Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନନ୍ଦନକାନନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କଲେ ତିନି ମହଲା ବିଶିଷ୍ଠ କାର ପାର୍କିଂ ବ୍ୟବସ୍ଥା
ଜାତୀୟ ଖବର

ନନ୍ଦନକାନନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କଲେ ତିନି ମହଲା ବିଶିଷ୍ଠ କାର ପାର୍କିଂ ବ୍ୟବସ୍ଥା

May 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ନନ୍ଦନକାନନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କଲେ ତିନି ମହଲା ବିଶିଷ୍ଠ କାର ପାର୍କିଂ ବ୍ୟବସ୍ଥା

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନନ୍ଦନକାନନଠାରେ ୩୫୪୨.୭୯ ଲକ୍ଷ ଟଙ୍କାରେ ନିର୍ମିତ ତିନି ମହଲା ବିଶିଷ୍ଟ ବହୁତଳ କାର ପାର୍କିଂ ସୁବିଧାର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମ ରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ବିକ୍ରମଏହି କେଶରୀ ଆରୁଖ, ଉପସ୍ଥିତ ଥିଲେ।

ନନ୍ଦନକାନନକୁ କ୍ରମେ କ୍ରମେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ୁଛି । ଟ୍ରାଫିକ୍‌ ସମସ୍ୟା ଓ ସ୍ଥାନାଭାବକୁ ଦୃଷ୍ଟିରେ ରଖି ଏହି ତିନିମହଲା ବିଶିଷ୍ଟ ଗାଡ଼ି ପାର୍କିଂସ୍ଥଳ ନିର୍ମାଣ କରାଯାଇଛି। ପ୍ରତ୍ୟେକ ମହଲା ୫୬୦୦ ବର୍ଗମିଟରର ଏବଂ ଏହି ପାର୍କିଂରେ ସମୁଦାୟ ୫୮୩ଟି ଚାରିଚକିଆ ଯାନ ରହିପାରିବ ।

ପାର୍କିଂ ନିକଟରେ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଟିକଟ ଘର, ପାନୀୟ ଜଳ ସୁବିଧା, ଶୌଚାଳୟ, ଡ୍ରାଇଭର ପ୍ରତୀକ୍ଷା ଗୃହ, ଅଗ୍ନିନିର୍ବାପକ ସୁବିଧା, ସିସିଟିଭି ସହିତ ସୌନ୍ଦର୍ଯ୍ୟକରଣ ପାଇଁ ବଗିଚା ଓ ପୁଷ୍କରିଣୀ ଆଦି କରାଯାଇଛି ।

ତଳେ ୨୦୦୦ ଦୁଇଚକିଆ ଯାନ ରହିବା ଭଳି ମଧ୍ୟ ସୁବିଧା କରାଯାଇଛି। ଏହା ଦ୍ୱାରା ନନ୍ଦନକାନନ ମୁଖ୍ୟ ରାସ୍ତାରେ ଯାନବାହନ ଭିଡ଼ କମିବା ସହ ଟ୍ରାଫିକ୍‌ ସମସ୍ୟାର ସମାଧାନ ହୋଇପାରିବ. ନନ୍ଦନକାନନକୁ ବିଶ୍ୱସ୍ତରୀୟ ଚିଡ଼ିଆଖାନାରେ ପରିଣତ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛି ଏବଂ ଏଥି ପାଇଁ ଏକ ୨୦ ବର୍ଷିଆ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରାଯାଇଛି ।

ଆଗାମୀ ଦିନରେ ନନ୍ଦନକାନନରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ ଏବଂ ନନ୍ଦନକାନନ ଅଧିକ ଆକର୍ଷଣୀୟ ହେବା ସହ ଅତ୍ୟାଧୁନିକ ପର୍ଯ୍ୟଟନ କ୍ଷେତ୍ର ରୂପେ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ସୁନାମ ଅର୍ଜନ କରିବ ସେ ଦିଗରେ ପଦକ୍ଷେପ ନିଆ ଯାଇ ଛି

ଏହି ଅବସରରେ ଜଟଣୀ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ, ଭୁବନେଶ୍ୱର ଉତ୍ତରର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା, ପ୍ରମୁଖ ମୁଖ୍ୟ ବନସଂରକ୍ଷକ ତଥା ବନବାହିନୀ ମୁଖ୍ୟ ଶ୍ରୀ ଶିଶିର କୁମାର ରଥ ପ୍ରମୁଖ ଉପସ୍ଥିତ ଥିଲେ ।

nandankanan ନନ୍ଦନକାନନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.