Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଟକ ଚଣ୍ଡୀ ମନ୍ଦିରର ବିକାଶ ପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ
ବିଶେଷ ଖବର

କଟକ ଚଣ୍ଡୀ ମନ୍ଦିରର ବିକାଶ ପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ

May 19, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
କଟକ ଚଣ୍ଡୀ ମନ୍ଦିରର ବିକାଶ ପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ

କଟକ:  ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ। ହଜ଼ାର ହଜ଼ାର ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପୀଠ.ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି। ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା। ଭକ୍ତ ମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ।
କାମ ଏକ ବର୍ଷରେ ଶେଷ ହେବ. 5T initiative ଅଧୀନରେ integrated development of heritage, monuments and tourist destination ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଇଛି.

କଟକ ସହରର ସାମଗ୍ରିକ ବିକାଶରେ ଚଣ୍ଡୀ ମନ୍ଦିର ର କୟାକଳ୍ପ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏ ଦିଗରେ କଟକ ବାସୀଙ୍କ ସକ୍ରିୟ ସହଯୋଗ କାମନା କରିଥିଲେ। ପୂର୍ତ୍ତ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ଙ୍କ ନିକଟରେ ଏହି ଯୋଜନା ଵିଷୟରେ ଏକ ରିପୋର୍ଟ ଉପସ୍ଥାପିତ କରାଯାଇଥିଲା।

ଓବିସିସି ଦ୍ବାରା ପ୍ରସ୍ତୁତ ଏହି ଯୋଜନା ଅନୁଯାୟୀ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରାଯିବ। ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରି ଗୋଟି ଦ୍ବାର ନିର୍ମାଣ କରାଯିବ। ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ ସିସିଟିଭି ମଧ୍ୟ ଲଗାଯିବ। ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ।

ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ପୋଲିସ କଣ୍ଟ୍ରୋଲ ରୁମ୍‌, cloak room, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯିବ।

ଏହାସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ। ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ସହିତ ଖୋଲାସ୍ଥାନ ଓ ଲ୍ୟାଣ୍ଡସ୍କେପିଂର ମଧ୍ୟ ବିକାଶ କରାଯିବ।

ଓବିସିସି ଜରିଆରେ ଯୋଜନା କାର୍ଯ୍ୟକାରୀ ହେବ। ଏହି ଯୋଜନାରେ ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ସହ ମନ୍ଦିର ନିକଟରେ ଭାରୀଯାନ ନିୟନ୍ତ୍ରଣ, ଯାତ୍ରୀଙ୍କ ପାଇଁ ବିଭିନ୍ନ ମୌଳିକ ସୁବିଧା, ଜଳ ନିଷ୍କାସନ ଆଦି ବିଭିନ୍ନ ସମସ୍ୟାର ସମାଧାନ ସହ କଟକ ଚଣ୍ଡୀ ମନ୍ଦିରକୁ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ଗୁରୁତ୍ବ ଆରୋପ କରାଯାଇଛି।

ଚଣ୍ଡୀ ମନ୍ଦିରଟି ରାସ୍ତାର ଅତ୍ୟନ୍ତ ନିକଟରେ ଥିବାରୁ ଭାରିଯାନ ଚଳାଚଳ, ଯାତ୍ରୀ ମାନଙକ ନିରାପତ୍ତା ଉପରେ ବିପଦ ସୃଷ୍ଟି କରୁଛି। ତେଣୁ ଚଣ୍ଡୀ ମନ୍ଦିର ସମ୍ମୁଖ ରାସ୍ତାକୁ ଡାଇଭର୍ଟ କରାଯିବ। ଜଳ ନିଷ୍କାସନକୁ ଦୃଷ୍ଟିର ରଖି ମନ୍ଦିର ଚଟାଣକୁ ଉଚ୍ଚା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

କଟକ ଚଣ୍ଡୀ ମନ୍ଦିର ରାଜ୍ୟର ଏକ ପ୍ରାଚୀନ ଶକ୍ତିପୀଠ। ବର୍ଷ ସାରା ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ପାଇଁ ପ୍ରତିଦନ ଏଠାକୁ ଆସିଥାନ୍ତି। ଦୁର୍ଗାପୂଜା ସମୟରେ ମାଙ୍କ ଷୋଡଶ ଦିନାତ୍ମକ ପୂଜାରେ ମାଙ୍କ ବିଭିନ୍ନ ବେଶ ତେଖିବା ପାଇଁ ଏଠାରେ ପ୍ରବଳ ଜନସମାବେଶ ହୋଇଥାଏ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମାଙ୍କ ପୀଠକୁ ଯାଇ ବିକାଶ ସଂପର୍କରେ ସ୍ଥାନୀୟ ଜନସାଧାରଣ ଓ ସେବାୟତମାନଙ୍କ ସହିତ ଆଲୋଚନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଙ୍କ ସମତେ ବରିଷ୍ଠ ଅଧିକାରୀ ଗଣ ଓ ଆରଡିସି,କଟକ ଜିଲ୍ଲା ପ୍ରଶାସନର ଅଧିକାରୀ ମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ଶ୍ରୀ ଭି କେ ପାଣ୍ଡିଆନ ସଂଯୋଜନା କରିଥିଲେ। ବୈଠକ ରେ ଯୋଗ ଦେଇଥିବା ମନ୍ଦିର ଟ୍ରଷ୍ଟ ବୋର୍ଡ ସଦସ୍ୟ ଓ ସେବାୟତ ଙ୍କ ପ୍ରତିନଧି ମାନେ ଯୋଜନାର ଉଚ୍ଚ ପ୍ରଶଂସା କରିବା ସହ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

March 6, 2026

ଆଜି “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

March 6, 2026

ୟୁନିଭରସିଟି ଅଫ୍‍ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ଏସ୍‍ ଆଣ୍ଡ ଟି  ମଧ୍ୟରେ ଏମ୍‍ଓୟୁରେ ସ୍ୱାକ୍ଷର

March 6, 2026

ଅମିତ ଶାହଙ୍କ ଓଡ଼ିଶା ଗସ୍ତ: ଜାଣନ୍ତୁ ଆଜିର କାର୍ଯ୍ୟକ୍ରମ

March 6, 2026
Latest News

ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

March 6, 2026

ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର: ଚାରିଧାମ ଯାତ୍ରା ପାଇଁ ଆଜିଠାରୁ ଆରମ୍ଭ ହେଲା ପଞ୍ଜୀକରଣ

March 6, 2026

କ୍ରମାଗତ ଚତୁର୍ଥ ଦିନ ପାଇଁ ହ୍ରାସ ପାଇଲା ସୁନାର ମୂଲ୍ୟ: ଜାଣନ୍ତୁ ଆଜିର ଦର

March 6, 2026

ଭାରତ ପ୍ରତି ଦୟା ଦେଖାଇଲେ ଟ୍ରମ୍ପ!: ରୁଷୀୟ ତୈଳ କ୍ରୟ ସମ୍ପର୍କରେ କଲେ ଆଶ୍ଚର୍ଯ୍ୟଜନକ ଘୋଷଣା

March 6, 2026

ଆଜି “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.