Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଆଇନ୍‌ର ପରିସର ମଧ୍ୟରେ ହେଉଛି: ପିନାକୀ ମିଶ୍ର
ବିଶେଷ ଖବର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଆଇନ୍‌ର ପରିସର ମଧ୍ୟରେ ହେଉଛି: ପିନାକୀ ମିଶ୍ର

May 10, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଉପରେ ହାଇକୋର୍ଟ ରହିତାଦେଶ ଦେଇନାହାନ୍ତି। ବରଂ ଏଏସ୍‌ଆଇ ସହିତ ସମନ୍ୱୟ ରଖି ରାଜ୍ୟ ସରକାର ନିର୍ମାଣ କାର୍ଯ୍ୟ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି। ହାଇକୋର୍ଟ ଏହା ସ୍ପଷ୍ଟ କଲା ପରେ ବିରୋଧୀମାନେ କେଉଁ ଆଧାରରେ ଏବଂ କେଉଁ କ୍ଷମତା ବଳରେ କାମ ବନ୍ଦ ରଖିବା ଉଚିତ୍ ବୋଲି କହୁଛନ୍ତି? ପରିକ୍ରମା ପ୍ରକଳ୍ପ ସମ୍ପର୍କରେ ଏଏସ୍‌ଆଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିବା ପରେ ଆଜି ପ୍ରକଳ୍ପ ବିରୋଧୀଙ୍କୁ ଏଭଳି ପ୍ରଶ୍ନ କରିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର।

ଗଣମାଧ୍ୟମରେ ମତ ରଖି ଶ୍ରୀ ମିଶ୍ର କହିଛନ୍ତି ଯେ ରାଜ୍ୟ ସରକାର ଯାହା କାମ କରୁଛନ୍ତି ଆଇନ୍‌ର ପରିସରରେ ରହି କରୁଛନ୍ତି। ଶୌଚାଳୟ, ଡ୍ରେନ୍ ଏବଂ ବୈଦ୍ୟୁତିକ ନିର୍ମାଣ ଆମ୍‌ସାର ଆଇନ୍ ପରିସରରେ ଆସୁନାହିଁ, ତେଣୁ ଏହିସବୁ କାମ କରାଯାଇପାରିବ ବୋଲି ନିଜେ ଏଏସ୍‌ଆଇ ତାଙ୍କ ସତ୍ୟପାଠରେ କହିଛନ୍ତି। ଏହାଛଡ଼ା ଏନ୍‌ଏମ୍‌ଏ ବା ଜାତୀୟ ସ୍ମାରକୀ ପ୍ରାଧୀକରଣ ଆମକୁ ଏଥିପାଇଁ ୪ ସେପ୍ଟେମ୍ବର ୨୦୨୧ରେ ଏନ୍‌ଓସି ଦେଇଛନ୍ତି ବୋଲି ଆଡ୍‌ଭୋକେଟ୍ ଜେନେରାଲ ହାଇକୋର୍ଟରେ କହିଛନ୍ତି।

ଶ୍ରୀ ମିଶ୍ର ଆହୁରି କହିଛନ୍ତି ଯେ, ଏଏସ୍‌ଆଇ ନିଜର ସତ୍ୟପାଠରେ ଉଲ୍ଲେଖ କରିଥିବା କେତେକ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଭିନ୍ନ ମତ ରହିଛି ବୋଲି ଆଡ୍‌ଭୋକେଟ୍ ଜେନେରାଲ ମାନ୍ୟବର ହାଇକୋର୍ଟଙ୍କୁ ସ୍ପଷ୍ଟ ଭାବେ ଜଣାଇଛନ୍ତି। ସେଥିପାଇଁ ହାଇକୋର୍ଟ ମଧ୍ୟ ରାଜ୍ୟ ସରକାରଙ୍କୁ ଜବାବୀ ସତ୍ୟପାଠ ଦାଖଲ କରିବାକୁ ସମୟ ଦେଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଆବେଦନକାରୀ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଉପରେ ରହିତାଦେଶ ଦିଆଯାଉ ବୋଲି ବାରମ୍ବାର ନିବେଦନ କରିଥିଲେ। ମାତ୍ର ହାଇକୋର୍ଟ ଏହା ଉପରେ ରହିତାଦେଶ ଦେବାକୁ ସ୍ପଷ୍ଟ ଭାବେ ମନା କରିଦେଇଛନ୍ତି। ବରଂ ରାଜ୍ୟ ସରକାର ଓ ଏଏସ୍‌ଆଇ ପରସ୍ପର ଭିତରେ ସମନ୍ୱୟ ରଖି କାମ ଜାରି ରଖିବାକୁ ହାଇକୋର୍ଟ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି।

