Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସମ୍ବଲପୁର ଜିଲ୍ଲାକୁ ଏକ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର କରିବାକୁ ମୁଖ୍ୟ ଶାସନ ସଚିବ ଦେଲେ ଏହି ନିର୍ଦ୍ଦେଶ
ବିଶେଷ ଖବର

ସମ୍ବଲପୁର ଜିଲ୍ଲାକୁ ଏକ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର କରିବାକୁ ମୁଖ୍ୟ ଶାସନ ସଚିବ ଦେଲେ ଏହି ନିର୍ଦ୍ଦେଶ

May 14, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସମ୍ବଲପୁର ଜିଲ୍ଲାକୁ ଏକ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର କରିବାକୁ ମୁଖ୍ୟ ଶାସନ ସଚିବ ଦେଲେ ଏହି ନିର୍ଦ୍ଦେଶ

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଅପରାହ୍ନରେ ସମ୍ବଲପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ବିଭାଗରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପ୍ରସିଦ୍ଧ ହୀରାକୁଦ ନଦୀବନ୍ଧ ,ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଏବଂ ଆଇଲାଣ୍ଡ କୁ କିଭଳି ପର୍ଯ୍ୟଟକଙ୍କ ନିମନ୍ତେ ଅଧିକ ଆକର୍ଷଣୀୟ କରାଯାଇ ପାରିବ ତା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି।

ସମୀକ୍ଷାରେ ମୁଖ୍ୟତଃ କଟକ -ଅନୁଗୁଳ , ଅନୁଗୁଳ -ସମ୍ବଲପୁର ଜାତୀୟ ରାଜପଥ, ଜଳ ସମ୍ପଦ ବିଭାଗର ମେଗା ଲିଫ୍ଟ ପ୍ରକଳ୍ପ, ପାଇପ ଯୋଗେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ, ପୂର୍ତ୍ତ ବିଭାଗ ରାସ୍ତା ଆଦି ବିଷୟ ସ୍ଥାନ ପାଇ ଥିଲା। ମୁଖ୍ୟ ରାସ୍ତା ଗୁଡ଼ିକର କାର୍ଯ୍ୟ ତୁରନ୍ତ ସାରିବାକୁ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବିଭିନ୍ନ ପ୍ରକଳ୍ପ ଗୁଡ଼ିକ ପୂର୍ଣ୍ଣାଙ୍ଗ ନିମନ୍ତେ ସମୟସୀମା ଧାର୍ଯ୍ୟକରି ସେହି ଅନୁସାରେ ସାପ୍ତାହିକ ଓ ମାସିକ କାର୍ଯ୍ୟ – ସାରଣୀ ପ୍ରସ୍ତୁତ ଓ ତାହାର ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ପରେ ପରେ ଶ୍ରୀ ମହାପାତ୍ର ମା ସମଲେଇଙ୍କୁ ଦର୍ଶନ କରି ସେଠାରେ ଚାଲିଥିବା ଉନ୍ନୟନ କାର୍ଯ୍ୟପାଇଁ ପ୍ରସ୍ତୁତିର ଅଗ୍ରଗତି ଲକ୍ଷ୍ୟ କରିଥିଲେ। ମନ୍ଦିରରେ ଲାଇଟ ଏବଂ ସାଉଣ୍ଡ ସୋ ର ସଠିକ କାର୍ଯ୍ୟକାରିତା ତନଖି ଥିଲେ। ଏହି ଆଲୋକ ଓ ଧ୍ଵନି ପ୍ରଦର୍ଶନ ରେ ସମ୍ବଲପୁର ଇତିହାସ, ଐତିହ, କଳା, ସଂସ୍କୃତି, ଆଧ୍ୟାତ୍ମିକତା, କୃଷି, ଲୋକ ପରମ୍ପରା ଉପରେ ଆଧାରିତ କଥାବସ୍ତୁ ରଙ୍ଗୀନ ଆଲୋକ ଓ ଶବ୍ଦ ଦ୍ୱାରା ସନ୍ନିବେଶିତ ହୋଇଛି।

ଏଥିରେ ମଧ୍ୟ ସମ୍ବଳିକା ସମ୍ପର୍କରେ ଗ୍ରିକ ଦାର୍ଶନିକ ଟଲେମିଙ୍କ ଉଲ୍ଲେଖ ଠାରୁ ଆରମ୍ଭ କରି ଚୌହାନ ଵଂଶର ଆଗମନ, ବଳରାମ ଦେବଙ୍କ ଦ୍ୱାରା ସମଲେଇ ମନ୍ଦିର ନିର୍ମାଣ ଓ ସମ୍ବଲପୁର ନଗର ସ୍ଥାପନ, ବ୍ରିଟିଶ ରାଜ, ସୁରେନ୍ଦ୍ର ସାଏଙ୍କ ସଂଗ୍ରାମ ଆଦି ବିଭିନ୍ନ ଐତିହାସିକ କଥାବସ୍ତୁ ସ୍ଥାନିତ ହୋଇଛି। ଏହି ଲାଇଟ ଏବଂ ସାଉଣ୍ଡ ପ୍ରଦର୍ଶନ କୁ ଉଭୟ ଓଡ଼ିଆ ଓ ହିନ୍ଦୀ ଭାଷାରେ ପରିବେଷଣ ର ବ୍ୟବସ୍ଥା ରହିଛି। ଏ ପ୍ରକାର ରୁଦ୍ଧିମନ୍ତ ଲାଇଟ୍ ଓ ସାଉଣ୍ଡ ସୋ ପ୍ରସ୍ତୁତି ଓ ପରିବେଷଣ ଭକ୍ତ ତଥା ପର୍ଯ୍ୟଟକମାନଙ୍କୁ ବିଶେଷ ଭାବେ ଆକୃଷ୍ଟ କରିବ ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ।

ଏହି ଗସ୍ତ ସମୟରେ ଅନ୍ୟ ମାନଙ୍କ ସହ ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇ, ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଉପସ୍ଥିତ ଥିଲେ।

ମୁଖ୍ୟ ଶାସନ ସଚିବ ସମ୍ବଲପୁର ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026
Latest News

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.