Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚଳିତ ମାସ ଶେଷ ସୁଦ୍ଧା ୨ୟ ବ୍ରାହ୍ମଣୀ ସେତୁକୁ ଯାତାୟାତ ଉପଯୋଗୀ କରିବାକୁ ନିର୍ଦ୍ଦେଶ ଦେଲେ ସିଏସ
ବିଶେଷ ଖବର

ଚଳିତ ମାସ ଶେଷ ସୁଦ୍ଧା ୨ୟ ବ୍ରାହ୍ମଣୀ ସେତୁକୁ ଯାତାୟାତ ଉପଯୋଗୀ କରିବାକୁ ନିର୍ଦ୍ଦେଶ ଦେଲେ ସିଏସ

May 14, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚଳିତ ମାସ ଶେଷ ସୁଦ୍ଧା ୨ୟ ବ୍ରାହ୍ମଣୀ ସେତୁକୁ ଯାତାୟାତ ଉପଯୋଗୀ କରିବାକୁ ନିର୍ଦ୍ଦେଶ ଦେଲେ ସିଏସ

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦୁଇ ଦିନିଆ ରାଉରକେଲା ଗସ୍ତରେ ଆସିଥିବା ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଦ୍ଵିତୀୟ ଦିନରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଥିଲ। ଆଜି ପୂର୍ବାହ୍ନରେ ସେ ବିପିୟୁଟି କ୍ୟାମ୍ପସରେ ନିର୍ମାଣାଧୀନ ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ବ୍ରାହ୍ମଣୀ ନଦୀ ଉପରେ ଚାଲିଥିବା ଦ୍ୱିତୀୟ ସେତୁ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ।

କ୍ଷେତ୍ର ପରିଦର୍ଶନ କରିବା ପରେ ମୁଖ୍ୟ ଶାସନ ସଚିବ ସାମ୍ବାଦିକମାନଙ୍କ ପ୍ରଶ୍ନର ଉତ୍ତର ଦେଇ କହିଥିଲେ ଯେ, ବ୍ରାହ୍ମଣୀ ନଦୀ ଉପରେ ଯେଉଁ ଦ୍ୱିତୀୟ ସେତୁ ନିର୍ମାଣ ଚାଲିଛି ତାହା ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଜନସାଧାରଣଙ୍କ ସୁବିଧା ପାଇଁ ଏହି ସେତୁର ଗୋଟିଏ ପାର୍ଶ୍ୱକୁ ଚକିତ ମାସ ଶେଷ ସୁଦ୍ଧା ଯାତାୟାତ ଉପଯୋଗୀ କରାଯିବ। ଜୁନ୍ ମାସ ଶେଷ ସୁଦ୍ଧା ଏହି ସେତୁକୁ ୬ ଲେନ୍ ବିଶିଷ୍ଟ କରି ପୂର୍ଣ୍ଣାଙ୍ଗ କରାଯିବାକୁ ଲକ୍ଷ୍ୟ ରଖାଯାଇଛି।

ଶ୍ରୀ ମହାପାତ୍ର ଆହୁରି ମଧ୍ୟ କହିଥିଲେ ଯେଏହି ସେତୁ ସମ୍ପୂର୍ଣ୍ଣ ହେବାପରେ ରାଉରକେଲା ସହରରେ ଟ୍ରାଫିକ୍ ସମସ୍ୟାର ସମାଧାନ ହୋଇପାରିବ। ଭାରିଯାନଗୁଡ଼ିକ ସହର ଭିତରକୁ ନଆସି ବାଇପାସ୍ ରାସ୍ତା ଦେଇ ଯାତାୟତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହା ଫଳରେ ପ୍ରଦୂଷଣ ମଧ୍ୟ ନିୟନ୍ତ୍ରଣ ହୋଇପାରିବ ।

ସୂଚନାଯୋଗ୍ୟ, ୨୦୨୩ରେ ହେବାକୁ ଥିବା ପୁରୁଷ ବିଶ୍ୱକପ୍ ହକିକୁ ଦୃଷ୍ଟିରେ ରଖି ରାଉରକେଲା ସହରରେ ବିଭିନ୍ନ ଉନ୍ନୟନମୂଳକ କାମ ସହିତ ସୌନ୍ଦର୍ଯ୍ୟକରଣ କାମ କରାଯାଉଛି। ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଏହିସବୁ କାର୍ଯ୍ୟ ବୁଲି ଦେଖିଥିଲେ।