ପୁରୀର ଲୋକ ଏହି ପରିକ୍ରମା ପ୍ରକଳ୍ପ କାମ ହେଉ ବୋଲି ଚାହୁଁଛନ୍ତି ବୋଲି ଦର୍ଶାଇ ଶ୍ରୀ ମିଶ୍ର କହିଛନ୍ତି ଯେ ପ୍ରତିଦିନ ମହାପ୍ରଭୁଙ୍କ ଦର୍ଶନ ଲାଗି ଆସୁଥିବା ଲକ୍ଷ ଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁ ଶୌଚାଳୟ ଓ ଅନ୍ୟାନ୍ୟ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହି ସ୍ପର୍ଶକାତର ସମସ୍ୟାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାର ଉପଲବ୍ଧି କଲା ପରେ ଲୋକଙ୍କ ସୁବିଧା ଲାଗି ଏନ୍‌ଏମ୍‌ଏର ଏନ୍‌ଓସି ନେଇ ଶୌଚାଳୟ ଆଦି ନିର୍ମାଣ କରୁଛନ୍ତି।

ଅନ୍ୟପକ୍ଷରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଯୁଗ୍ମ ଅନୁଧ୍ୟାନ ପରେ ଏନେଇ ଏଏସ୍‌ଆଇ ସତ୍ୟପାଠରେ ଯେଉଁସବୁ ବିଷୟ ଉଲ୍ଲେଖ କରିଛି, ହାଇକୋର୍ଟ ଏହାକୁ ଅସ୍ପଷ୍ଟ ବୋଲି ଦର୍ଶାଇଛନ୍ତି ଏବଂ ଏହି ନିର୍ମାଣ କାର୍ଯ୍ୟ ମନ୍ଦିର ଉପରେ କ୍ଷତି ପହଞ୍ଚାଇବ କି ନାହିଁ ତାହା ଉପରେ ଅଧିକ ଅନୁଧ୍ୟାନ କରି ନିର୍ଦ୍ଦିଷ୍ଟ ଭାବେ ରିପୋର୍ଟ ଦେବାକୁ ଏଏସ୍‌ଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଜବାବୀ ସତ୍ୟପାଠ ଦାଖଲ ପାଇଁ ସମୟ ଦେବା ସହ କାମ ଜାରି ରଖିବାକୁ କହିଛନ୍ତି।

ହାଇକୋର୍ଟ ସ୍ପଷ୍ଟ ଭାବେ ଏଭଳି ନିର୍ଦ୍ଦେଶ ଦେବା ପରେ ପ୍ରକଳ୍ପ କାମ ବନ୍ଦ କରିବାକୁ କାହାର ସତ୍‌ସାହାସ ହେଉଛି ବୋଲି ଶ୍ରୀ ମିଶ୍ର ପ୍ରଶ୍ନ କରିଛନ୍ତି। ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଗଣମାଧ୍ୟମରେ ଏନେଇ ମତ ରଖିବା ପରେ ଶ୍ରୀ ମିଶ୍ର ତାଙ୍କ ନାମ ନ ନେଇ ତାଙ୍କୁ କଟାକ୍ଷ କରିଛନ୍ତି ଏବଂ ଯେଉଁମାନେ ପାର୍ଲାମେଣ୍ଟ ଯିବାକୁ ଚାହୁଁଛନ୍ତି ସେମାନେ ପ୍ରଥମେ ଆଇନ୍‌ର ଜ୍ଞାନ ହାସଲ କରନ୍ତୁ ବୋଲି କହିଛନ୍ତି।

ଏଏସ୍‌ଆଇ ପିନାକୀ ମିଶ୍ର ପୁରୀ ସାଂସଦ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ହାଇକୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026

ରାମ ମନ୍ଦିର ଦାନ ଚୋରି ମାମଲାରେ VHP କ୍ଷୁବ୍ଧ: ସରକାରଙ୍କ ନିକଟରେ କଲା ବଡ଼ ଦାବି

June 21, 2026

ଟ୍ରମ୍ପଙ୍କ ଧମକକୁ ଖାତିର ନାହିଁ!: ରୁଷ ତୈଳ ଉପରେ କଟକଣା ସତ୍ତ୍ୱେ ରେକର୍ଡ ଆମଦାନୀ କଲା ଭାରତ

June 21, 2026
Latest News

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026

ଛାତ୍ରୀ ମୃତ୍ୟୁ ଘଟଣାରେ ବୟଫ୍ରେଣ୍ଡ ଗିରଫ

June 21, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.