅଗ୍ରୱାଲଙ୍କ ଅଧୁରା ସ୍ବପ୍ନକୁ ପୁରଣ କରିବାରେ ଚେଷ୍ଠା କରିବି।

bijoymohaptra ନବୀନପଟ୍ଟନାୟକ ବିଜୟମହାପାତ୍ର ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026

ରାମ ମନ୍ଦିର ଦାନ ଚୋରି ମାମଲାରେ VHP କ୍ଷୁବ୍ଧ: ସରକାରଙ୍କ ନିକଟରେ କଲା ବଡ଼ ଦାବି

June 21, 2026
Latest News

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026

ଅବକାରୀ ବିଭାଗର ବଡ଼ ସଫଳତା: ୮୦ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

June 22, 2026

ବର୍ଷାରେ ଭିଜିଲା ଟ୍ୱିନ୍ ସିଟି; ଗରମରୁ ମିଳିଲା ଆଶ୍ୱସ୍ତି, ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା

June 22, 2026

ସମ୍ବଲପୁରରେ ଭିଡ ହିଂସା! ପିଲାଚୋର ସନ୍ଦେହରେ ପ୍ରବାସୀ ଶ୍ରମିକଙ୍କୁ ଆକ୍ରମଣ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.