Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାତିପାହିଲେ ବ୍ରଜରାଜନଗର ଉପନିର୍ବାଚନ, ସୁରକ୍ଷା ବ୍ୟବସ୍ଥା ପାଇଁ ନିଆଗଲା କଡା ପଦକ୍ଷେପ
ବିଶେଷ ଖବର

ରାତିପାହିଲେ ବ୍ରଜରାଜନଗର ଉପନିର୍ବାଚନ, ସୁରକ୍ଷା ବ୍ୟବସ୍ଥା ପାଇଁ ନିଆଗଲା କଡା ପଦକ୍ଷେପ

May 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାତିପାହିଲେ ବ୍ରଜରାଜନଗର ଉପନିର୍ବାଚନ, ସମ୍ବେଦନଶୀଳ ବୁଥରେ ପୋଲିସ ଛାଉଣୀ

ଝାରସୁଗୁଡା: ଆସନ୍ତାକାଲି ହେବ ବ୍ରଜରାଜନଗରର ଉପନିର୍ବାଚନ। ସେଥିପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାରଦିନ ସକାଳ ୭ ଟାରୁ ସଂଧ୍ୟା ୬ ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ଏଥିପାଇଁ ନିର୍ବାଚନ କମିଶନରଙ୍କ ତରଫରୁ ୨୭୯ଟି ବୁଥ କରାଯାଇଛି । ଆଜି ଜିଲ୍ଲାପାଳ ଏବଂ ଏସପି ବିଭିନ୍ନ ବୁଥ ପରିକ୍ରମା କରି ପ୍ରସ୍ତୁତି ସଂପର୍କରେ ତଦାରଖ କରିଛନ୍ତି।

ଶାନ୍ତି ଶୃଙ୍ଖଳାରେ ମତଦାନ କରିବା ପାଇଁ ଏକ ହଜାର ପୋଲିସ ଫୋର୍ସ ମୁତୟନ କରାଯାଇଛି । ଏହାସହ ୩ କମ୍ପାନି ସେଣ୍ଟ୍ରାଲ ଆର୍ମଡ ଫୋର୍ସ ମଧ୍ୟ ମୁତୟନ କରାଯାଇଛି । ୬୦ ବୁଥ ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ କରାଯାଇଛି । ଏହି ବୁଥ ଗୁଡିକରେ ମାଇକ୍ରୋଅବଜରଭର, ସେଣ୍ଟ୍ରାଲ ଫୋର୍ସ ରହିବେ। ବ୍ରଜରାଜନଗରର ୫୦ ପ୍ରତିଶତ ବୁଥର ଓ୍ବେବକାଷ୍ଟିଂ କରାଯିବ। ସେଥିପାଇଁ ମଧ୍ୟ ନୀର୍ବାଚନ ଅଧିକାରୀଙ୍କ ତରଫରୁ ବନ୍ଦୋବସ୍ତ କରାଯାଇଛି। ମତଦାନ ପରେ ଇଭିଏମଗୁଡିକ ରଖିବା ପାଇଁ ଝାରସୁଗୁଡା ଇଂଜିନିୟରିଂ କଲେଜରେ ଷ୍ଟ୍ରଙ୍ଗରୁମ୍ ବ୍ୟବସ୍ଥା କରାଯାଇଛି ।

ଏଥର ୩୦ଟି ମଡେଲ ପୋଲିଂ ବୁଥ କରାଯାଇଛି । ସେଥିମଧ୍ୟରୁ ୫ଟି ପିଙ୍କ ବୁଥ ହୋଇଛି, ଯେଉଁଠି କେବଳ ମହିଳା ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି । ବୁଥରେ ସାନିଟାଇଜର, ଥର୍ମାଲ ସ୍କାନିଂ ବ୍ୟବସ୍ଥା କରାଯାଇଛି । ୧୨ ଟି ବିକଳ୍ପ ପରିଚୟ ପତ୍ର ଦେଖାଇ ଭୋଟ ଦେଇପାରିବେ ଭୋଟର। ବ୍ରଜରାଜନଗରରେ ଶାନ୍ତି ଶୃଙ୍ଖଳାର ସହ ଭୋଟଗ୍ରହଣ ହେବ ବୋଲି ଜିଲ୍ଲା ପ୍ରଶାସନ ଆଶା ରଖିଛି।

ବ୍ରଜରାଜନଗର ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.