Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭାରତର ୨୫ ତମ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜୀବ କୁମାର
ବିଶେଷ ଖବର

ଭାରତର ୨୫ ତମ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜୀବ କୁମାର

May 15, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀ: ରାଜୀବ କୁମାର ଆଜି ନୂଆଦିଲ୍ଲୀସ୍ଥିତ ନିର୍ବାଚନ ସଦନ ଠାରେ ଭାରତର ୨୫ ତମ ମୁଖ୍ୟ ନିର୍ବାଚନ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଜୀବ କୁମାର ୧ ସେପ୍ଟେମ୍ବର, ୨୦୨୦ରୁ ଭାରତୀୟ ନିର୍ବାଚନ କମିଶନ (ଇସିଆଇ)ରେ ନିର୍ବାଚନ କମିଶନର ଭାବରେ କାର୍ଯ୍ୟ କରି ଆସୁଛନ୍ତି। ନିର୍ବାଚନ କମିଶନର ଭାବରେ ତାଙ୍କର କାର୍ଯ୍ୟକାଳ ସମୟରେ, ୨୦୨୦ରେ ବିହାର ରାଜ୍ୟ ବିଧାନସଭା ନିର୍ବାଚନ, କୋଭିଡର ସମସ୍ୟା ଭିତରେ ମାର୍ଚ୍ଚ – ଏପ୍ରିଲ୍ ୨୦୨୧ରେ ଆସାମ, କେରଳ, ପୁଡୁଚେରୀ, ତାମିଲନାଡୁ, ପଶ୍ଚିମବଙ୍ଗ ରାଜ୍ୟରେ ନିର୍ବାଚନ ଏବଂ ଏବେ ୨୦୨୨ର ପ୍ରାରମ୍ଭିକ ପର୍ଯ୍ୟାୟରେ ଗୋଆ, ମଣିପୁର, ପଞ୍ଜାବ, ଉତରାଖଣ୍ଡ, ଉତ୍ତର ପ୍ରଦେଶରେ ମଧ୍ୟ ନିର୍ବାଚନ ଅନୁଷ୍ଠିତ ହୋଇଛି।

ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ରାଜୀବ କୁମାର କହିଛନ୍ତି ଯେ, ଭାରତୀୟ ସମ୍ବିଧାନ, ଯାହା ଆମ ଗଣତନ୍ତ୍ରକୁ ମଜଭୁତ କରିଥାଏ, ତାହା ଦ୍ୱାରା ଉପହାର ଭାବରେ ଦିଆଯାଇଥିବା ଉତମ ସଂସ୍ଥା ଗୁଡିକ ମଧ୍ୟରୁ ଗୋଟିଏର ନେତୃତ୍ୱ ନେବା ପାଇଁ ଦାୟିତ୍ୱ ଦିଆ ଯାଇଥିବାରୁ ମୁଁ ଗୌରବାନ୍ୱିତ ଅନୁଭବ କରୁଛି। ସେ କହିଥିଲେ ଯେ, ଗତ ସତୁରି ବର୍ଷ ମଧ୍ୟରେ ଆମ ଦେଶର ନାଗରିକ ମାନଙ୍କୁ ସ୍ୱତନ୍ତ୍ର ଏବଂ ନିରପେକ୍ଷ ନିର୍ବାଚନ ସୁବିଧା ଦେବା ପାଇଁ, ମତଦାତା ମାନଙ୍କର ତାଲିକାର ଶୁଦ୍ଧତାକୁ ସୁନିଶ୍ଚିତ କରିବା ପାଇଁ, ଭ୍ରଷ୍ଟାଚାରକୁ ରୋକିବା ପାଇଁ ଏବଂ ଆମର ନିର୍ବାଚନର ଗୁଣବତ୍ତାକୁ ବୃଦ୍ଧି କରିବା ନିମନ୍ତେ କମିଶନ ଦ୍ୱାରା ବହୁତ କିଛି କରା ଯାଇଛି।

ସେ ଆହୁରି ମଧ୍ୟ କହିଥିଲେ ଯେ, “କମିଶନ ସମ୍ବିଧାନ ନିୟମ ଅନୁସାରେ କୌଣସି ବି ବୃହତ ସଂସ୍କାର ଆଣିବା ନିମନ୍ତେ ପରାମର୍ଶ ଏବଂ ସର୍ବସମ୍ମତି ଭିତିରେ ସମୟ – ପରୀକ୍ଷଣ ଏବଂ ଲୋକତାନ୍ତ୍ରିକ ମାଧ୍ୟମ ଗୁଡିକର ପାଳନ କରିବ, ଭାରତୀୟ ନିର୍ବାଚନ କମିଶନ (ଇସିଆଇ) କଡା ପଦକ୍ଷେପ ନେବା କ୍ଷେତ୍ରରେ ପଛଘୁଂଚା ଦେବ ନାହିଁ।”

ଶ୍ରୀ କୁମାର ଏହା ମଧ୍ୟ କହିଥିଲେ ଯେ, ଉନ୍ନତ ନିର୍ବାଚନ ପରିଚାଳନା ଏବଂ ସଂଚାଳନ ନିମନ୍ତେ ପାରଦର୍ଶିତା ଆଣିବା ଏବଂ ମତଦାତା ସେବାଗୁଡିକୁ ସହଜ କରିବା ନିମନ୍ତେ ପ୍ରକ୍ରିୟା ଗୁଡିକୁ ଏବଂ ପ୍ରଥା ଗୁଡିକୁ ସରଳୀକରଣ କରିବା ନିମନ୍ତେ ପ୍ରଯୁକ୍ତିକୁ ଭବିଷ୍ୟତରେ ପ୍ରମୁଖ ସାଧନ କରାଯିବ।

ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ସିଇସି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026

ଆଞ୍ଚଳିକ ଦଳଗୁଡ଼ିକର ଚାନ୍ଦାରେ ଉଲ୍ଲେଖନୀୟ ବୃଦ୍ଧି: ସର୍ବାଧିକ ଡିଏମକେ, ଜାଣନ୍ତୁ ବିଜେଡ଼ି କୁ କେତେ?

August 6, 2026

‘ବାଂଲାଦେଶ ଏବେ ଦ୍ଵିତୀୟ ପାକିସ୍ତାନ’: ଜାଣନ୍ତୁ ଭାରତ ବିଷୟରେ କ’ଣ କହିଲେ ଶେଖ ହସିନାଙ୍କ ପୁଅ?

August 6, 2026

ଧାରା ୩୭୦ ଏବଂ ୩୫ (ଏ) ଉଚ୍ଛେଦର ମହତ୍ୱ ବିଷୟରେ କହିଲେ ପ୍ରଧାନମନ୍ତ୍ରୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.