Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୋ ସରକାର ସମୀକ୍ଷା: ଅଧିକରୁ ଅଧିକ ଲୋକଙ୍କ ପାଖରେ ପହଞ୍ଚିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ବିଶେଷ ଖବର

ମୋ ସରକାର ସମୀକ୍ଷା: ଅଧିକରୁ ଅଧିକ ଲୋକଙ୍କ ପାଖରେ ପହଞ୍ଚିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

May 26, 2022No Comments6 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ମୋ ସରକାର ଏକ ନୂଆ ମଡେଲ ଦେଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ମୋ ସରକାର ଉପକ୍ରମ ସଂପର୍କରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହା କହିଛନ୍ତି। ବୈଠକରେ ସମସ୍ତ ବିଭାଗ ଏହି କାର୍ଯ୍ୟକ୍ରମରେ ଅଧିକରୁ ଅଧିକ ଲୋକଙ୍କୁ ସାମିଲ କରିବାକୁ ପରାମର୍ଶ ଦେବା ସହିତ ମୁଖ୍ୟମନ୍ତ୍ରୀ ସମସ୍ତ ବିଭାଗ କାର୍ଯ୍ୟକ୍ରମ ଉପରେ ନଜର ରଖି ନିୟମିତ ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସୂଚନାଯୋଗ୍ୟ ଯେ ୨୦୧୯ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ଦୁଇ ଦଶକ ମଧ୍ୟରେ ଓଡିଶାରେ ବ୍ୟାପକ ବିକାଶ ହୋଇଛି ଓ ଓଡିଶା ଅନେକ କ୍ଷେତ୍ରରେ ଆଦର୍ଶ ସୃଷ୍ଟି କରିଛି। ଦୁଇ ବର୍ଷ ତଳେ ଆରମ୍ଭ ହୋଇଥିବା ମୋ ସରକାର କାର୍ଯ୍ୟକ୍ରମ ଏବେ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଏକ ନୂଆ ମଡେଲ ଦେବାରେ ସଫଳ ହୋଇଛି ମୋ ସରକାର।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ସରକାର ଓ ସରକାରୀ ଅନୁଷ୍ଠାନ ଗୁଡିକ ପ୍ରତି ଲୋକଙ୍କ ଦୃଷ୍ଟିଭଙ୍ଗୀରେ ମୋ ସରକାର ବ୍ୟାପକ ପରିବର୍ତ୍ତନ ଆଣିଛି। ଜନସାଧାରଣ ଓ ସରକାରୀ ଅନୁଷ୍ଠାନ ମଧ୍ୟରେ ଆସ୍ଥା ସୃଷ୍ଟି କରିବାରେ ମଧ୍ୟ ଏହା ସଫଳ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଲୋକଙ୍କ ଫିଡ୍ବ୍ୟାକ ରେକର୍ଡ କରାଯାଇଛି ଏବଂ ସେମାନଙ୍କ ମତାମତ ଭିତ୍ତିରେ ଯେଉଁ ଅବଧାରଣା ସୃଷ୍ଟି ହୋଇଛି, ତା ଉପରେ ପଦକ୍ଷେପ ମଧ୍ୟ ନିଆଯାଉଛି।

ଏହି ଉପକ୍ରମ ଉପରେ ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଶାସନରେ ଏହି ରୂପାନ୍ତର ପାଇଁ, ଯେଉଁଥିରେ ସରକାର ସବୁଠାରୁ ଶେଷ ଧାଡିରେ ଥିବା ଲୋକ ପାଖରେ ପହଞ୍ଚି ପାରୁଥିବେ ଏବଂ ଆବଶ୍ୟକତା ଥିବା ସବୁ ଲୋକଙ୍କୁ ସେବା ଯୋଗାଇ ପାରୁଥିବେ; ସେଥିପାଇଁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସଂପୂର୍ଣ୍ଣ ବ୍ୟବହାରିକ ପରିବର୍ତ୍ତନର ଆବଶ୍ୟକତା ଥିଲା। ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରି କହିଲେ ଯେ ଏ ଦିଗରେ ନିୟମିତ ଉଦ୍ୟମ ଆଜି ସଫଳ ହୋଇଛି।

