Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦ୍ବିତୀୟ ବିଶ୍ବ କୋଭିଡ ଭର୍ଚୁଆଲ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ଦ୍ବିତୀୟ ବିଶ୍ବ କୋଭିଡ ଭର୍ଚୁଆଲ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ

May 12, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦ୍ବିତୀୟ ବିଶ୍ବ କୋଭିଡ୍‌ ଶିଖର ସମ୍ମିଳନୀରେ ଭର୍ଚୁଆଲ ମାଧ୍ୟମରେ ଅଂଶଗ୍ରହଣ କରିଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ନିମନ୍ତ୍ରଣ କ୍ରମେ ସେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ‘ମହାମାରୀ କ୍ଲାନ୍ତି ନିରାକରଣ ଏବଂ ପ୍ରସ୍ତୁତିକୁ ପ୍ରାଥମିକତା’ ବିଷୟବସ୍ତୁକୁ ନେଇ ଆୟୋଜିତ ଶିଖର ସମ୍ମିଳନୀର ପ୍ରାରମ୍ଭିକ ଅଧିବେଶନରେ ପ୍ରଧାନମନ୍ତ୍ରୀ ତାଙ୍କର ବକ୍ତବ୍ୟ ରଖିଥିଲେ।

ମହାମାରୀ ମୁକାବିଲା ପାଇଁ ଭାରତ ଏକ ଜନକୈନ୍ଦ୍ରିକ ରଣନୀତି ଆପଣାଇଥିବା ପ୍ରଧାନମନ୍ତ୍ରୀ କହିଥିଲେ। ସେ କହିଥିଲେ ଯେ, ଭାରତ ଚଳିତ ବର୍ଷ ସ୍ବାସ୍ଥ୍ୟ ପାଇଁ ସର୍ବାଧିକ ବଜେଟ୍‌ ଆବଣ୍ଟନ କରିଛି। ଭାରତ ବିଶ୍ବର ସର୍ବବୃହତ ଟିକାକରଣ ଅଭିଯାନ କାର୍ଯ୍ୟକାରୀ କରୁଛି ଏବଂ ପ୍ରାୟ ୯୦ ପ୍ରତିଶତ ବୟସ୍କ ଜନସଂଖ୍ୟା ଓ ୫ କୋଟିରୁ ଅଧିକ ପିଲାଙ୍କ ଟିକାକରଣ ସମ୍ପୂର୍ଣ୍ଣ କରିସାରିଛି।

ପ୍ରଧାନମନ୍ତ୍ରୀ ଆହୁରି କହିଥିଲେ ଯେ, ବିଶ୍ବ ସମୁଦାୟର ଏକ ଉତ୍ତରଦାୟୀ ସଦସ୍ୟ ଭାବେ ଭାରତ ଏହାର ମିତବ୍ୟୟୀ ସ୍ବଦେଶୀ କୋଭିଡ ମୁକାବିଲା ପ୍ରଯୁକ୍ତି, ଟିକା ଏବଂ ଚିକିତ୍ସା ପଦ୍ଧତିକୁ ଅନ୍ୟ ଦେଶମାନଙ୍କୁ ବିତରଣ କରିବାରେ ସକ୍ରିୟ ଭୂମିକା ନିର୍ବାହ କରିବ। ଭାରତ ନିଜର ଜିନ୍‌ ଅନୁଶୀଳନ ବ୍ୟବସ୍ଥା (ଜେନୋମିକ ସର୍ଭିଲେନ୍ସ କନସୋର୍ଟିଅମ)କୁ ଅନ୍ୟମାନଙ୍କୁ ପ୍ରଦାନ କରିବା ଦିଗରେ କାର୍ଯ୍ୟ କରୁଛି। ଭାରତ ବ୍ୟାପକ ଭାବେ ପାରମ୍ପରିକ ଚିକିତ୍ସା ପଦ୍ଧତିକୁ ଆପଣାଇଛି ଏବଂ ଏହି ଜ୍ଞାନକୁ ସାରା ବିଶ୍ବରେ ପ୍ରସାରିତ କରିବା ଲାଗି ଡବ୍ଲୁଏଚଓ ପାରମ୍ପରିକ ଚିକିତ୍ସା ବିଜ୍ଞାନ କେନ୍ଦ୍ର ପାଇଁ ଶିଳାନ୍ୟାସ କରିଛି।

