Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜି ଚାଷିମାନଙ୍କ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଶେଷ ଖବର

ଆଜି ଚାଷିମାନଙ୍କ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

May 3, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନାରେ ୮୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହି ଅବସରରେ ସେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ ହୋଇଥିଲା। ସେଥିରେ ପଣସ ମିଶନ ଓ ରିୱାର୍ଡ (Rejuvenating Watershed for Agricultural Resilience through Innovative Development) କାର୍ଯ୍ୟକ୍ରମର ଶୁଭାରମ୍ଭ ହେବା ସହିତ ମିଲେଟ୍‌ ମିଶନ ଓ ସମନ୍ବିତ କୃଷି ପ୍ରୋତ୍ସାହନ ନିମନ୍ତେ ସ୍ବତନ୍ତ୍ର କାର୍ଯ୍ୟକ୍ରମ (Special Programme for Promotion of Integrated Farming)ର ପ୍ରସାର ମଧ୍ୟ କରାଯାଉଛି ।

ପଣସ ମିଶନରେ ୯ଟି ଜିଲ୍ଲାର ପଣସ ଚାଷୀଙ୍କ ପାଇଁ ୯୭ କୋଟି ଟଙ୍କାର ପ୍ରୋତ୍ସାହନ ରଖାଯାଇଥିବା ବେଳେ, ରିୱାର୍ଡ ଯୋଜନାରେ ବୈଜ୍ଞାନିକ ପ୍ରଣାଳୀରେ ଜଳବିଭାଜିକା କାର୍ଯ୍ୟକ୍ରମ ଜରିଆରେ ଚାଷ ଜମିର ଉତ୍ପାଦକତା ବୃଦ୍ଧି ପାଇଁ ୫୦୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି ।

ସେହିପରି ଓଡିଶା ମିଲେଟ୍‌ ମିଶନରେ ୧୯ଟି ଜିଲ୍ଲାର ୧୮୨ଟି ବ୍ଲକ୍‌ର ଚାଷୀ ମାନଙ୍କ ପାଇଁ ୨୮୦୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଥିବା ବେଳେ ସମନ୍ବିତ କୃଷିର ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୮ଟି ଜିଲ୍ଲାର ୧.୮ ଲକ୍ଷ କୃଷକ ପରିବାରକୁ ସାମିଲ କରିବା ପାଇଁ ୨୩୯ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ଏହି ୪ଟି ଯୋଜନା ପାଇଁ ୩୬୪୪ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷି କ୍ଷେତ୍ରରେ ପୁଞ୍ଜି ବିନିଯୋଗ ଉପରେ ଆମେ ବିଶେଷ ଗୁରୁତ୍ୱ ଦେଉଛୁ। କୃଷିକୁ ଏକ ଲାଭଜନକ ବୃତ୍ତି ଭାବରେ ବିକଶିତ କରବା ପାଇଁ ଆମର ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇ ମାନଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଥିଲେ । ଏଥିରେ ଚାଷୀମାନେ ସାମିଲ ହୋଇ ସେମାନଙ୍କ ତଥ୍ୟ ଅପ୍‌ଡେଟ କଲେ ଆବଶ୍ୟକ ସେବା ଓ ପରାମର୍ଶ ପାଇପାରିବେ । ଏହାସହିତ କୃଷକ ଓ କୃଷି ଉଦ୍ୟୋଗୀ ମାନଙ୍କ ପାଇଁ ‘ଗୋ-ସୁଗମ’ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିଥିଲେ । ଏହା କୃଷକ ମାନଙ୍କ ପାଇଁ ଦେଶର ପ୍ରଥମ ସିଙ୍ଗଲ ୱିନଡୋ ପ୍ଲାଟଫର୍ମ।

ଏହାସହିତ କୃଷି ଓ ଆନୁସଂଗିକ କ୍ଷେତ୍ରରେ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ “ଆନ୍ତର୍ଜାତିକ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ” ଓ ରାଜ୍ୟ କୃଷି ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଥିଲା । କୃଷକ ମାନଙ୍କ ସଶକ୍ତିକରଣ ପାଇଁ କୃଷକ ଉତ୍ପାଦକ ସଂଗଠନର ଏକ ମାର୍ଗଦର୍ଶିକା ମଧ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ ।

ଅକ୍ଷୟ ତୃତୀୟା କାଳିଆ କାଳିଆ ଯୋଜନା ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026
Latest News

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026

ଆଇଟିଇଆରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଭଲିବଲ କୋର୍ଟ ଉଦ୍‌ଘାଟିତ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.