Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗ୍ରୀଷ୍ମ ପ୍ରବାହ ମୁକାବିଲା ଏବଂ ମୌସୁମୀ ପ୍ରସ୍ତୁତିର ସ୍ଥିତି ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ
ବିଶେଷ ଖବର

ଗ୍ରୀଷ୍ମ ପ୍ରବାହ ମୁକାବିଲା ଏବଂ ମୌସୁମୀ ପ୍ରସ୍ତୁତିର ସ୍ଥିତି ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

May 5, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ଦେଶରେ ଗ୍ରୀଷ୍ମ ପ୍ରବାହ ମୁକାବିଲା ଏବଂ ମୌସୁମୀ ପ୍ରସ୍ତୁତିର ସ୍ଥିତି ସମୀକ୍ଷା କରିଛନ୍ତି।

ଏହି ବୈଠକରେ ଆଇଏମଡି ଏବଂ ଏନଡିଏମଏର ବରିଷ୍ଠ ପଦାଧିକାରୀମାନେ ଦେଶରେ ମାର୍ଚ୍ଚ-ମେ ୨୦୨୨ ମାସ ମଧ୍ୟରେ ଅନୁଭୂତ ହୋଇଥିବା କ୍ରମାଗତ ଉଚ୍ଚ ତାପମାତ୍ରା ସମ୍ପର୍କରେ ବିସ୍ତୃତ ଭାବେ ସୂଚନା ଦେଇଥିଲେ। ରାଜ୍ୟ, ଜିଲ୍ଲା ଏବଂ ସହରାଞ୍ଚଳ ସ୍ତରରେ ଏକ ‘ମାନକ ମୁକାବିଲା ପ୍ରସ୍ତୁତି ଯୋଜନା’ ଭାବେ ଗ୍ରୀଷ୍ମପ୍ରବାହ ମୁକାବିଲା କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବା ଲାଗି ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶମାନଙ୍କୁ ପରାମର୍ଶ ଦିଆଯାଇଥିଲା।

ଅନ୍ୟପକ୍ଷରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଜନିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ନିମନ୍ତେ ରାଜ୍ୟମାନଙ୍କୁ ଏକ ‘ବନ୍ୟା ମୁକାବିଲା ପ୍ରସ୍ତୁତି ଯୋଜନା’ ବିକଶିତ କରିବା ଲାଗି କୁହାଯାଇଥିଲା।

ଅନୁରୂପ ଭାବେ ବନ୍ୟା ପ୍ରବଣ ରାଜ୍ୟମାନଙ୍କ ପାଇଁ ଉଦ୍ଧାରକାରୀ ଦଳ ନିୟୋଜନ ଯୋଜନା ବିକଶିତ କରିବା ଲାଗି ଏନଡିଆରଏଫକୁ ପରାମର୍ଶ ଦିଆଯାଇଥିଲା। ଜନସାଧାରଣଙ୍କୁ ସଚେତନ କରିବା ଲାଗି ସାମାଜିକ ଗଣମାଧ୍ୟମର ସକ୍ରିୟ ଉପଯୋଗ କରିବାକୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇ କହିଥିଲେ ଯେ, ଗ୍ରୀଷ୍ମପ୍ରବାହ କିମ୍ବା ଅଗ୍ନିକାଣ୍ଡ ଭଳି ଘଟଣା ଜନିତ ଜୀବନହାନି ରୋକିବା ଲାଗି ଆମ ସମସ୍ତଙ୍କୁ ଯଥାସମ୍ଭବ ପଦକ୍ଷେପ ଗ୍ରହଣ କରିବାର ଆବଶ୍ୟକତା ରହିଛି। ଖୁବ୍‌ କମ୍‌ ସମୟ ମଧ୍ୟରେ ଏପରି ଘଟଣାର ମୁକାବିଲା କରାଯିବା ଉଚିତ୍‌।

