Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଶିଳ୍ପ ସଂସ୍ଥାଙ୍କ ଅର୍ଥନୈତିକ କରିଡରରେ ଶିଳ୍ପଦ୍ୟୋଗ ସ୍ଥାପନ ପାଇଁ ସହମତି, ଅସିତ ତ୍ରିପାଠୀଙ୍କ ସମୀକ୍ଷା
ବିଶେଷ ଖବର

ଶିଳ୍ପ ସଂସ୍ଥାଙ୍କ ଅର୍ଥନୈତିକ କରିଡରରେ ଶିଳ୍ପଦ୍ୟୋଗ ସ୍ଥାପନ ପାଇଁ ସହମତି, ଅସିତ ତ୍ରିପାଠୀଙ୍କ ସମୀକ୍ଷା

May 25, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଶିଳ୍ପସଂସ୍ଥାଙ୍କ ଅର୍ଥନୈତିକ କରିଡରରେ ଶିଳ୍ପଦ୍ୟୋଗ ସ୍ଥାପନ ପାଇଁ ସହମତି, ଅସିତ ତ୍ରିପାଠୀଙ୍କ ସମୀକ୍ଷା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା ତଥା ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ୍ ତ୍ରିପାଠୀ ନିର୍ମାଣାଧିନ ବିଜୁ ଏକ୍ସପ୍ରେସ୍ ଓ୍ୱେ ସଡକ ପଥ ନିର୍ମାଣ ପରିପ୍ରେକ୍ଷୀରେ ପଶ୍ଚିମ ଓଡିଶାର ସଂପୃକ୍ତ ବିଭିନ୍ନ ଜିଲ୍ଲାରେ ଅର୍ଥନୈତିକ କରିଡର ସୃଷ୍ଟି ହେବା ସମ୍ପର୍କରେ କାର୍ଯ୍ୟ ଅଗ୍ରଗତି ସମୀକ୍ଷା କରିଛନ୍ତି। ୨୦୨୩ ମାର୍ଚ୍ଚ ମାସ ସୁଦ୍ଧା ଏହି ବୃହତ୍ ସଡକ ସଂପୂର୍ଣ୍ଣ ହେବାକୁ ଲକ୍ଷ୍ୟ ରହିଛି।

ସମୀକ୍ଷାରୁ ଜଣାଯାଇଛି ଯେ, ବରଗଡ ଜିଲ୍ଲାର ସୋହେଲା, ପଦମପୁର ଓ ପାଇକମାଲ ଦେଇ ନୂଆପଡା ଜିଲ୍ଲାର ସିନାପାଲି ଓ କଳାହାଣ୍ଡି ଜିଲ୍ଲାର ଗୋଳାମୁଣ୍ଡା ଦେଇ ୪ ଲେନ୍ ବିଶିଷ୍ଟ ବିଜୁ ଏକ୍ସପ୍ରେସ ଓ୍ୱେ ନିର୍ମାଣାଧିନ ଥିବା ବେଳେ ଏ ସମସ୍ତ ସ୍ଥାନ ଦେଇ ଅର୍ଥନୈତିକ କରିଡର ସୃଷ୍ଟି ହେବ। ଏଥିପାଇଁ ୧୧ଟି ଶିଳ୍ପ ସଂସ୍ଥା ଉଦ୍ୟୋଗ ସ୍ଥାପନ ପାଇଁ ସହମତି ପ୍ରକାଶ କରିଛନ୍ତି।

ଏଥିନେଇ ଟେଣ୍ଡର ପ୍ରକ୍ରିୟା ସରିଛି। ଏହି ଅର୍ଥନୈତିକ କରିଡର ପାଇଁ ବରଗଡରେ କେତେକ ସ୍ଥାନ ବ୍ୟତୀତ ଅନ୍ୟ ସବୁ ସ୍ଥାନରେ ଜମି ଅଧିଗ୍ରହଣ ସରିଛି। ବିଜୁ ଏକ୍ସପ୍ରେସ ୱେ ଏବଂ ରେଳସଂଯୋଗୀ କରୁଥିବା ନୂଆପଡାର ଖରିଆର, କଳାହାଣ୍ଡିର ଜୁନାଗଡ, ବରଗଡର ପଦମପୁର ଭଳି ଛୋଟ ଛୋଟ ସହରରେ ଶିଳ୍ପୋଦ୍ୟୋଗ ସ୍ଥାପନକୁ ଗୁରୁତ୍ୱ ଦିଆଯିବ। ଏ ଦିଗରେ ଜିଲ୍ଲା ଇନଭେଷ୍ଟମେଣ୍ଟ ସଂସ୍ଥା (ଦିପା) ଏହାର କାର୍ଯ୍ୟ ଜାରି ରଖିଛି । ପରବର୍ତ୍ତୀ ସମୟରେ ‘ଦିପା’ ଏହାର କାର୍ଯ୍ୟ ପରିସର ଖୋର୍ଦ୍ଧା, କଟକ, ବଲାଙ୍ଗୀର ଓ କୋରାପୁଟ ଜିଲ୍ଲାକୁ ସଂପ୍ରସାରିତ କରିବ।

ଆହୁରି ମଧ୍ୟ ବଡ ବଡ ଶିଳ୍ପ ସଂସ୍ଥା, ଅଣୁ, ମଧ୍ୟମ ଓ କ୍ଷୁଦ୍ର ଉଦ୍ୟୋଗୀମାନଙ୍କୁ ଆକର୍ଷଣ କରିବା ଉଦ୍ଦେଶ୍ୟରେ ଜୁଲାଇ ପ୍ରଥମ ବା ଦ୍ୱିତୀୟ ସପ୍ତାହରେ ସମ୍ବଲପୁର କିମ୍ବା ଝାରସୁଗୁଡାରେ ମେକ୍ ଇନ୍ ଓଡିଶା ଆନୁକୂଲ୍ୟରେ ‘ଆଡଭାଣ୍ଟେଜ୍’ ଅନୁଗୋଳ ପରି କାର‌୍ୟ୍ୟକ୍ରମ କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ଏହି ବୈଠକରେ ପୂର୍ତ୍ତ, ଶିଳ୍ପ, ଏମ୍ଏସ୍ଏମ୍ଇ ବିଭାଗ ଓ ଇପିକଲ ଆଦି ସଂସ୍ଥାର ଉଚ୍ଚ କର୍ତ୍ତୃପକ୍ଷ ଉପସ୍ଥିତ ଥିଲେ।

ଅର୍ଥନୈତିକ କରିଡର ଅସିତ୍‌ ତ୍ରିପାଠୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026
Latest News

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.