Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅକ୍ଷୟ ତୃତୀୟାରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ଚାଷୀଙ୍କ ଖାତାକୁ ଗଲା ୮୦୦ କୋଟି ଟଙ୍କା
ବିଶେଷ ଖବର

ଅକ୍ଷୟ ତୃତୀୟାରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ଚାଷୀଙ୍କ ଖାତାକୁ ଗଲା ୮୦୦ କୋଟି ଟଙ୍କା

May 3, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଅକ୍ଷୟ ତୃତୀୟାରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ଚାଷୀଙ୍କ ଖାତାକୁ ଗଲା ୮୦୦ କୋଟି ଟଙ୍କା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର କୃଷକ ମାନଙ୍କୁ କାଳିଆ ଯୋଜନାର ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ବାରା ଝାରସୁଗୁଡା ବ୍ୟତୀତ ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ସିଧାସଳଖ ପ୍ରଦାନ କରାଯାଇଛି । ଚାଷୀ ମାନଙ୍କୁ ଏହି ଟଙ୍କାକୁ ଚାଷ କାମରେ ଲଗାଇ କୃଷିରେ ଉନ୍ନତି ଆଣିବା ପାଇଁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଲେ ଯେ ଚାଷୀ ଆମ ଅର୍ଥନୀତିର ମୁଖ୍ୟ ଆଧାର । ଆମର କୃଷକମାନେ କେବଳ ଓଡିଶା ନୁହେଁ, ସାରା ଦେଶର ଖାଦ୍ୟ ସୁରକ୍ଷାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ଓ ଓଡିଶା ପାଇଁ ଗୌରବ ଆଣିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଚାଷୀ ଭାଇଭଉଣୀ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

କୃଷି ବିକାଶ ଓ କୃଷକ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ବର୍ଷ କୃଷି ପାଇଁ ୨୦ ହଜାର କୋଟିରୁ ଅଧିକ ଟଙ୍କାର ବଜେଟ ରଖାଯାଇଛି।

ଏହି ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ପଣସ ମିଶନ ଓ ରିୱାର୍ଡ (Rejuvenating Watershed for Agricultural Resilience through Innovative Development) କାର୍ଯ୍ୟକ୍ରମର ଶୁଭାରମ୍ଭ ହେବା ସହିତ ମିଲେଟ୍‌ ମିଶନ ଓ ସମନ୍ବିତ କୃଷି ପ୍ରୋତ୍ସାହନ ନିମନ୍ତେ ସ୍ବତନ୍ତ୍ର କାର୍ଯ୍ୟକ୍ରମ (Special Programme for Promotion of Integrated Farming)ର ପ୍ରସାର ମଧ୍ୟ କରାଯାଉଛି ।

ସୂଚନାଯୋଗ୍ୟ ଯେ ପଣସ ମିଶନରେ ୯ଟି ଜିଲ୍ଲାର ପଣସ ଚାଷୀଙ୍କ ପାଇଁ ୯୭ କୋଟି ଟଙ୍କାର ପ୍ରୋତ୍ସାହନ ରଖାଯାଇଥିବା ବେଳେ, ରିୱାର୍ଡ ଯୋଜନାରେ ବୈଜ୍ଞାନିକ ପ୍ରଣାଳୀରେ ଜଳବିଭାଜିକା କାର୍ଯ୍ୟକ୍ରମ ଜରିଆରେ ଚାଷ ଜମିର ଉତ୍ପାଦକତା ବୃଦ୍ଧି ପାଇଁ ୫୦୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ସେହିପରି ଓଡିଶା ମିଲେଟ୍‌ ମିଶନରେ ୧୯ଟି ଜିଲ୍ଲାର ୧୮୨ଟି ବ୍ଲକ୍‌ର ଚାଷୀ ମାନଙ୍କ ପାଇଁ ୨୮୦୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଥିବା ବେଳେ ସମନ୍ବିତ କୃଷିର ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୮ଟି ଜିଲ୍ଲାର ୧.୮ ଲକ୍ଷ କୃଷକ ପରିବାରକୁ ସାମିଲ କରିବା ପାଇଁ ୨୩୯ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ଏହି ୪ଟି ଯୋଜନା ପାଇଁ ୩୬୪୪ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷି କ୍ଷେତ୍ରରେ ପୁଞ୍ଜି ବିନିଯୋଗ ଉପରେ ଆମେ ବିଶେଷ ଗୁରୁତ୍ୱ ଦେଉଛୁ। କୃଷିକୁ ଏକ ଲାଭଜନକ ବୃତ୍ତି ଭାବରେ ବିକଶିତ କରବା ପାଇଁ ଆମର ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇ ମାନଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଥିଲେ । ଏଥିରେ ଚାଷୀମାନେ ସାମିଲ ହୋଇ ସେମାନଙ୍କ ତଥ୍ୟ ଅପ୍‌ଡେଟ କଲେ ଆବଶ୍ୟକ ସେବା ଓ ପରାମର୍ଶ ପାଇପାରିବେ । ଏହାସହିତ କୃଷକ ଓ କୃଷି ଉଦ୍ୟୋଗୀ ମାନଙ୍କ ପାଇଁ ‘ଗୋ-ସୁଗମ’ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିଥିଲେ । ଏହା କୃଷକ ମାନଙ୍କ ପାଇଁ ଦେଶର ପ୍ରଥମ ସିଙ୍ଗଲ ୱିନଡୋ ପ୍ଲାଟଫର୍ମ।

