Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»୪୫୦ କୋଟି ଟଙ୍କାର ସାତୋଟି ବିଦ୍ୟୁତ ପ୍ରକଳ୍ପକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଜାତୀୟ ଖବର

୪୫୦ କୋଟି ଟଙ୍କାର ସାତୋଟି ବିଦ୍ୟୁତ ପ୍ରକଳ୍ପକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

May 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବିଦ୍ୟୁତ ହେଉଛି ବିକାଶର ଜୀବନରେଖା। ପାଣି ପରି ବିଦ୍ୟୁତ ଆଜି ସମସ୍ତଙ୍କ ପାଇଁ ଖୁବ ଜରୁରୀ। ତେଣୁ ବିଦ୍ୟୁତ ଶକ୍ତି ଅପଚୟ ନ କରି ଏହାର ଉଚିତ ବ୍ୟବହାର କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି ।

ଆଜି ଭିଡିଓ କନ୍ଫରେନ୍ସିଂ ଯୋଗେ ରାୟଗଡା, ନବରଂଗପୁର, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରେ ୬ଟି ଉଚ୍ଚ ଶକ୍ତି ସଂପନ୍ନ ଗ୍ରୀଡ ସବ ଷ୍ଟେସନ ଓ ବଲାଙ୍ଗୀର-କେସିଙ୍ଗାରେ ୨୨୦ କେଭି ଟ୍ରାନ୍ସମିଶନ ଲାଇନ ଉଦଘାଟନ କରି ଲୋକଙ୍କୁ ଗୁଣାତ୍ମକ ତଥା ନିର୍ଭରଯୋଗ୍ୟ ବିଦ୍ୟୁତ ସେବା ଯୋଗାଇ ଦେବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ଏହି ୬ଟି ଉଚ୍ଚଶକ୍ତି ସଂପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଓ ଗୋଟିଏ ୨୨୦ କେଭି ଡବଲ ସର୍କିଟ ଟ୍ରାନସ୍‌ମିଶନ ଲାଇନ ପାଇଁ ୪୫୦ କୋଟି ଟଙ୍କା ବିନିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ନୂତନ ବ୍ୟବସ୍ଥା ଦ୍ବାରା କଳାହାଣ୍ଡି, ରାୟଗଡା, ନବରଂଗପୁର, କେନ୍ଦୁଝର, ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାର ଚାଷୀ, ଛାତ୍ରଛାତ୍ରୀ ଓ ମା ମାନେ ବିଶେଷ ଉପକାର ପାଇବେ। କ୍ଷୁଦ୍ର ଶିଳ୍ପ ଓ ଜଳସେଚନ ପ୍ରକଳ୍ପ ଗୁଡିକ ମଧ୍ୟ ଉପକାର ପାଇବେ ବୋଲି ସେ କହିଥିଲେ।

ଜନସାଧାରଣଙ୍କୁ ଗୁଣାତ୍ମକ ବିଦ୍ୟୁତ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ୩୮୦୦ କୋଟି ଟଙ୍କା ବ୍ୟୟ ଅଟକଳରେ Odisha Distribution System Strengthening Project ଆରମ୍ଭ କରିଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୪୩୦ଟି ୩୩/୧୧ କେଭି ସବ୍‌ଷ୍ଟେସନ କାର‌୍ୟ୍ୟକାରୀ କରାଯାଇଛି । ରାଜ୍ୟରେ ଲୋ-ଭୋଲ୍‌ଟେଜ ସମସ୍ୟା ଦୂର କରିବା ପାଇଁ ସରକାର ଏହି ଯୋଜନାର ଚତୁର୍ଥ ପର‌୍ୟ୍ୟାୟରେ ୧୮୦୦ କୋଟି ଟଙ୍କା ବ୍ୟୟ ଅଟକଳ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ସମ୍ବଲପୁରରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଷାନ୍ତ ସିଂ, ଖୋର୍ଦ୍ଧାରେ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, କଳାହାଣ୍ଡିରେ ଶକ୍ତି ମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର, କେନ୍ଦୁଝରରେ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ ଓ ରାୟଗଡା-ଗୁଣୁପୁରରେ ବିଧାୟକ ଶ୍ରୀ ରଘୁନାଥ ଗମାଙ୍ଗ ପ୍ରମୁଖ ଉପସ୍ଥିତ ରହି ବିଦ୍ୟୁତ ଭିତ୍ତିଭୂମିର ବିକାଶ ଦ୍ବାରା ରାଜ୍ୟର ବିକାଶ ପ୍ରକ୍ରିୟା ତ୍ବରାନ୍ବିତ ହୋଇପାରିଛି ବୋଲି ମତବ୍ୟକ୍ତ କରିବା ସହିତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ସଂଚାଳନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ। ଶକ୍ତି ବିଭାଗ ପ୍ରମୁଖ ସଚିବ ଶ୍ରୀ ନିକୁଞ୍ଜ ଧଳ ସ୍ବାଗତ ଭାଷଣ ଦେଇଥିଲେ। OPTCLର ପରିଚାଳନା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026

ଆଜି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା: ଜାଣନ୍ତୁ କେଉଁ ସମୟରେ ଆରମ୍ଭ ହେବ ରଥଟଣା?

March 26, 2026
Latest News

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026

ଆଜି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା: ଜାଣନ୍ତୁ କେଉଁ ସମୟରେ ଆରମ୍ଭ ହେବ ରଥଟଣା?

March 26, 2026

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.