Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଖୁବ ଶିଘ୍ର ଭୁବନେଶ୍ବରରୁ ରାଉରକେଲା ଉଡିବ ବିମାନ, ମୁଖ୍ୟ ଶାସନ ସଚିବ କଲେ ସମୀକ୍ଷା
ବିଶେଷ ଖବର

ଖୁବ ଶିଘ୍ର ଭୁବନେଶ୍ବରରୁ ରାଉରକେଲା ଉଡିବ ବିମାନ, ମୁଖ୍ୟ ଶାସନ ସଚିବ କଲେ ସମୀକ୍ଷା

May 13, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଖୁବ ଶିଘ୍ର ଭୁବନେଶ୍ବରରୁ ରାଉରକେଲା ଉଡିବ ବିମାନ, ମୁଖ୍ୟ ଶାସନ ସଚିବ କଲେ ସମୀକ୍ଷା

ରାଉରକେଲା : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ସୁରେଶ ଚନ୍ଦ୍ର ମହାପାତ୍ର ରାଉରକେଲା ଗସ୍ତରେ ଆସି ୨୦୨୩ରେ ଖେଳା ଯିବାକୁ ଥିବା ପୁରୁଷ ବିଶ୍ୱକପ ହକି ଲାଗି ସମୀକ୍ଷା ବୈଠକ କରିଛନ୍ତି। ବିଭିନ୍ନ ବିଭାଗର ଅଧିକାରୀଙ୍କ ସହିତ ହକି ଷ୍ଟାଡିୟମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟ ଶାସନ ସଚିବ ସମୀକ୍ଷା କରିବା ପରେ ଗଣାମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି ଯେ, ୨୦୨୩ରେ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ବିଶ୍ଵକପ ହକି ଖେଳାଯିବ। ଏଥିପାଇଁ ରାଉରକେଲାଠାରେ ଦେଶର ସର୍ବ ବୃହତ୍ ହକି ଷ୍ଟାଡିୟମ ନିର୍ମାଣ କରାଯାଉଛି। ଏଠାରେ ୨୦ ହଜାର ଦର୍ଶକ ଏକାସାଙ୍ଗରେ ବସି ଖେଳ ଉପଭୋଗ କରିପାରିବେ।

ଏହି ଷ୍ଟାଡିୟମ ନିର୍ମାଣ କାମର ନିୟମିତ ଅଗ୍ରଗତି ସମୀକ୍ଷା କରାଯାଉଛି। ଷ୍ଟାଡିୟମକୁ ସଂଯୋଗ କରୁଥିବା ରାସ୍ତାଗୁଡ଼ିକର ମଧ୍ୟ ଉନ୍ନତିକରଣ କରାଯାଉଛି। ଖୁବଶୀଘ୍ର ମୁଖ୍ୟ ଷ୍ଟାଡିୟମର ଗ୍ୟାଲେରୀ ଏବଂ ଖେଳାଳିମାନଙ୍କ ଅଭ୍ୟାସ ପାଇଁ ଥିବା ପଡ଼ିଆ ପ୍ରସ୍ତୁତ ହୋଇଯିବ। ସେଠାରେ ବିଶ୍ୱକପ ପୂର୍ବରୁ ଅଭ୍ୟାସ ମ୍ୟାଚଗୁଡ଼ିକ ଆୟୋଜନ କରାଯିବାର କାର୍ଯ୍ୟକ୍ରମ ରହିଛି। ବିପିୟୁଟି କ୍ୟାମ୍ପସରେ ଖେଳାଳିମାନଙ୍କ ରହିବା ପାଇଁ ବିଶେଷ ବ୍ୟବସ୍ଥା କରାଯାଉଛି।

ପୁରୁଷ ବିଶ୍ଵକପ ହକିକୁ ଦୃଷ୍ଟିରେ ରଖି ସ୍ମାର୍ଟ ସିଟି ରାଉରକେଲାରେ ଅନେକ ଉନ୍ନୟନମୂଳକ କାମ ଚାଲିଛି। ବିଶେଷକରି ପାର୍କଗୁଡ଼ିକର ବିକାଶ ଓ ଅନ୍ୟାନ୍ୟ ସୌନ୍ଦର୍ଯ୍ୟକରଣ କାମ କରାଯାଉଛି। ନିର୍ଦ୍ଧାରିତ ସମୟ ପୂର୍ବରୁ କାମ ସାରିବା ପାଇଁ ମୁଖ୍ୟ ଶାସନ ସଚିବ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ରାଉରକେଲା ବିମାନ ବନ୍ଦରରେ ମଧ୍ୟ ବିଭିନ୍ନ ପ୍ରକାରର ଭିତ୍ତିଭୂମି ନିର୍ମାଣ କାମ ଚାଲିଛି। ଅକ୍ଟୋବର ସୁଦ୍ଧା ନିର୍ମାଣ କାମ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଛନ୍ତି। ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ ଭୁବନେଶ୍ୱରରୁ ରାଉରକେଲାକୁ ସିଧାସଳଖ ବିମାନ ଚଳାଚଳ କରିପାରିବ। ପୁରୁଷ ବିଶ୍ୱକପ ହକି ବେଳେ ଖେଳାଳିମାନେ ବିମାନ ଯୋଗେ ରାଉରକେଲାରେ ପହଞ୍ଚି ପାରିବେ।

ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ବ୍ରାହ୍ମଣୀ ନଦୀରେ ଚାଲିଥିବା ଦ୍ଵିତୀୟ ସେତୁ ନିର୍ମାଣ ଓ ଆପ୍ରୋଚ ରୋଡର ମଧ୍ୟ ସମୀକ୍ଷା କରିଥିଲେ। ଜୁନ୍ ଶେଷ ସୁଦ୍ଧା ଆପ୍ରୋଚ ରୋଡ କାମ ସାରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ। ଏହାଦ୍ଵାରା ବ୍ରାହ୍ମଣୀ ପୋଲ ଉପରେ ଯେଉଁ ଟ୍ରାଫିକ ସମସ୍ୟା ଦେଖାଯାଉଥିଲା ତାହା ଦୂର ହୋଇପାରିବ ବୋଲି ସେ କହିଥିଲେ।

ଏହି ସମୀକ୍ଷା ବୈଠକରେ ସୁନ୍ଦରଗଡ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ, ରାଉରକେଲା ଏସପି ମୁକେଶ କୁମାର ଭାମୁ, ପାନପୋଷ ଉପଜିଲ୍ଲାପାଳ ଦୌଲତ ଚନ୍ଦ୍ରାକର, ରାଉରକେଲା ମହାନଗର ନିଗମର ଡେପୁଟି କମିଶନର ସୁଧାଂଶୁ କୁମାର ଭୋଇ,ରାଉରକେଲା ତହସିଲଦାର ଚନ୍ଦ୍ରକାନ୍ତ ମଲ୍ଲିକ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

ମୁଖ୍ୟ ଶାସନ ସଚିବ ରାଉରକେଲା ବିମାନ ବନ୍ଦର ରାଉରକେଲା ହକି ଷ୍ଟାଡିୟମ
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026
Latest News

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026

ପେଟ୍ରୋଲ ଓ ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ୍ ଟ୍ୟାକ୍ସ, ଘରୋଇ ଦର ଅପରିବର୍ତ୍ତିତ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.