Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଏନଏସଡ଼ିସିଆଇ ଇଂଟରନ୍ୟାସନାଲ-ହିନ୍ଦୁସ୍ତାନ ପୋର୍ଟ ମଧ୍ୟରେ ଏମଓୟୁ ସ୍ୱାକ୍ଷର
ବିଶେଷ ଖବର

କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଏନଏସଡ଼ିସିଆଇ ଇଂଟରନ୍ୟାସନାଲ-ହିନ୍ଦୁସ୍ତାନ ପୋର୍ଟ ମଧ୍ୟରେ ଏମଓୟୁ ସ୍ୱାକ୍ଷର

May 12, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ଉପସାଗରୀୟ ଦେଶ ତଥା ବିଶ୍ୱ ବଜାର ପାଇଁ ଦକ୍ଷ ମାନବସମ୍ବଳ ପ୍ରସ୍ତୁତ ନିମନ୍ତେ ବାରଣାସୀ ଠାରେ ସ୍କିଲ ଇଣ୍ଡିଆ ଇଂଟରନ୍ୟାସନାଲ ସେଂଟର ପ୍ରତିଷ୍ଠା କରାଯିବ। ଏ ନେଇ ଗୁରୁବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଜାତୀୟ ଦକ୍ଷତା ବିକାଶ ଉଦ୍ୟୋଗ ତଥା ଏନଏସଡ଼ିସିଆଇ ଇଂଟରନ୍ୟାସନାଲ (ଏନଏସଡ଼ିସିଆଇ) ଏବଂ ଡିପିି ୱାର୍ଲଡର ଭାରତୀୟ ୟୁନିଟ୍‌, ହିନ୍ଦୁସ୍ତାନ ପୋର୍ଟ ପ୍ରାଇଭେଟ୍ ଲିମିଟେଡ଼୍ ମଧ୍ୟରେ ଏକ ବୁଝାମଣା ପତ୍ର(ଏମଓୟୁ) ସ୍ୱାକ୍ଷରିତ ହୋଇଯାଇଛି।

ଏହି ଏମଓୟୁ ଦ୍ୱାରା ଉତରପ୍ରଦେଶର ବାରଣାସୀ ଠାରେ ସ୍କିଲ ଇଣ୍ଡିଆ ଇଂଟରନ୍ୟାସନାଲ ସେଂଟରକୁ ବିକଶିତ କରାଯିବ। ବିଦେଶରେ ରୋଜଗାର ପାଇଁ ଇଚ୍ଛୁକ ଥିବା ଦେଶର ଯୁବବର୍ଗଙ୍କ ଲଜିଷ୍ଟିକ୍‌, ବନ୍ଦର ପରିଚାଳନା ଓ ସମତୁଲ୍ୟ କ୍ଷେତ୍ରରେ ଦକ୍ଷତା ବିକାଶ ପାଇଁ ପ୍ରଶିକ୍ଷଣ ଦିଆଯିବ। ଏଠାରେ ଅନ୍ତରାଷ୍ଟ୍ରୀୟ ସ୍ତରର ଦକ୍ଷତା ପ୍ରଦାନ କରିବା ସହ ବିଶ୍ୱ ବଜାର ପାଇଁ ଛାତ୍ରଛାତ୍ରୀଙ୍କୁ ପ୍ରସ୍ତୁତ କରାଯିବା ନେଇ ଏହି ବଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ଉପସାଗରୀୟ ଦେଶ ଓ ବିଶ୍ୱର ଅନ୍ୟ ଦେଶ ଗୁଡ଼ିକ ସହ ଭାରତ ଏକ ସହଯୋଗୀ ରାଷ୍ଟ୍ର ହୋଇପାରିଛି।

ସରକାର ଦେଶର ଯୁବକଙ୍କ ଆକାଂକ୍ଷାକୁ ପୂରଣ କରିବା ଦିଗରେ କାର୍ଯ୍ୟ କରୁଛନ୍ତି ଏବଂ ଭବିଷ୍ୟତ କାର୍ଯ୍ୟ ପାଇଁ ମଧ୍ୟ ପ୍ରସ୍ତୁତ କରୁଛି। ସରକାର ଦକ୍ଷ ଓ ନିର୍ଭରଯୋଗ୍ୟ ମାନବସମ୍ବଳ ପ୍ରସ୍ତୁତ କରୁଛନ୍ତି। ଦକ୍ଷ ମାନବ ସମ୍ବଳ ପ୍ରସ୍ତୁତ ଦ୍ୱାରା ଦେଶ ଓ ବିଶ୍ୱ ଅର୍ଥନୀତି ଗତିଶୀଳ ହେବ। ଭାରତ ଏବଂ ୟୁଏଇ ମଧ୍ୟରେ ଦୃଢ଼ ସମ୍ପର୍କ ରହିଛି ଏବଂ ଆଜିର ଏହି ଏମଓୟୁ ଅନ୍ୟ ଏକ ସଫଳ ଭାଗିଦାରୀ ହେବ, ଯାହା ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୂତ୍ କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ଏହି ଏମଓୟୁ ସ୍ୱାକ୍ଷରିତ ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ୟୁଏଇର ଉଦ୍ୟମିତା, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଡ଼. ଅହିମ୍ମଦ ବେଲହଲ ଅଲଫାଲାସୀ ଓ ୟୁଏଇର ପ୍ରତନିଧି ମଣ୍ଡଳିଙ୍କ ସହ ସହ ଦ୍ୱିପାକ୍ଷିକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା। ଦକ୍ଷତା ବିକାଶ ଏବଂ ଉଦ୍ୟମିତା କ୍ଷେତ୍ରରେ ଭାରତ ଓ ୟୁଏଇର ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ସହ ଭାରତ-ୟୁଏଇ ସଇପିଏକୁ ଆହୁରି ଶିଖରକୁ ନେବା ଦିଗରେ ବୈଠକରେ ଆଲୋଚନା ହୋଇଥିଲା।

ଉଲ୍ଲେଖନୀୟ ଯେ, ଏନଏସଡ଼ିସି ଇଂଟରନ୍ୟାସନାଲର ନିର୍ଦ୍ଦେଶକ ଭେଦମଣି ତ୍ରିପାଠୀ ଓ ଡ଼ିପି ୱାର୍ଲଡର ସଭାପତି ତଥା ଏଚପିପିଏଲର ନିର୍ଦ୍ଦେଶକ ମହମ୍ମଦ ଅଲ୍ ମୁଲେମଙ୍କ ମଧ୍ୟରେ ଏମଓୟୁକୁ ପାରସ୍ପରିକ ହସ୍ତାନ୍ତର କରିଥିଲେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର, ୟୁଏଇ ମନ୍ତ୍ରୀ ଡ଼. ଅହିମ୍ମଦ ବେଲହଲ ଅଲଫାଲାସୀ ପ୍ରମୁଖ ଉପସ୍ଥିତ ଥିଲେ।

ଏମଓୟୁ ସ୍ୱାକ୍ଷର ଧର୍ମେନ୍ଦ୍ର ପ୍ରଧାନ ସ୍କିଲ ଇଣ୍ଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026
Latest News

ଆଜି ପଶ୍ଚିମବଙ୍ଗ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ

April 29, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ :’ଦିଦି’ ବ୍ରାଣ୍ଡ ପାଇଁ ଏକ ପରୀକ୍ଷା

April 29, 2026

ଖରାଦିନେ ଗର୍ଭବତୀ ମହିଳା କିପରି ଯତ୍ନ ନେବେ

April 29, 2026

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.