ତୃଣମୂଳ ସ୍ତରରୁ ଯେଉଁ ଫିଡବ୍ୟାକ ମିଳୁଛି, ତାହା ଉତ୍ସାହଜନକ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ “ମୁଁ ଯେଉଁ ମତାମତ ପାଉଛି, ସେଥିରୁ ଜଣାଯାଉଛି ଯେ କର୍ମଚାରୀଙ୍କ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ଅନେକ ବିଭାଗ ସଫଳ ହେଉଛନ୍ତି। ଖୁସିର କଥା, ସରକାରୀ ଅଧିକାରୀ ଓ କର୍ମଚାରୀମାନେ ନାଗରିକ ମାନଙ୍କୁ ସେବା ପ୍ରଦାନ କରିବା ସମୟରେ ବର୍ତ୍ତମାନ ଅଧିକ ଦାୟିତ୍ବସଂପନ୍ନ ଓ ସହୃଦୟତାର ସହ ବ୍ୟବହାର କରୁଛନ୍ତି।”

ମୁଖ୍ୟମନ୍ତ୍ରୀ ଖୁସିପ୍ରକାଶ କରି କହିଲେ ଯେ ଏହି କାର୍ଯ୍ୟକ୍ରମ ଦ୍ବାରା ପ୍ରଶାସନିକ ପ୍ରକ୍ରିୟା ଏବେ ଅଧିକ ସହଭାଗୀତାଭିତ୍ତିକ ହୋଇପାରିଛି ଏବଂ ଏହି ପ୍ରକ୍ରିୟା ମଧ୍ୟରେ ନାଗରିକ ମାନେ ସରକାରୀ କାର୍ଯ୍ୟକ୍ରମ ଗୁଡିକର ଅଂଶୀଦାର ମଧ୍ୟ ହୋଇପାରିଛନ୍ତି। ଏ ଦିଗରେ ନିରନ୍ତର ପ୍ରୟାସ ଦ୍ବାରା ଏକ ସମତା (equity) ଓ ନ୍ୟାୟଭିତ୍ତିକ ଅନ୍ତର୍ଭୁକ୍ତି ସମାଜ (Inclusive society) ଗଠନ ହୋଇପାରିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ପୁଣିଥରେ କହୁଛି ଯେ ନାଗରିକ ମାନଙ୍କ ସନ୍ତୋଷ ଏକ ଲକ୍ଷ୍ୟ ନୁହେଁ, ଏହା ଏକ ନିରନ୍ତର ଯାତ୍ରା। ଆମ ସମସ୍ତଙ୍କୁ ନିରନ୍ତର ଉନ୍ନତି କରିବାର ଏବଂ ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଅଧିକ ସକ୍ରିୟ ହେବାର ଆବଶ୍ୟକତା ରହିଛି। ବିଭାଗ ଗୁଡିକର ଭୂମିକା ଲୋକଙ୍କ ମତାମତ ସଂଗ୍ରହ କରିବାରେ ଶେଷ ହୋଇଯିବା ଉଚିତ ନୁହେଁ, ବରଂ ଏଥିରେ ଯେଉଁ ସମସ୍ୟା ଅଛି, ସେଗୁଡିକ ସମାଧାନ କରିବା ପାଇଁ ପଦକ୍ଷେପ ନେବା ମଧ୍ୟ ଜରୁରୀ। ଯେଉଁ କର୍ମଚାରୀମାନେ ଲୋକଙ୍କ ସେବା ଯୋଗାଇ ଦେବାରେ ଉଲ୍ଲେଖନୀୟ ପ୍ରଦର୍ଶନ କରୁଛନ୍ତି, ସେମାନଙ୍କୁ ବିଭାଗ ଗୁଡିକ ସେମାନଙ୍କୁ ମାନ୍ୟତା ଦେବାର ଆବଶ୍ୟକତା ମଧ୍ୟ ରହିଛି।”

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅର୍ଥ, ପୂର୍ତ୍ତ ଏବଂ ବାଣିଜ୍ୟ ଓ ପରିବହନ, ଏହି ୩ଟି ବିଭାଗକୁ ମୋ ସରକାରରେ ସାମିଲ ହେବା ପ୍ରକ୍ରିୟାର ଶୁଭାରମ୍ଭ କରିଥିଲେ।

