Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଟକରେ ହେବ ଉତ୍କଳ ଗୌରବ ମଧୁସୂଦନ ଭବନ, ଉଚ୍ଚ ସ୍ତରୀୟ ବୈଠକରେ ନିଷ୍ପତି
ବିଶେଷ ଖବର

କଟକରେ ହେବ ଉତ୍କଳ ଗୌରବ ମଧୁସୂଦନ ଭବନ, ଉଚ୍ଚ ସ୍ତରୀୟ ବୈଠକରେ ନିଷ୍ପତି

May 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
କଟକରେ ହେବ ଉତ୍କଳ ଗୌରବ ମଧୁସୂଦନ ଭବନ, ଉଚ୍ଚ ସ୍ତରୀୟ ବୈଠକରେ ନିଷ୍ପତି

ଭୁବନେଶ୍ୱର: ଓଡ଼ିଶାରେ ସମବାୟ ଆନ୍ଦୋଳନର ଆଦ୍ୟପ୍ରବକ୍ତା ଉତ୍କଳଗୌରବ ମଧୁସୂଦନ ଦାସଙ୍କ ସ୍ମୃତିରେ ସମବାୟ ବିଭାଗ ପକ୍ଷରୁ କଟକଠାରେ ଉତ୍କଳଗୌରବ ମଧୁସୂଦନ ଭବନ ନିର୍ମାଣ କରାଯିବ। କଟକ ଜେଲ୍‌ରୋଡ଼ସ୍ଥିତ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ଶାଖା କାର୍ଯ୍ୟାଳୟ ପରିସରରେ ଏହି ଭବନ ନିର୍ମାଣ କରାଯିବ।

ଆଜି ଏହି ପରିପ୍ରେକ୍ଷୀରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ ସମବାୟ ବିଭାଗର ସଚିବଙ୍କ ନେତୃତ୍ୱରେ ପୂର୍ତ୍ତ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ସୂଚନା ଓ ଲୋକସଂପର୍କ ବିଭାଗ, ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ, କଟକ ଜିଲ୍ଲା ପ୍ରଶାସନ, କଟକ ମହାନଗର ନିଗମ, କଟକ ଉନ୍ନୟନ କର୍ତ୍ତୃପକ୍ଷଙ୍କ ଅଧିକାରୀମାନେ ଆସନ୍ତା ୨୬ ତାରିଖରେ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ କରି ରିପୋର୍ଟ ପ୍ରଦାନ କରିବେ। ପରିଦର୍ଶନ ପରେ ରାସ୍ତା ଓ କୋଠାବାଡ଼ି ବିଭାଗ, କଟକର ଅଧୀକ୍ଷଣ ଯନ୍ତ୍ରୀ ଜୁନ୍‌ ୩ ତାରିଖ ସୁଦ୍ଧା ସାଇଟ୍‌ ପ୍ଲାନ୍‌ ପ୍ରସ୍ତୁତ କରିବେ ।

ଏହାର ୧୫ ଦିନ ମଧ୍ୟରେ ଡିପିଆର୍‌ ପ୍ରସ୍ତୁତ କରାଯାଇ କଟକ ଉନ୍ନୟନ କର୍ତ୍ତୃପକ୍ଷଙ୍କ ଅନୁମୋଦନ ନିମନ୍ତେ ଦାଖଲ କରାଯିବ । ବୈଠକରେ ସମବାୟ ବିଭାଗର ସଚିବ ଶ୍ରୀ ସଂଜୀବ କୁମାର ଚଢ଼ା, ସମବାୟ ସମିତି ସମୂହର ନିବନ୍ଧକ ଶ୍ରୀ ଉଦ୍ଧବ ଚରଣ ମାଝୀ, ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଗୋପବନ୍ଧୁ ଶତପଥୀ, ସମବାୟ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀ ଭରତ ଚନ୍ଦ୍ର ବେହେରା, କଟକ ଉନ୍ନୟନ କର୍ତ୍ତୃପକ୍ଷର ଅଧ୍ୟକ୍ଷ ଶ୍ରୀ ଅନୀଲ କୁମାର ସାମଲ, ପୂର୍ତ୍ତ ବିଭାଗର ଇଂଜିନିୟର ଇନ୍‌ ଚିଫ୍‌ ଶ୍ରୀ ହେମନ୍ତ କୁମାର ଦତ୍ତ ପ୍ରମୁଖ ଯୋଗ ଦେଇଥିଲେ।

ସେହିପରି ପୂର୍ତ୍ତ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ସୁଶାନ୍ତ କୁମାର ବାରିକଙ୍କ ସମେତ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ (କୋଠାବାଡ଼ି), ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ସଚିବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପସଚିବ, ରାସ୍ତା ଓ କୋଠାବାଡ଼ି ବିଭାଗ, କଟକର ଅଧୀକ୍ଷଣ ଯନ୍ତ୍ରୀ, କଟକ ମହାନଗର ନିଗମର ଯୁଗ୍ମ କମିଶନର ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।

ରଣେନ୍ଦ୍ର ପ୍ରତାପ ସ୍ୱାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା କାର୍ଯ୍ୟ ପାଇଁ ଟ୍ରେନ ସେବା ବାତିଲ

September 10, 2025

ଗାଡ଼ିରେ ବିକଟାଳ ଶବ୍ଦ କରୁଥିଲେ ହୋଇଯା’ନ୍ତୁ ସାବଧାନ: ଗଣିବେ ମୋଟା ଅଙ୍କର ଜରିମାନା

September 10, 2025

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

September 10, 2025

ବିଧାନସଭା ବେଳେ ସଚିବମାନେ କଣ ମନ୍ତ୍ରୀଙ୍କୁ ସଠିକ ତଥ୍ୟ ଯୋଗାଉ ନାହିଁନ୍ତି କି ?

September 10, 2025
Latest News

ସୁରକ୍ଷା କାର୍ଯ୍ୟ ପାଇଁ ଟ୍ରେନ ସେବା ବାତିଲ

September 10, 2025

ଗାଡ଼ିରେ ବିକଟାଳ ଶବ୍ଦ କରୁଥିଲେ ହୋଇଯା’ନ୍ତୁ ସାବଧାନ: ଗଣିବେ ମୋଟା ଅଙ୍କର ଜରିମାନା

September 10, 2025

ଟ୍ରମ୍ପଙ୍କ ଶୁଳ୍କ ପରେ ଭାରତ ଉପରେ କ’ଣ ପଡିଛି ପ୍ରଭାବ?, ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ରିପୋର୍ଟ

September 10, 2025

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

September 10, 2025

ଆଜିଠାରୁ ଭାରତର ଏସିଆ କପ ଅଭିଯାନ: ଜାଣନ୍ତୁ କେଉଁଠାରେ ଦେଖିବେ ମ୍ୟାଚ

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.