Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»StateBoard»ମୋ ସ୍କୁଲ ଅଭିଯାନ ପାଇଁ ୨୧ କୋଟି ୯୦ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ, ଜାଣନ୍ତୁ କେଉଁ ଜିଲ୍ଲାକୁ କେତେ
StateBoard

ମୋ ସ୍କୁଲ ଅଭିଯାନ ପାଇଁ ୨୧ କୋଟି ୯୦ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ, ଜାଣନ୍ତୁ କେଉଁ ଜିଲ୍ଲାକୁ କେତେ

May 25, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ମୋ ସ୍କୁଲ୍‌ ଅଭିଯାନ ପାଇଁ ୨୧ କୋଟି ୯୦ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ, ଜାଣନ୍ତୁ କେଉଁ ଜିଲ୍ଲାକୁ କେତେ

ଭୁବନେଶ୍ୱର : ଗଣିତ, ବିଜ୍ଞାନ, କମ୍ପୁ୍ୟଟର ବିଜ୍ଞାନ ଏବଂ 21st century skills ରେ ସରକାରୀ ସ୍କୁଲ୍‌ର ପିଲାମାନଙ୍କୁ ଅଧିକ ଦକ୍ଷ କରିବାକୁ ରାଜ୍ୟ ସରକାରଙ୍କ ‘ମୋ ସ୍କୁଲ୍‌ ଅଭିଯାନ’ ପୁରାତନ ଛାତ୍ରଛାତ୍ରୀ ଏବଂ ବିଭିନ୍ନ ସଂଗଠନ ମାଧ୍ୟମରେ ଏକାଧିକ କାର୍ଯ୍ୟକ୍ରମ ହାତକୁ ନେଇଛି । ଆଗାମୀଦିନରେ ଏଭଳି କାର୍ଯ୍ୟକ୍ରମକୁ ବ୍ୟାପକ କରିବା ସହ ଅଧିକରୁ ଅଧିକ ସ୍କୁଲ୍‌ ଏବଂ ଛାତ୍ରଛାତ୍ରୀ ଯେପରି ଏହାଦ୍ୱାରା ଉପକୃତ ହୋଇପାରିବେ ତାହାଉପରେ ଗୁରୁତ୍ୱ ଦିଆଯିବ।

ଶିକ୍ଷକମାନଙ୍କ ଦକ୍ଷତା ବିକାଶ ଲାଗି ଦ୍ୱିତୀୟ ପର୍ଯ୍ୟାୟରେ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୩ୟ ସପ୍ତାହରୁ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ‘ମୋ ସ୍କୁଲ୍‌ ଅଭିଯାନ’ର ୩୪ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଛି।

ବୁଧବାର ଭର୍ଚୁଆଲ୍‌ ମୋଡ୍‌ରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଅଧ୍ୟକ୍ଷତା କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣପଦ ସେଠୀ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ସ୍କୁଲ୍‌ଗୁଡ଼ିକରେ ପ୍ରତିଷ୍ଠିତ ତଥା ସଫଳ ବ୍ୟକ୍ତିବଶେଷଙ୍କୁ ନେଇ ଟକ୍‌ ସେସନ୍‌ର ଆୟୋଜନ କରିବାକୁ କହିଥିଲେ । ଇଣ୍ଟରନେଟ୍‌ ସୁବିଧା ନଥିବା ସ୍କୁଲ୍‌ଗୁଡ଼ିକରେ ଇଣ୍ଟରନେଟ୍‌ ସଂଯୋଗ କରି ଭିଡ଼ିଓ କନ୍‌ଫରେନ୍ସିଂର ଆୟୋଜନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ଚଳିତ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ଓଡ଼ିଶାର ୨୬ଟି ଜିଲ୍ଲାର ମୋଟ ୨୧ କୋଟି ୯୦ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଗତ ୧ ମାସ ମଧ୍ୟରେ ୧୩,୩୦୨ ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍‌ ଅଭିଯାନ’ ସହ ଯୋଡ଼ିହୋଇଛନ୍ତି । ସେମାନେ ନିଜ ନିଜ ବିଦ୍ୟାଳୟର ବିକାଶ ପାଇଁ ୫ କୋଟି ୩୩ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି ।

ବିଭିନ୍ନ ସିଏସ୍‌ଆର୍‌ ପାଣ୍ଠିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ମୋ ସ୍କୁଲ୍‌ ଅଭିଯାନକୁ ୧ କୋଟି ୬୮ ଲକ୍ଷ ଟଙ୍କାର ଅନୁଦାନ ଆସିଛି । ପୁରାତନ ଛାତ୍ରଛାତ୍ରୀ ଏବଂ ସିଏସ୍‌ଆର୍‌ ପାଣ୍ଠି ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତାକୁ ମିଶାଇ ମୋଟ ୨୧ କୋଟି ୯୦ ଲକ୍ଷ ଟଙ୍କାର ପ୍ରକଳ୍ପକୁ କାର୍ଯ୍ୟନିର୍ବାହୀ ପରିଷଦ ଅନୁମୋଦନ ପ୍ରଦାନ କରିଛି । ବାଲେଶ୍ୱରରେ ସର୍ବାଧିକ ୧ କୋଟି ୩୬ ଲକ୍ଷ, ସୋନପୁରରେ ୪୦ ଲକ୍ଷ ୨୨ ହଜାର, କଟକରେ ୩୬ ଲକ୍ଷ ୧୫ ହଜାର, ଖୋର୍ଦ୍ଧାରେ ୩୪ ଲକ୍ଷ ଏବଂ ଯାଜପୁରରେ ୩୧ ଲକ୍ଷ ଟଙ୍କା ପୁରାତନ ଛାତ୍ରଛାତ୍ରୀମାନେ ପ୍ରଦାନ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ମୋଟ ୬ ଲକ୍ଷ ୭୫ ହଜାର ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍‌ ଅଭିଯାନ’ ମାଧ୍ୟମରେ ସ୍କୁଲ୍‌ଗୁଡ଼ିକୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ।

ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ପରେ ବଳକା ଥିବା ୪୩୧୦ଟି ଉଚ୍ଚ ବିଦ୍ୟାଳୟରୁ ୨ ହଜାରରୁ ଊଦ୍ଧ୍ୱର୍ ବିଦ୍ୟାଳୟକୁ ୩ୟ ପର୍ଯ୍ୟାୟରେ ଅନ୍ତର୍ଭୁକ୍ତ କରିବାକୁ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ଆଲୋଚନା ହୋଇଥିଲା । ୫ଲକ୍ଷରୁ ଅଧିକ ଟଙ୍କାର ପ୍ରକଳ୍ପର ମନିଟରିଂକୁ ପ୍ରାଥମିକତା ଦିଆଯାଉଥିବା ବେଳେ ମନ୍ଥର ଗତିରେ ହେଉଥିବା କାମକୁ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ଏକ ମନିଟରିଂ ସେଲ୍‌ ଗଠନ ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ପ୍ରସ୍ତାବ ଦେବାକୁ ପ୍ରମୁଖ ସଚିବ ନିର୍ଦ୍ଦେଶ ଦେଇଥିଲେ ।

ବିଜ୍ଞାନ ଶିକ୍ଷାର ପ୍ରସାର ପାଇଁ ଓଡ଼ିଶା ବିଜ୍ଞାନ ଏକାଡେମୀ ସହ ମୋ ସ୍କୁଲ୍‌ ଅଭିଯାନ ମିଳିତ ଭାବରେ କାର୍ଯ୍ୟକରିବ । ସ୍କୁଲ୍‌ଗୁଡ଼ିକରେ ପାଳନ ହେଉଥିବା ପ୍ରମୁଖ ଦିବସଗୁଡ଼ିକରେ ବୈଜ୍ଞାନିକ ଏବଂ ବିଶିଷ୍ଟ ବିଜ୍ଞାନ ଶିକ୍ଷାବିତ୍‌ମାନଙ୍କୁ ନିମନ୍ତ୍ରଣ କରିବା ସହ ବିଜ୍ଞାନଭିତ୍ତିକ ପ୍ରଦର୍ଶନୀର ଆୟୋଜନ କରିବାକୁ ଓଡ଼ିଶା ବିଜ୍ଞାନ ଏକାଡେମୀ ପ୍ରସ୍ତାବ ଦେଇଛି । ସେହିଭଳି ବିଜ୍ଞାନ ଶିକ୍ଷକମାନଙ୍କ ପାଇଁ ସ୍ୱତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ମଧ୍ୟ ପ୍ରସ୍ତାବ ରହିଛି ।

ଅନ୍ୟପକ୍ଷରେ ରୂପାନ୍ତରିତ ବିଦ୍ୟାଳୟଗୁଡ଼ିକରେ ପ୍ରାକଫିକାଲ ସାଇନ୍ସ କ୍ଲାସ୍‌ ଉପରେ ଗୁରୁତ୍ୱ ଦିଆଯିବ । ପ୍ରଥମ ପର୍ଯ୍ୟାୟରେ ରୂପାନ୍ତରିତ ହୋଇଥିବା ୧୦୭୬ଟି ଉଚ୍ଚ ବିଦ୍ୟାଳୟରେ କୋଡିଂ ଶିକ୍ଷାର ପ୍ରସାର ପାଇଁ ୨ଟି ପର୍ଯ୍ୟାୟରେ ‘କୋଡ୍‌ କ୍ଲବ୍‌’ କାର୍ଯ୍ୟକ୍ରମ ଆରମ୍ଭ ହେବ । ଆସନ୍ତା ଜୁନ୍‌ରେ ୪୪୧ଜଣ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ କୋଡିଂ ସମ୍ପର୍କିତ ପ୍ରଶିକ୍ଷଣ ପ୍ରଦାନ କରାଯିବ ।