ବୈଠକରେ ୬ଟି ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା ହୋଇଥିଲା। ଏଗୁଡିକ ହେଲା ଗୃହ ବିଭାଗ, ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶିଳ୍ପ, ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଜଳସଂପଦ ବିଭାଗ।

ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ଏହା ଲୋକଙ୍କ ଠାରୁ ଫିଡବ୍ୟାକ ଗ୍ରହଣ କରିବାର ସବୁଠାରୁ ବଡ କାର୍ଯ୍ୟକ୍ରମ। ଏଥିରେ ପ୍ରାୟତଃ ସବୁ ବିଭାଗ ସାମିଲ ହୋଇଥିବା ବେଳେ, ଏହି କାର୍ଯ୍ୟକ୍ରମକୁ ନିୟମିତ ଭାବେ ତଦାରଖ କରିବାର ଆବଶ୍ୟକତା ରହିଛି ବୋଲି ସେ ମତ ଦେଇଥିଲେ।

ବୈଠକର ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଲେ ଯେ ଅଧିକାଂଶ ବିଭାଗର ଫିଡବ୍ୟାକ ବ୍ୟବସ୍ଥା ବହୁତ ଉନ୍ନତ ମାନର ଅଛି। ସାଧାରଣ ଲୋକଙ୍କ ଠାରୁ ମତାମତ ସଂଗ୍ରହ କରିବାରେ ବିଭାଗମାନେ ତତ୍ପରତା ଦେଖାଇବା ସହ ଭୁଲ କରୁଥିବା କର୍ମଚାରୀଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଉପରେ ଗୁରୁତ୍ବ ଦେବାର ଆବଶ୍ୟକତା ଅଛି ବୋଲି ସେ କହିଥିଲେ। ସାଧାରଣ ଲୋକଙ୍କ ସହିତ ବିଭିନ୍ନ ବିଭାଗରେ ବିଶେଷକରି ଇଂଜିନିୟରିଂ ବିଭାଗ ଗୁଡିକରେ ସେବା ପ୍ରଦାନକାରୀ ସଂସ୍ଥା (Service Provider) ମାନଙ୍କ ଠାରୁ ମଧ୍ୟ ମୋ ସରକାରର କାର୍ଯ୍ୟକ୍ରମରେ ଫିଡବ୍ୟାକ ସଂଗ୍ରହ କରିବାର ବ୍ୟବସ୍ଥା କରାଯିବା ଜରୁରୀ ବୋଲି ସେ କହିଥିଲେ।

