Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶାର ୨୦୪ ଗ୍ରାମରେ ହେବ ହାଇ-ଟେକ ସର୍ଭେ, ଜାଣନ୍ତୁ କେଉଁ ଜିଲ୍ଲାର କେଉଁ ଗାଁ
ବିଶେଷ ଖବର

ଓଡିଶାର ୨୦୪ ଗ୍ରାମରେ ହେବ ହାଇ-ଟେକ ସର୍ଭେ, ଜାଣନ୍ତୁ କେଉଁ ଜିଲ୍ଲାର କେଉଁ ଗାଁ

May 24, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶାର ୨୦୪ ଗ୍ରାମରେ ହେବ ହାଇ-ଟେକ ସର୍ଭେ, ଜାଣନ୍ତୁ କେଉଁ ଜିଲ୍ଲାର କେଉଁ ଗାଁ

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ କଳାହାଣ୍ଡି ଗସ୍ତ ସମୟରେ ଓ ବିଭିନ୍ନ ଜିଲ୍ଲା ସମୀକ୍ଷା ବୈଠକ ସମୟରେ ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ୧୯୨୯-୩୦ ମସିହା ସମୟରେ ସର୍ଭେ ହୋଇଥିବା ୨୦୪ ଗ୍ରାମ ବିଷୟରେ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ସେହି ଗ୍ରାମରେ ଜମିବାଡ଼ି ରେକର୍ଡର ବହୁ ପୁରୁଣା ସର୍ଭେ ଯୋଗୁ ଜନସାଧାରଣ ଜମି କିଣାବିକା, ଜାତିଗତ ପ୍ରମାଣପତ୍ର ଇତ୍ୟାଦି ସେବା ପାଇବାରେ ବହୁବିଧ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ରାଜସ୍ୱ ବିଭାଗ ଏହି ସମସ୍ୟାର ସମାଧାନ ପାଇଁ ୨୦୪ ଗ୍ରାମରେ ହାଇ-ଟେକ ସର୍ଭେ କରିବାକୁ ନିଷ୍ପତି ନେଇଛନ୍ତି ।

ଏହା ଫଳରେ ଜଗତସିଂହପୁର ଜିଲ୍ଲାର କୁଜଙ୍ଗ ତହସିଲରେ ୧୩ ଗ୍ରାମ, ବିରିଡି ତହସିଲରେ ୧ ଗ୍ରାମ, ଯାଜପୁର ଜିଲ୍ଲା ଯାଜପୁର ତହସିଲରେ ୧୯ ଗ୍ରାମ, ବିଂଝାରପୁର ତହସିଲରେ ୩୮ ଗ୍ରାମ, ଦାନଗଦି ତହସିଲରେ ୨୦ ଗ୍ରାମ, ସୁକିନ୍ଦା ତହସିଲରେ ୯ ଗ୍ରାମ, ବ୍ୟାସନଗର ତହସିଲରେ ୧ ଗ୍ରାମ, ଦଶରଥପୁର ତହସିଲରେ ୫ ଗ୍ରାମ, କେନ୍ଦ୍ରାପଡା ଜିଲ୍ଲାରେ ରାଜନଗର ତହସିଲରେ ୨ ଗ୍ରାମ ରହିଛି।

ସେହିପରି କଳାହାଣ୍ଡି ଜିଲ୍ଲା କଳାହାଣ୍ଡି ତହସିଲରେ ୭ ଗ୍ରାମ, କେସିଙ୍ଗା ତହସିଲର ୩ ଗ୍ରାମ, କର୍ଲାମୁଣ୍ଡା ତହସିଲରେ ୧ ଗ୍ରାମ, ଥୁଆମୂଳ ରାମପୁର ତହସିଲରେ ୧୦ ଗ୍ରାମ, ଧର୍ମଗଡ ତହସିଲରେ ୧୨ ଗ୍ରାମ, ଗୋଲମୁଣ୍ଡା ତହସିଲରେ ୭ ଗ୍ରାମ, ଜୁନାଗଡ଼ ତହସିଲରେ ୧୮ ଗ୍ରାମ, କୋକସରା ତହସିଲରେ ୬ ଗ୍ରାମ, ଜୟପାଟଣା ତହସିଲର ୨୯ ଗ୍ରାମ ଓ କଳମପୁର ତହସିଲରେ ୩ ଗ୍ରାମରେ ହାଇ-ଟେକ ସର୍ଭେ ହେବ ।

ଏହା ଫଳରେ ଏହି ୨୦୪ ଗ୍ରାମରେ ସମସ୍ତ ଜାଗାର ଜିଓ-ରେଫରେନସିଙ୍ଗ ହୋଇପାରିବ । ଏହି ହାଇ-ଟେକ ସର୍ଭେ ପରେ ଲୋକମାନଙ୍କର ବହୁବିଧ ସମସ୍ୟା ଯଥା ଜମିବାଡ଼ି କିଣାବିକା ଓ ଜାତିଗତ ପ୍ରମାଣପତ୍ର ସମ୍ବନ୍ଧୀୟ ସମସ୍ତ ସମସ୍ୟା ଦୂରୀଭୂତ ହେବା ସହ ଉନ୍ନତ ଜ୍ଞାନକୌଶଳ ମାଧ୍ୟମରେ ପଟ୍ଟା ତିଆରି ହୋଇ ଲୋକଙ୍କୁ ମିଳିପାରିବ ।

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସତ୍ୟବ୍ରତ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.