ଏହାସହିତ କୃଷି ଓ ଆନୁସଂଗିକ କ୍ଷେତ୍ରରେ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ “ଆନ୍ତର୍ଜାତିକ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ” ଓ ରାଜ୍ୟ କୃଷି ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଥିଲା । କୃଷକ ମାନଙ୍କ ସଶକ୍ତିକରଣ ପାଇଁ କୃଷକ ଉତ୍ପାଦକ ସଂଗଠନର ଏକ ମାର୍ଗଦର୍ଶିକା ମଧ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ ।

କୃଷି ମନ୍ତ୍ରୀ ଶ୍ରୀ ଅରୁଣ ସାହୁ କହିଲେ ଯେ ଅନେକ ପ୍ରାକୃତିକ ବିପର୍ଯ୍ୟୟ ର ସମ୍ମୁଖୀନ ହେଲେ ମଧ୍ୟ ମୂଖ୍ୟ ମନ୍ତ୍ରୀଙ୍କ ଦୂର ଦୃଷ୍ଟି ଓ ଦୃଢ଼ ନେତୃତ୍ୱ ପାଇଁ ଓଡ଼ିଶା ଆଜି କୃଷି କ୍ଷେତ୍ରରେ ଅଗ୍ରଣୀ ହୋଇ ପାରିଛି। କୃଷି କ୍ଷେତ୍ର ରେ ମହିଳା ମାନଙ୍କୁ ଅଗ୍ରାଧିକାର ଦିଆ ଯାଉଛି। କୃଷି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲାର ଚାଷୀ ନିର୍ମଳ ନାୟକ, ବାଲେଶ୍ବରର ବଇଦ ନାୟକ ଓ ସୁନ୍ଦରଗଡ ଜିଲ୍ଲାର ଚାଷୀ ମେନକା ଭୋଇ ପ୍ରମୁଖ କାଳିଆ ଯୋଜନା ଯୋଗୁ ସେମାନଙ୍କ ଚାଷ କାମରେ କିପରି ଉନ୍ନତି ଆସିଛି, ସେ ବିଷୟରେ ନିଜର ଅଭିଜ୍ଞତା ବର୍ଣ୍ଣନା କରିଥିଲେ। କାଲିଆ ସହାୟତା ପାଇଁ ସେମାନେ ସାର, ବିହନ ଆଦି ସହଜରେ କିଣି ଚାଷ କରିପାରୁଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ପ୍ରକାଶ କରି ପ୍ରଭୁ ଜଗନ୍ନାଥ ଆପଣଙ୍କ ମଙ୍ଗଳ କରନ୍ତୁ ବୋଲି ସେମାନେ କହିଥଲେ।

ଏହି କାର୍ଯ୍ୟକ୍ରମରେ ଏହିସବୁ ନୂଆ ଯୋଜନା ଓ କୃଷି କ୍ଷେତ୍ରରେ ଡିଜିଟାଲ ଟେକ୍‌ନୋଲୋଜିର ପ୍ରୟୋଗ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀ ସଂଜୀବ ଚୋପ୍ରା ସ୍ବାଗତ ଭାଷଣ ଦେଇଥିଲେ। କୃଷି ବିଭାଗର ସ୍ବତନ୍ତ୍ର ସଚିବ ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ଜିଲ୍ଲାରେ ଜିଲ୍ଲପାଳ ଓ ଚାଷୀ ମାନେ ଉପସ୍ଥିତ ଥିଲେ।

ଅକ୍ଷୟ ତୃତୀୟା କାଳିଆ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Latest News

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.