ମୁଖ୍ୟତଃ ସେ କୋଏଲନଗରସ୍ଥିତ ବୈକୁଣ୍ଠ ଘାଟ ନିକଟରେ ନିର୍ମାଣାଧୀନ ରିକ୍ରିଏସନାଲ ପାର୍କ, ଟ୍ରାଫିକ ଗେଟ୍ ନିକଟରେ ଚାଲିଥିବା ପାର୍କିଂ ସ୍ଥଳ ଓ ପାନପୋଷଠାରେ ବହୁତଳ ମାର୍କେଟ କଂପ୍ଲେକ୍ସର ନିର୍ମାଣ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଥିଲେ। କାମର ଗୁଣାତ୍ମକ ମାନ ବଜାୟ ରଖି ଏହିସବୁ ପ୍ରକଳ୍ପ ନିର୍ମାଣ ନିର୍ଦ୍ଧାରିତ ସମୟ ସୀମା ଭିତରେ ଶେଷ କରିବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ରାଉରକେଲା ଗସ୍ତ ସାରି ମୁଖ୍ୟ ଶାସନ ସଚିବ ସୁନ୍ଦରଗଡ଼ ଜିଲ୍ଲାର କୋଇଡ଼ା ଏବଂ ଲହୁଣୀପଡ଼ା ବ୍ଲକର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ପରିଦର୍ଶନରେ ଯାଇଥିଲେ। କୋଇଡ଼ା ବ୍ଲକର ଟେନସା ହିଲ ଟପ୍ ନେଚର କ୍ୟାମ୍ପକୁ ଯାଇ ସେଠାରେ ପର୍ଯ୍ୟଟକମାନଙ୍କୁ ଆତିଥ୍ୟ ପ୍ରଦାନ ପାଇଁ କାର୍ଯ୍ୟରତ ସ୍ଥାନୀୟ ବନ ସୁରକ୍ଷା ସମିତି ସଦସ୍ୟମାନଙ୍କ ସହ ଆଲୋଚନା କରିଥିଲେ। ତା’ଛଡ଼ା ନେଚର କ୍ୟାମ୍ପପାଇଁ ସ୍ଥାପିତ ବିଭିନ୍ନ କଟେଜର ରକ୍ଷଣା ବେକ୍ଷଣ କାମର ତନଖି କରିଥିଲେ । ପର୍ଯ୍ୟଟକ ମାନଙ୍କ ନିମନ୍ତେ ଏହି ପର୍ଯ୍ୟଟନସ୍ଥଳୀକୁ ଅଧିକ ଆକର୍ଷଣୀୟ କରିବା ନିମନ୍ତେ ସରକାର ଉଦ୍ୟମ କରୁଛନ୍ତି ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ।

ସେହିପରି ଲହୁଣୀପଡ଼ା ବ୍ଲକର ଲଲେଇସ୍ଥିତ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ଗସ୍ତ କରି ଏହାର ସଠିକ୍ କାର୍ଯ୍ୟକାରିତାର ଅନୁଧ୍ୟାନ କରିଥିଲେ।

ଏହି ଗସ୍ତ ବେଳେ ମୁଖ୍ୟ ଶାସନ ସଚିବଙ୍କ ସହିତ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର, ପାନପୋଷ ଉପଜିଲ୍ଲାପାଳ ଦୌଲତ ଚନ୍ଦ୍ରାକର, ବଣାଇଁ ଉପଜିଲ୍ଲାପାଳ ପ୍ରଦୀପ ଡାଙ୍ଗ, ବଣାଇଁ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଲଲାଟ କୁମାର ଲୁହା, ଦେବଗଡ଼ ଡିଏଫଓ ଧନାଜୀ ଆର୍ ପ୍ରମୁଖ ଉପସ୍ଥିତ ଥିଲେ।

ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଲାଲକୃଷ୍ଣ ଆଡଭାନୀଙ୍କୁ ୯୮ ବର୍ଷ ପୂରଣ: ୧୯୨୭ ପରଠାରୁ ତାଙ୍କ ଯାତ୍ରା ବିଷୟରେ ଜାଣନ୍ତୁ….

November 8, 2025

ଝାରସୁଗୁଡ଼ା ଜିଲ୍ଲାରେ ହକିର ୧୦୦ବର୍ଷ ପୂର୍ତ୍ତି ଆନୁଷ୍ଠାନିକ ଭାବେ ପାଳିତ

November 8, 2025

ନୂଆପଡା ଉପନିର୍ବାଚନ ପ୍ରଚାର ବେଳେ ଅରୁଣ ସାହୁ କହିଲେ ବିଜେପି ରାଜ୍ୟରେ ଭଲ କାମ କରିଛି

November 8, 2025

୪୮ ଘଣ୍ଟା ପୂର୍ବରୁ ନିର୍ବାଚନ ପ୍ରଚାର ଉପରେ କଟକଣା: ନିର୍ଦ୍ଦେଶାବଳୀ ଜାରି କଲେ CEO

November 8, 2025
Latest News

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ଲାଲକୃଷ୍ଣ ଆଡଭାନୀଙ୍କୁ ୯୮ ବର୍ଷ ପୂରଣ: ୧୯୨୭ ପରଠାରୁ ତାଙ୍କ ଯାତ୍ରା ବିଷୟରେ ଜାଣନ୍ତୁ….

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.