ସେ ଜୋର ଦେଇ କହିଥିଲେ ଯେ ତାପମାତ୍ରା ବୃଦ୍ଧି ପାଇବାକୁ ଦୃଷ୍ଟିରେ ରଖି, ଡାକ୍ତରଖାନା ମାନଙ୍କରେ ଅଗ୍ନି ସୁରକ୍ଷା ଅଡିଟ୍‌ କରାଯିବା ଆବଶ୍ୟକତା ରହିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଦେଶର ବିବିଧ ଜଙ୍ଗଲର ପ୍ରାକୃତିକ ପରିବେଶ ନିଆଁ ଦାଉରୁ ରକ୍ଷା କରିବା ପାଇଁ ମିଳିତ ପ୍ରୟାସ କରାଯିବା ଜରୁରି। ସମ୍ଭାବ୍ୟ ଅଗ୍ନିକାଣ୍ଡକୁ ଠିକ୍‌ ସମୟରେ ଠାବ କରିବା, ଅଗ୍ନି ନିର୍ବାପନ କରିବା ଏବଂ ଅଗ୍ନିକାଣ୍ଡ ପରେ ସ୍ଥିତି ସ୍ବାଭାବିକ କରିବା ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ଲାଗି ବନ କର୍ମଚାରୀ ଓ ସଂସ୍ଥାର କ୍ଷମତା ବୃଦ୍ଧି କରିବାର ଆବଶ୍ୟକତା ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ଆଗାମୀ ସୌସୁମୀ ପ୍ରସ୍ତୁତି ସମୀକ୍ଷା କରି ପ୍ରଧାନମନ୍ତ୍ରୀ କେତେକ ଆବଶ୍ୟକ ନିର୍ଦ୍ଦେଶ ଦେଇଥିଲେ।  ଜଳବାହିତ ରୋଗ ସଂକ୍ରମଣ ଏବଂ ପ୍ରସାରକୁ ନିରାକରଣ କରିବା ଲାଗି ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିମନ୍ତେ ବିଶେଷ ବ୍ୟବସ୍ଥା କରିବା ଲାଗି ପ୍ରଧାନମନ୍ତ୍ରୀ କହିଥିଲେ।

ଗ୍ରୀଷ୍ମ ପ୍ରବାହ ଓ ପରବର୍ତ୍ତୀ ମୌସୁମୀକୁ ଦୃଷ୍ଟିରେ ରଖି ଯେକୌଣସି ପରିସ୍ଥିତିର ମୁକାବିଲା ଲାଗି ସବୁ ବ୍ୟବସ୍ଥାକୁ ପ୍ରସ୍ତୁତ ରଖିବା ନିମନ୍ତେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସଂସ୍ଥା ମଧ୍ୟରେ ପ୍ରଭାବୀ ସମନ୍ବୟ ସ୍ଥାପନ କରିବା ନେଇ ବୈଠକରେ ଆଲୋଚନା ହୋଇଥିଲା।

ଏହି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତାଗଣ, କ୍ୟାବିନେଟ ସଚିବ, ସ୍ବରାଷ୍ଟ୍ର, ସ୍ବାସ୍ଥ୍ୟ, ଜଳ ଶକ୍ତି ମନ୍ତ୍ରଣାଳୟର ସଚିବଗଣ, ଏନଡିଏମଏ ସଦସ୍ୟ, ଜାତୀୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ (ଏନଡିଏମଏ), ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଏବଂ ଏନଡିଆରଏଫର ମହାନିର୍ଦ୍ଦେଶକମାନେ ଅଂଶଗ୍ରହଣ କରିଥିଲେ।

ଉଚ୍ଚସ୍ତରୀୟ ବୈଠକ ଗ୍ରୀଷ୍ମ ପ୍ରବାହ ମୁକାବିଲା ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ମୌସୁମୀ ପ୍ରସ୍ତୁତି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Latest News

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.