ଏହି ବୈଠକରେ ଇଲେକ୍ଟ୍ରୋନିକ୍‌ସ ଓ ଆଇଟି ବିଭାଗର ସଚିବ ମନୋଜ ମିଶ୍ର ଏକ ଉପସ୍ଥାପନ ରଖି କହିଲେ ଯେ ରାଜ୍ୟର ୨୮ଟି ବିଭାଗର ୨୩୩ଟି ସେବା ମୋ ସରକାରରେ ସାମିଲ ହୋଇଛି। ଆଜିର ଏହି ୩ଟି ବିଭାଗକୁ ମିଶାଇ ୩୧ଟି ବିଭାଗର ୨୫୦ଟି ସେବା ସାମିଲ ହେଲା।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପୋଲିସ ମହାନିର୍ଦ୍ଦେଶକ, ପ୍ରମୁଖ ସଚିବ, ଜ଼ିଲ୍ଲାପାଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତ ବିଭାଗ କାର୍ଯ୍ୟକ୍ରମ ଉପରେ ନଜର ରଖି ନିୟମିତ ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସୂଚନାଯୋଗ୍ୟ ଯେ ୨୦୧୯ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ଦୁଇ ଦଶକ ମଧ୍ୟରେ ଓଡିଶାରେ ବ୍ୟାପକ ବିକାଶ ହୋଇଛି ଓ ଓଡିଶା ଅନେକ କ୍ଷେତ୍ରରେ ଆଦର୍ଶ ସୃଷ୍ଟି କରିଛି। ଦୁଇ ବର୍ଷ ତଳେ ଆରମ୍ଭ ହୋଇଥିବା ମୋ ସରକାର କାର୍ଯ୍ୟକ୍ରମ ଏବେ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଏକ ନୂଆ ମଡେଲ ଦେବାରେ ସଫଳ ହୋଇଛି ମୋ ସରକାର।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ସରକାର ଓ ସରକାରୀ ଅନୁଷ୍ଠାନ ଗୁଡିକ ପ୍ରତି ଲୋକଙ୍କ ଦୃଷ୍ଟିଭଙ୍ଗୀରେ ମୋ ସରକାର ବ୍ୟାପକ ପରିବର୍ତ୍ତନ ଆଣିଛି। ଜନସାଧାରଣ ଓ ସରକାରୀ ଅନୁଷ୍ଠାନ ମଧ୍ୟରେ ଆସ୍ଥା ସୃଷ୍ଟି କରିବାରେ ମଧ୍ୟ ଏହା ସଫଳ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସମସ୍ତଙ୍କ ଠାରୁ ଲୋକଙ୍କ ଫିଡ୍ବ୍ୟାକ ରେକର୍ଡ କରାଯାଇଛି ଏବଂ ସେମାନଙ୍କ ମତାମତ ଭିତ୍ତିରେ ଯେଉଁ ଅବଧାରଣା ସୃଷ୍ଟି ହୋଇଛି, ତା ଉପରେ ପଦକ୍ଷେପ ମଧ୍ୟ ନିଆଯାଉଛି।

ଏହି ଉପକ୍ରମ ଉପରେ ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଶାସନରେ ଏହି ରୂପାନ୍ତର ପାଇଁ, ଯେଉଁଥିରେ ସରକାର ସବୁଠାରୁ ଶେଷ ଧାଡିରେ ଥିବା ଲୋକ ପାଖରେ ପହଞ୍ଚି ପାରୁଥିବେ ଏବଂ ଆବଶ୍ୟକତା ଥିବା ସବୁ ଲୋକଙ୍କୁ ସେବା ଯୋଗାଇ ପାରୁଥିବେ; ସେଥିପାଇଁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସଂପୂର୍ଣ୍ଣ ବ୍ୟବହାରିକ ପରିବର୍ତ୍ତନର ଆବଶ୍ୟକତା ଥିଲା। ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରି କହିଲେ ଯେ ଏ ଦିଗରେ ନିୟମିତ ଉଦ୍ୟମ ଆଜି ସଫଳ ହୋଇଛି।

ତୃଣମୂଳ ସ୍ତରରୁ ଯେଉଁ ଫିଡବ୍ୟାକ ମିଳୁଛି, ତାହା ଉତ୍ସାହଜନକ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ “ମୁଁ ଯେଉଁ ମତାମତ ପାଉଛି, ସେଥିରୁ ଜଣାଯାଉଛି ଯେ କର୍ମଚାରୀଙ୍କ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ଅନେକ ବିଭାଗ ସଫଳ ହେଉଛନ୍ତି। ଖୁସିର କଥା, ସରକାରୀ ଅଧିକାରୀ ଓ କର୍ମଚାରୀମାନେ ନାଗରିକ ମାନଙ୍କୁ ସେବା ପ୍ରଦାନ କରିବା ସମୟରେ ବର୍ତ୍ତମାନ ଅଧିକ ଦାୟିତ୍ବସଂପନ୍ନ ଓ ସହୃଦୟତାର ସହ ବ୍ୟବହାର କରୁଛନ୍ତି।”