ରାଜ୍ୟରେ ଶିକ୍ଷା ଭିତ୍ତିଭୂମିକୁ ସୁଦୃଢ କରିବାକୁ ମୋ ସ୍କୁଲ୍‌ ଅଭିଯାନ ପ୍ରତିଷ୍ଠିତ କର୍ପୋରେଟ୍‌ ସଂସ୍ଥାମାନଙ୍କ ସହ ମିଳିତ ଭାବରେ କାର୍ଯ୍ୟ କରିବ। ‘ମୋ ସ୍କୁଲ୍‌’ ଏବଂ କର୍ପୋରେଟ୍‌ ସଂସ୍ଥା ମିଳିତ ଭାବରେ ଲର୍ଣ୍ଣିଂ ରିକଭରୀ କାର୍ଯ୍ୟକ୍ରମ ପାଇଁ କାମ କରିବାକୁ ନିକଟରେ ମୋ ସ୍କୁଲ୍‌ ଅଧ୍ୟକ୍ଷାଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଥିବା ବେଳେ ଏଥିରେ ୧୬ଟି ପ୍ରମୁଖ କର୍ପୋରେଟ୍‌ ସଂସ୍ଥାର ପ୍ରତିନିଧି ଯୋଗଦେଇଥିଲେ । ଭିତ୍ତିଭୂମି ବିକାଶ ସହ ଶୈକ୍ଷିକ ପରିବେଶରେ ଉନ୍ନତି ଆଣିବାକୁ ଆଗାମୀଦିନରେ ‘ମୋ ସ୍କୁଲ୍‌’ ସହ ମିଶି କାମ କରିବାକୁ ସେମାନେ ଆଗ୍ରହ ପ୍ରକାଶ କରିଥିଲେ ।

ଏଣିକି ଓଡ଼ିଶା ଏବଂ ଓଡ଼ିଶା ବାହାରେ ଥିବା ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ‘ମୋ ସ୍କୁଲ୍‌ ଅଭିଯାନ’ରେ ଇଣ୍ଟର୍ନସିପ୍‌ କରିବାର ସୁଯୋଗ ପାଇପାରିବେ । ରୁରାଲ୍‌ ମ୍ୟାନେଜମେଣ୍ଟ୍‌, ରୁରାଲ୍‌ ଡେଭଲପ୍‌ମେଣ୍ଟ୍‌, ଏଜୁକେଶନ୍‌, ପବ୍ଲିକ୍‌ ପଲିସି ଏବଂ ସୋସିଆଲ୍‌ ୱାର୍କ ଛାତ୍ରଛାତ୍ରୀମାନେ ‘ଷ୍ଟୁଡେଣ୍ଟ୍‌ ଇଣ୍ଟର୍ନସିପ୍‌ ପ୍ରୋଗ୍ରାମ’ ମାଧ୍ୟମରେ ଏହି ସୁବିଧା ପାଇପାରିବେ । ଏନେଇ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟମରେ ‘ମୋ ସ୍କୁଲ୍‌’ ସଦସ୍ୟ ସଚିବ ତଥା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା, ବିଭାଗୀୟ ଅତିରିକ୍ତ ଶାସନ ସଚିବ ଶ୍ରୀ ପ୍ରତାପ କୁମାର ମିଶ୍ର, ବିଭାଗୀୟ ଆର୍ଥିକ ଉପଦେଷ୍ଟା, ନିର୍ଦ୍ଦେଶକ, ଉଚ୍ଚ ମାଧ୍ୟମିକ ଶିକ୍ଷା, ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା, ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା, ନିର୍ଦ୍ଦେଶକ, ଟିଇ, ଏସ୍‌ସିଇଆର୍‌ଟି ଏବଂ ମୋ ସ୍କୁଲ୍‌ ଅଭିଯାନ ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରବୀର କୁମାର ଖିଲାର ପ୍ରମୁଖ ଉପସ୍ଥିତ ଥିଲେ।

BJP Ads
Mo School ମୋ ସ୍କୁଲ୍‌ ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଏସ୍‌ବିଆଇରୁ ୭୭ ଲକ୍ଷ ଟଙ୍କା ଆତ୍ମସାତ୍: ବ୍ୟାଙ୍କ କର୍ମଚାରୀଙ୍କ ବିରୋଧରେ ମାମଲା ରୁଜ୍ଜୁ

November 5, 2025

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ

November 5, 2025

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

November 5, 2025

ରାଜ୍ୟ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ କଲା ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ

November 5, 2025
BJP Ads
Latest News

ବାଲୁଗାଁ ଏସ୍‌ବିଆଇରୁ ୭୭ ଲକ୍ଷ ଟଙ୍କା ଆତ୍ମସାତ୍: ବ୍ୟାଙ୍କ କର୍ମଚାରୀଙ୍କ ବିରୋଧରେ ମାମଲା ରୁଜ୍ଜୁ

November 5, 2025

କେନ୍ଦ୍ର ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ଦ୍ୱାରା ଲିଖିତ ନିବନ୍ଧକୁ ସେୟାର କଲେ ପ୍ରଧାନମନ୍ତ୍ରୀ ମୋଦୀ

November 5, 2025

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ

November 5, 2025

ସ୍ୱତନ୍ତ୍ର ଅଭିଯାନ ଅଧୀନରେ କରାଯାଇଥିବା କାର୍ଯ୍ୟକଳାପ ସମୀକ୍ଷା କଲେ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ. ମୁରୁଗନ

November 5, 2025

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.