Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟରେ ଧାନ ସଂଗ୍ରହ ମଣ୍ଡିଗୁଡ଼ିକର ଭିତ୍ତିଭୂମି ବିକାଶ ପାଇଁ ଆରମ୍ଭ ହେଲା ଯୋଜନା
ବିଶେଷ ଖବର

ରାଜ୍ୟରେ ଧାନ ସଂଗ୍ରହ ମଣ୍ଡିଗୁଡ଼ିକର ଭିତ୍ତିଭୂମି ବିକାଶ ପାଇଁ ଆରମ୍ଭ ହେଲା ଯୋଜନା

May 14, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ଧାନସଂଗ୍ରହ ମଣ୍ଡିଗୁଡ଼ିକର ଭିତ୍ତିଭୂମି ବିକାଶ ପାଇଁ ଆରମ୍ଭ ହେଲା ଯୋଜନା

ଭୁବନେଶ୍ୱର: ରାଜ୍ୟରେ ମଣ୍ଡିଗୁଡ଼ିକରେ ଧାନସଂଗ୍ରହ ପରିମାଣ ବୃଦ୍ଧି ପାଇଥିବା ପରିପ୍ରେକ୍ଷୀରେ ମଣ୍ଡିର ଧାନସଂଗ୍ରହ କାର୍ଯ୍ୟକୁ ସୁଚାରୁ ରୂପେ କରିବା ନିମନ୍ତେ ଭିତ୍ତିଭୂମିର ଉନ୍ନତି କରିବା ପାଇଁ ସମବାୟ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି । ଏହିସବୁ ଭିତ୍ତିଭୂମିର ଯୋଜନା ପ୍ରସ୍ତୁତି ଓ ନିର୍ମାଣ ଓ ଆବଶ୍ୟକ ବ୍ୟୟ ଭାର ବହନ କରିବା ଦିଗରେ ବିଭାଗ ପକ୍ଷରୁ ଏକ ସଂକଳ୍ପନାମା ଜାରି କରାଯାଇଛି।

ରାଜ୍ୟରେ ପ୍ରତିବର୍ଷ ଚାଷୀମାନଙ୍କଠାରୁ ଧାନସଂଗ୍ରହର ପରିମାଣ ବୃଦ୍ଧି ପାଉଛି ଏବଂ ଅଧିକରୁ ଅଧିକ ଚାଷୀ ମଣ୍ଡିରେ ଧାନ ବିକ୍ରି କରିବା ପାଇଁ ନାମ ପଂଜୀକରଣ କରୁଛନ୍ତି । ଚାଷୀମାନେ ଯେପରି ସହଜରେ ଓ ସୁବିଧାରେ ସେମାନଙ୍କର ଧାନ ବିକି୍ର କରିପାରିବେ, ସେଥିନେଇ ରାଜ୍ୟ ସରକାର ଆବଶ୍ୟକ ଭିତ୍ତିଭୂମିର ନିର୍ମାଣକୁ ଅଗ୍ରାଧିକାର ଦେଇଛନ୍ତି ଏବଂ ଏ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ସମବାୟ ସମିତି ନିବନ୍ଧକଙ୍କୁ କୁହାଯାଇଛି।

ଯେଉଁସବୁ ମଣ୍ଡିଗୁଡ଼ିକରେ ଭିତ୍ତିଭୂମି ବିକାଶର ଆବଶ୍ୟକତା ରହିଛି, ସେଠାରେ ନିର୍ମାଣ କାର୍ଯ୍ୟ ଆରମ୍ଭ ନିମନ୍ତେ ଆବଶ୍ୟକତାର ପୁନଃଆକଳନ ଓ ଖର୍ଚ୍ଚ ଅଟକଳ ତୁରନ୍ତ ପ୍ରସ୍ତୁତ କରି ବିଭାଗକୁ ଅବଗତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅଦିନିଆ ବର୍ଷା ଏବଂ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଚାଷୀମାନଙ୍କ ଧାନ ସୁରକ୍ଷିତ ରଖିବା ଦିଗରେ ପ୍ରତ୍ୟେକ ଧାନସଂଗ୍ରହ କେନ୍ଦ୍ରର ପିଣ୍ଡିଗୁଡ଼ିକ ଉଚ୍ଚ କରିବା, ଉପର ଛାତ ଏବଂ ଗୋଦାମ ଗୃହ ଆଦିର ନିର୍ମାଣ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଛି ।

ଯେଉଁ ମଣ୍ଡିରେ ଏହିସବୁ ସୁବିଧା ନାହିଁ, ସେଠାରେ ଉପଯୁକ୍ତ ସରକାରୀ ଜମିର ହସ୍ତାନ୍ତରଣ କରିବା ପାଇଁ ସଂପୃକ୍ତ ତହସିଲଦାରଙ୍କ ନିକଟରେ ଆବେଦନ କରିବା ପାଇଁ ସମବାୟ ସମିତିର ଡେପୁଟି ରେଜିଷ୍ଟ୍ରାରମାନଙ୍କୁ ବିଭାଗ ପକ୍ଷରୁ ଅଧିକୃତ ଅଧିକାରୀ ଭାବେ ନିୟୋଜିତ କରାଯାଇଛି। ତେବେ ସଂପୃକ୍ତ ନିୟନ୍ତ୍ରିତ ବଜାର କମିଟି ସେମାନଙ୍କ ଦ୍ୱାରା ଧାନସଂଗ୍ରହ ସମୟରେ ଆଦାୟ କରାଯାଇଥିବା ଉନ୍ନୟନ ଫିସ୍‌ ଏବଂ ପ୍ୟାକ୍ସ ଓ ଲ୍ୟାମ୍ପସ୍‌କୁ ଧାନସଂଗ୍ରହ ବାବଦକୁ ମିଳୁଥିବା କମିଶନ ଅର୍ଥକୁ ମଣ୍ଡିର ପିଣ୍ଡିକୁ ଉଚ୍ଚ କରିବା, ଉପର ଛାତ, ଗୋଦାମ ଗୃହ ନିର୍ମାଣ ସହିତ ଅନ୍ୟାନ୍ୟ ମୌଳିକ ଭିତ୍ତିଭୂମି ନିର୍ମାଣ ନିମନ୍ତେ ଖର୍ଚ୍ଚ କରାଯାଇପାରିବ।

ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ମଣ୍ଡି ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଯୋଜନା ଓ ବ୍ୟୟ ଅଟକଳକୁ ଅନୁମୋଦନ କରିବେ। ପ୍ରକଳ୍ପର ବୈଷୟିକ ଅନୁମୋଦନ ସଂପୃକ୍ତ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା/ଜିଲ୍ଲା ପରିଷଦ କାର୍ଯ୍ୟାଳୟର ଅଧିକୃତ ବୈଷୟିକ ବ୍ୟକ୍ତିଙ୍କ ଦ୍ୱାରା ପ୍ରଦାନ କରାଯିବ। ଓଡ଼ିଶା ରାଜ୍ୟ କୃଷି ବିପଣନ ପରିଷଦ ତଦାରଖରେ ସଂପୃକ୍ତ ପଞ୍ଚାୟତ ସମିତି ଦ୍ୱାରା ନିର୍ମାଣ କାର୍ଯ୍ୟ କରାଯିବ।

ଧାନ ସଂଗ୍ରହ ମଣ୍ଡି
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Latest News

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.