ମୁଖ୍ୟମନ୍ତ୍ରୀ ଖୁସିପ୍ରକାଶ କରି କହିଲେ ଯେ ଏହି କାର୍ଯ୍ୟକ୍ରମ ଦ୍ବାରା ପ୍ରଶାସନିକ ପ୍ରକ୍ରିୟା ଏବେ ଅଧିକ ସହଭାଗୀତାଭିତ୍ତିକ ହୋଇପାରିଛି ଏବଂ ଏହି ପ୍ରକ୍ରିୟା ମଧ୍ୟରେ ନାଗରିକ ମାନେ ସରକାରୀ କାର୍ଯ୍ୟକ୍ରମ ଗୁଡିକର ଅଂଶୀଦାର ମଧ୍ୟ ହୋଇପାରିଛନ୍ତି। ଏ ଦିଗରେ ନିରନ୍ତର ପ୍ରୟାସ ଦ୍ବାରା ଏକ ସମତା (equity) ଓ ନ୍ୟାୟଭିତ୍ତିକ ଅନ୍ତର୍ଭୁକ୍ତି ସମାଜ (Inclusive society) ଗଠନ ହୋଇପାରିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ପୁଣିଥରେ କହୁଛି ଯେ ନାଗରିକ ମାନଙ୍କ ସନ୍ତୋଷ ଏକ ଲକ୍ଷ୍ୟ ନୁହେଁ, ଏହା ଏକ ନିରନ୍ତର ଯାତ୍ରା। ଆମ ସମସ୍ତଙ୍କୁ ନିରନ୍ତର ଉନ୍ନତି କରିବାର ଏବଂ ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଅଧିକ ସକ୍ରିୟ ହେବାର ଆବଶ୍ୟକତା ରହିଛି। ବିଭାଗ ଗୁଡିକର ଭୂମିକା ଲୋକଙ୍କ ମତାମତ ସଂଗ୍ରହ କରିବାରେ ଶେଷ ହୋଇଯିବା ଉଚିତ ନୁହେଁ, ବରଂ ଏଥିରେ ଯେଉଁ ସମସ୍ୟା ଅଛି, ସେଗୁଡିକ ସମାଧାନ କରିବା ପାଇଁ ପଦକ୍ଷେପ ନେବା ମଧ୍ୟ ଜରୁରୀ। ଯେଉଁ କର୍ମଚାରୀମାନେ ଲୋକଙ୍କ ସେବା ଯୋଗାଇ ଦେବାରେ ଉଲ୍ଲେଖନୀୟ ପ୍ରଦର୍ଶନ କରୁଛନ୍ତି, ସେମାନଙ୍କୁ ବିଭାଗ ଗୁଡିକ ସେମାନଙ୍କୁ ମାନ୍ୟତା ଦେବାର ଆବଶ୍ୟକତା ମଧ୍ୟ ରହିଛି।”

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅର୍ଥ, ପୂର୍ତ୍ତ ଏବଂ ବାଣିଜ୍ୟ ଓ ପରିବହନ, ଏହି ୩ଟି ବିଭାଗକୁ ମୋ ସରକାରରେ ସାମିଲ ହେବା ପ୍ରକ୍ରିୟାର ଶୁଭାରମ୍ଭ କରିଥିଲେ।

ବୈଠକରେ ୬ଟି ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା ହୋଇଥିଲା। ଏଗୁଡିକ ହେଲା ଗୃହ ବିଭାଗ, ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶିଳ୍ପ, ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଜଳସଂପଦ ବିଭାଗ।

ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ଏହା ଲୋକଙ୍କ ଠାରୁ ଫିଡବ୍ୟାକ ଗ୍ରହଣ କରିବାର ସବୁଠାରୁ ବଡ କାର୍ଯ୍ୟକ୍ରମ। ଏଥିରେ ପ୍ରାୟତଃ ସବୁ ବିଭାଗ ସାମିଲ ହୋଇଥିବା ବେଳେ, ଏହି କାର୍ଯ୍ୟକ୍ରମକୁ ନିୟମିତ ଭାବେ ତଦାରଖ କରିବାର ଆବଶ୍ୟକତା ରହିଛି ବୋଲି ସେ ମତ ଦେଇଥିଲେ।