ଏକ ଦୃଢ଼ ଏବଂ ଆହୁରି ସହନଶୀଳ ବିଶ୍ବ ସ୍ବାସ୍ଥ୍ୟ ସୁରକ୍ଷା ଢାଞ୍ଚା ସୃଷ୍ଟି କରିବା ଲାଗି ବିଶ୍ବ ସ୍ବାସ୍ଥ୍ୟ ସଂଗଠନକୁ ସୁଦୃଢ଼ କରିବା ଏବଂ ସଂସ୍କାର ଆଣିବା ଲାଗି ପ୍ରଧାନମନ୍ତ୍ରୀ ଆହ୍ବାନ କରିଥିଲେ। କ୍ୟାରିକମ୍‌ର ଅଧ୍ୟକ୍ଷ ଦାୟିତ୍ବ ନିର୍ବାହ କରୁଥିବା ରାଷ୍ଟ୍ର ଭାବେ ବେଲିଜେ ରାଷ୍ଟ୍ର/ସରକାରୀ ମୁଖ୍ୟ, ଆଫ୍ରିକୀୟ ରାଷ୍ଟ୍ର ସଂଘର ଅଧ୍ୟକ୍ଷ ସେନେଗାଲ, ଜି-୨୦ର ଅଧ୍ୟକ୍ଷ ଇଣ୍ଡୋନେସିଆ ଏବଂ ଜି7 ରାଷ୍ଟ୍ର ସମୂହର ଅଧ୍ୟକ୍ଷ ଭାବେ ଜର୍ମାନୀ ସହଆୟୋଜକ ଭାବେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ମିଳିତ ଜାତିସଂଘର ମହାସଚିବ, ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ ଏବଂ ଅନ୍ୟ ପ୍ରମୁଖ ବ୍ୟକ୍ତିବିଶେଷମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ।

ଏଥିପୂର୍ବରୁ ୨୨ ସେପ୍ଟେମ୍ବର ୨୦୨୧ରେ ରାଷ୍ଟ୍ରପତି ବାଇଡେନଙ୍କ ଦ୍ବାରା ଆୟୋଜିତ ପ୍ରଥମ ବିଶ୍ବ କୋଭିଡ ଭର୍ଚୁଆଲ ଶିଖର ସମ୍ମିଳନୀରେ ମଧ୍ୟ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଅଂଶଗ୍ରହଣ କରିଥିଲେ।

ପ୍ରଧାନମନ୍ତ୍ରୀ ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ବ୍ରିକ୍ସ ଶିଖର ସମ୍ମିଳନୀ: ଥିମ ଜାରି କଲା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ

August 27, 2026

ବର୍ଷା ସାଜିବ ଖଳନାୟକ!: ଭାରତର WTC ଫାଇନାଲ୍ ପାଇଁ ଏହା କେତେ ଗୁରୁତ୍ୱପୂର୍ଣ୍ଣ?

August 27, 2026

ନୂତନ ଏଲପିଜି ସଂଯୋଗ ଉପରେ ଆଉ କେତେ ଦିନ ପ୍ରତିବନ୍ଧକ?: ଜାଣନ୍ତୁ

August 27, 2026

ପର୍ଯ୍ୟାପ୍ତ ପିଆଜ ଉପଲବ୍ଧତା ଏବଂ ଋତୁକାଳୀନ ଦରବୃଦ୍ଧି ନିୟନ୍ତ୍ରଣ ଲାଗି ସରକାରଙ୍କ ସକ୍ରିୟ ପଦକ୍ଷେପ

August 27, 2026
Latest News

ଭାରତରେ ବ୍ରିକ୍ସ ଶିଖର ସମ୍ମିଳନୀ: ଥିମ ଜାରି କଲା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ

August 27, 2026

ଛଅ ମାସ ମଧ୍ୟରେ ଏକ ଲକ୍ଷ ନିଯୁକ୍ତି: ଯୋଗୀ ସରକାରଙ୍କ ନିଷ୍ପତ୍ତିକୁ ମାୟାବତୀଙ୍କ ଟାର୍ଗେଟ

August 27, 2026

ଶ୍ରୀମନ୍ଦିରରେ ରାକ୍ଷୀ ପୂର୍ଣ୍ଣିମା ଦିନ ପାଳିତ ହୋଇଥାଏ ଦୁଇଟି ପର୍ବ: ଜାଣନ୍ତୁ କଣ

August 27, 2026

ଆଜି ରାକ୍ଷୀ ପୂର୍ଣ୍ଣିମା: ଜାଣନ୍ତୁ ରାକ୍ଷୀ ବାନ୍ଧିବା ବେଳେ ଏହି ପାଞ୍ଚୋଟି ସାବଧାନତା

August 27, 2026

ସୁନା ମୂଲ୍ୟରେ ବିରାମ: ଜାଣନ୍ତୁ ଆଜିର ଦର

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.