Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଟକରେ ହେବ ଉତ୍କଳ ଗୌରବ ମଧୁସୂଦନ ଭବନ, ଉଚ୍ଚ ସ୍ତରୀୟ ବୈଠକରେ ନିଷ୍ପତି
ବିଶେଷ ଖବର

କଟକରେ ହେବ ଉତ୍କଳ ଗୌରବ ମଧୁସୂଦନ ଭବନ, ଉଚ୍ଚ ସ୍ତରୀୟ ବୈଠକରେ ନିଷ୍ପତି

May 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
କଟକରେ ହେବ ଉତ୍କଳ ଗୌରବ ମଧୁସୂଦନ ଭବନ, ଉଚ୍ଚ ସ୍ତରୀୟ ବୈଠକରେ ନିଷ୍ପତି

ଭୁବନେଶ୍ୱର: ଓଡ଼ିଶାରେ ସମବାୟ ଆନ୍ଦୋଳନର ଆଦ୍ୟପ୍ରବକ୍ତା ଉତ୍କଳଗୌରବ ମଧୁସୂଦନ ଦାସଙ୍କ ସ୍ମୃତିରେ ସମବାୟ ବିଭାଗ ପକ୍ଷରୁ କଟକଠାରେ ଉତ୍କଳଗୌରବ ମଧୁସୂଦନ ଭବନ ନିର୍ମାଣ କରାଯିବ। କଟକ ଜେଲ୍‌ରୋଡ଼ସ୍ଥିତ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ଶାଖା କାର୍ଯ୍ୟାଳୟ ପରିସରରେ ଏହି ଭବନ ନିର୍ମାଣ କରାଯିବ।

ଆଜି ଏହି ପରିପ୍ରେକ୍ଷୀରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ ସମବାୟ ବିଭାଗର ସଚିବଙ୍କ ନେତୃତ୍ୱରେ ପୂର୍ତ୍ତ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ସୂଚନା ଓ ଲୋକସଂପର୍କ ବିଭାଗ, ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ, କଟକ ଜିଲ୍ଲା ପ୍ରଶାସନ, କଟକ ମହାନଗର ନିଗମ, କଟକ ଉନ୍ନୟନ କର୍ତ୍ତୃପକ୍ଷଙ୍କ ଅଧିକାରୀମାନେ ଆସନ୍ତା ୨୬ ତାରିଖରେ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ କରି ରିପୋର୍ଟ ପ୍ରଦାନ କରିବେ। ପରିଦର୍ଶନ ପରେ ରାସ୍ତା ଓ କୋଠାବାଡ଼ି ବିଭାଗ, କଟକର ଅଧୀକ୍ଷଣ ଯନ୍ତ୍ରୀ ଜୁନ୍‌ ୩ ତାରିଖ ସୁଦ୍ଧା ସାଇଟ୍‌ ପ୍ଲାନ୍‌ ପ୍ରସ୍ତୁତ କରିବେ ।

ଏହାର ୧୫ ଦିନ ମଧ୍ୟରେ ଡିପିଆର୍‌ ପ୍ରସ୍ତୁତ କରାଯାଇ କଟକ ଉନ୍ନୟନ କର୍ତ୍ତୃପକ୍ଷଙ୍କ ଅନୁମୋଦନ ନିମନ୍ତେ ଦାଖଲ କରାଯିବ । ବୈଠକରେ ସମବାୟ ବିଭାଗର ସଚିବ ଶ୍ରୀ ସଂଜୀବ କୁମାର ଚଢ଼ା, ସମବାୟ ସମିତି ସମୂହର ନିବନ୍ଧକ ଶ୍ରୀ ଉଦ୍ଧବ ଚରଣ ମାଝୀ, ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଗୋପବନ୍ଧୁ ଶତପଥୀ, ସମବାୟ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀ ଭରତ ଚନ୍ଦ୍ର ବେହେରା, କଟକ ଉନ୍ନୟନ କର୍ତ୍ତୃପକ୍ଷର ଅଧ୍ୟକ୍ଷ ଶ୍ରୀ ଅନୀଲ କୁମାର ସାମଲ, ପୂର୍ତ୍ତ ବିଭାଗର ଇଂଜିନିୟର ଇନ୍‌ ଚିଫ୍‌ ଶ୍ରୀ ହେମନ୍ତ କୁମାର ଦତ୍ତ ପ୍ରମୁଖ ଯୋଗ ଦେଇଥିଲେ।

ସେହିପରି ପୂର୍ତ୍ତ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ସୁଶାନ୍ତ କୁମାର ବାରିକଙ୍କ ସମେତ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ (କୋଠାବାଡ଼ି), ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ସଚିବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପସଚିବ, ରାସ୍ତା ଓ କୋଠାବାଡ଼ି ବିଭାଗ, କଟକର ଅଧୀକ୍ଷଣ ଯନ୍ତ୍ରୀ, କଟକ ମହାନଗର ନିଗମର ଯୁଗ୍ମ କମିଶନର ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।

ରଣେନ୍ଦ୍ର ପ୍ରତାପ ସ୍ୱାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026
Latest News

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.