Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗତ ଆର୍ଥିକ ବର୍ଷରେ ୧୨୮ କୋଟି ଟଙ୍କାର ବ୍ୟବସାୟ କରିଛି ବୟନିକା, ପାଳନ କଲା ପ୍ରତିଷ୍ଠା ଦିବସ
ବିଶେଷ ଖବର

ଗତ ଆର୍ଥିକ ବର୍ଷରେ ୧୨୮ କୋଟି ଟଙ୍କାର ବ୍ୟବସାୟ କରିଛି ବୟନିକା, ପାଳନ କଲା ପ୍ରତିଷ୍ଠା ଦିବସ

May 5, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଗତ ଆର୍ଥିକ ବର୍ଷରେ ୧୨୮ କୋଟି ଟଙ୍କାର ବ୍ୟବସାୟ କରିଛି ବୟନିକା, ପାଳନ କଲା ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଉତ୍କର୍ଷ କଳାର ଦେଶ, ଉତ୍କଳ, ଯାହା ଆଜି ଓଡ଼ିଶା ରାଜ୍ୟ ଭାବେ ବିଶ୍ୱବିଦିତ, ନିଜର କଳା, ସଂସ୍କୃତି ଓ ସ୍ଥାପତ୍ୟ ପାଇଁ। ଉତ୍କଳୀୟ କଳା ସଂସ୍କୃତି ପାଇଁ ‘ହସ୍ତତନ୍ତ ବସ୍ତ୍ର’ର ଭୂମିକା ସ୍ୱତନ୍ତ୍ର। ଭାରତର ଐତିହ୍ୟ, ପରମ୍ପରା ଓ ସଂସ୍କୃତିର ସଂରକ୍ଷଣ କ୍ଷେତ୍ରରେ ଯୁଗଯୁଗରୁ ଓଡ଼ିଶା ହସ୍ତତନ୍ତ ବସ୍ତ୍ର, ବିଶେଷ ଭାବେ ‘ବାନ୍ଧବସ୍ତ୍ର’ର ସ୍ୱତନ୍ତ୍ର ସ୍ଥାନ ରହିଆସିଛି।

ଏହି ପ୍ରାଚୀନ କଳାକୁ ଉଜ୍ଜୀବିତ ରଖିଛନ୍ତି, ଏହାକୁ ବଂଶାନୁକ୍ରମେ ବୃତ୍ତି ଭାବେ ଆଦରି ନେଇଥିବା ଓଡ଼ିଶାର ଅଗଣିତ ବୁଣାକାର। ରାଜ୍ୟର କୋଣ ଅନୁକୋଣରେ ଏହି ହସ୍ତତନ୍ତ ବସ୍ତ୍ର ପ୍ରସ୍ତୁତ କରିଥିବା ଗ୍ରାମୀଣ କାରିଗର ଓ ସେମାନଙ୍କ ଦ୍ୱାରା ପଂଜୀକୃତ ହୋଇ କାର୍ଯ୍ୟ କରୁଥିବା ପ୍ରାଥମିକ ବୁଣାକାର ସମିତିମାନଙ୍କ ପାଇଁ ବୟନିକା ବ୍ୟାପକ ବଜାର ସୃଷ୍ଟି କରିବାରେ ଦୀର୍ଘ ୬୬ ବର୍ଷ ଧରି ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରିଆସୁଛି ।

୧୯୫୬ ମସିହାରେ ପ୍ରତିଷ୍ଠିତ ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିଃ, ଯାହାକି ଆଜି ‘ବୟନିକା’ ନାମରେ ସୁଖ୍ୟାତି ଅର୍ଜନ କରିଛି । ବୟନିକାର ୬୬ତମ ପ୍ରତିଷ୍ଠା ଦିବସ ସମାରୋହ ‘ବୟନ ଭବନ’ ପ୍ରାଙ୍ଗଣରେ ଆଜି ସନ୍ଧ୍ୟା ୬ ଘଟିକା ସମୟରେ ପାଳିତ ହୋଇଯାଇଛି ।

ଏହି ସମାରୋହକୁ ବୟନିକାର ପରିଚାଳନା ନିର୍ଦ୍ଦେଶକ, ଶ୍ରୀ ଶ୍ୟାମଭକ୍ତ ମିଶ୍ର ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସମେତ ନିର୍ଦ୍ଦେଶାଳୟର ଅଧିକାରୀମାନେ ଉଦ୍‌ଘାଟନ କରିଛନ୍ତି। ଉପରୋକ୍ତ ସମାରୋହ ବ୍ୟତୀତ ବୟନିକାର ସମସ୍ତ ବିକ୍ରୟ ଶାଖାରେ ଏହି ସମାରୋହକୁ ପାଳନ କରାଯାଇଛି, ଯାହାକୁ କି ସଂପୃକ୍ତ ଜିଲ୍ଲାର ପ୍ରମୁଖ ଅଧିକାରୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଛି।

ବୟନିକା ୨୦୨୧-୨୨ ବର୍ଷରେ ନିଜର ପ୍ରତିଷ୍ଠିତ ବିକ୍ରୟ ଶାଖା ଏବଂ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ପ୍ରଦର୍ଶନୀରେ ଭାଗନେଇ ଓ ପ୍ରଦର୍ଶନୀର ଆୟୋଜନ କରି ୧୨୮.୮୫ କୋଟି ଟଙ୍କାର ବ୍ୟବସାୟ ହାସଲ କରିଛି। ୨୦୨୨-୨୩ ବର୍ଷରେ ମୋଟ ୧୬୩.୯୦ କୋଟିର ବ୍ୟବସାୟ ଲକ୍ଷ୍ୟ ରଖାଯାଇଛି।

ଏକ ହସ୍ତତନ୍ତ ସଂସ୍ଥା ହିସାବରେ ୧୨୮.୮୫ କୋଟିର ବ୍ୟବସାୟ କରିବା, ଓଡ଼ିଶା ହସ୍ତତନ୍ତ ଶିଳ୍ପ କ୍ଷେତ୍ରରେ ନିଶ୍ଚିତ ଭାବେ ଏକ ମାଇଲ୍‌ ଖୁଣ୍ଟ । ଆଗାମୀ ଦିନରେ ବୟନିକା ଏହାର ବ୍ୟବସାୟିକ ଅଭିବୃଦ୍ଧି ଘଟାଇବା ପାଇଁ ବଦ୍ଧପରିକର ହେବା ସଙ୍ଗେ ସଙ୍ଗେ ଏହି ସଂସ୍ଥା ସହ ଜଡ଼ିତ ଅଗଣିତ ବୁଣାକାରଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶକୁ ପରିବର୍ଦ୍ଧିତ କରିବା ପାଇଁ ଚେଷ୍ଟିତ।

ବୟନିକା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026
Latest News

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.