ବୈଠକର ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଲେ ଯେ ଅଧିକାଂଶ ବିଭାଗର ଫିଡବ୍ୟାକ ବ୍ୟବସ୍ଥା ବହୁତ ଉନ୍ନତ ମାନର ଅଛି। ସାଧାରଣ ଲୋକଙ୍କ ଠାରୁ ମତାମତ ସଂଗ୍ରହ କରିବାରେ ବିଭାଗମାନେ ତତ୍ପରତା ଦେଖାଇବା ସହ ଭୁଲ କରୁଥିବା କର୍ମଚାରୀଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଉପରେ ଗୁରୁତ୍ବ ଦେବାର ଆବଶ୍ୟକତା ଅଛି ବୋଲି ସେ କହିଥିଲେ। ସାଧାରଣ ଲୋକଙ୍କ ସହିତ ବିଭିନ୍ନ ବିଭାଗରେ ବିଶେଷକରି ଇଂଜିନିୟରିଂ ବିଭାଗ ଗୁଡିକରେ ସେବା ପ୍ରଦାନକାରୀ ସଂସ୍ଥା (Service Provider) ମାନଙ୍କ ଠାରୁ ମଧ୍ୟ ମୋ ସରକାରର କାର୍ଯ୍ୟକ୍ରମରେ ଫିଡବ୍ୟାକ ସଂଗ୍ରହ କରିବାର ବ୍ୟବସ୍ଥା କରାଯିବା ଜରୁରୀ ବୋଲି ସେ କହିଥିଲେ।

ଏହି ବୈଠକରେ ଇଲେକ୍ଟ୍ରୋନିକ୍‌ସ ଓ ଆଇଟି ବିଭାଗର ସଚିବ ମନୋଜ ମିଶ୍ର ଏକ ଉପସ୍ଥାପନ ରଖି କହିଲେ ଯେ ରାଜ୍ୟର ୨୮ଟି ବିଭାଗର ୨୩୩ଟି ସେବା ମୋ ସରକାରରେ ସାମିଲ ହୋଇଛି। ଆଜିର ଏହି ୩ଟି ବିଭାଗକୁ ମିଶାଇ ୩୧ଟି ବିଭାଗର ୨୫୦ଟି ସେବା ସାମିଲ ହେଲା। ମୋ ସରକାରରେ ୧୧,୨୯୮ ସରକାରୀ କାର୍ଯ୍ୟାଳୟ ସାମିଲ ହୋଇଥିବା ବେଳେ ୧୯୯ ଜଣ କର୍ତ୍ତୃପକ୍ଷ ଫିଡବ୍ୟାକ ସଂଗ୍ରହ କରିବାରେ ନିୟୋଜିତ ଅଛନ୍ତି।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପୋଲିସ ମହାନିର୍ଦ୍ଦେଶକ, ପ୍ରମୁଖ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ମୋ ସରକାର ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

LAC ପ୍ରସଙ୍ଗରେ ଚୀନକୁ ଜବାବ ଦେଲେ ଡୋଭାଲ!: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 26, 2026

ଦେଶବ୍ୟାପୀ ଋତୁକାଳୀନ ଇନ୍‌ଫ୍ଲୁଏଞ୍ଜା ସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 26, 2026

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

August 25, 2026

ଯୁଦ୍ଧ ସମୟରେ କ୍ଷେପଣାସ୍ତ୍ରର ଅଭାବ ରହିବ ନାହିଁ: ବଡ଼ ନିଷ୍ପତ୍ତି ନେଲା ପ୍ରତିରକ୍ଷା ମନ୍ତ୍ରଣାଳୟ

August 25, 2026
Latest News

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026

ଭିଜିଲାନ୍ସ ଜାଲରେ ପୂର୍ବତନ କଲେଜ ଅଧ୍ୟକ୍ଷ: ଅଢେଇ କୋଟି ଟଙ୍କା ହେରଫେର ଅଭିଯୋଗ

August 26, 2026

ଇସଲାମାବାଦ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ: ୧୫ ନବଜାତ ଶିଶୁଙ୍କ ମୃତ୍ୟୁ

August 26, 2026

ସ୍କର୍ପିଓକୁ ପଛରୁ ପିଟିଲା ଟୁରିଷ୍ଟ ବସ୍‌, ୨ ଆହତ

August 26, 2026

ପୁରୀରେ ପୁଣି ହତ୍ୟାକାଣ୍ଡ : ପଥରରେ ଛେଚି ଜଣଙ୍କୁ ହତ୍ୟା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.