Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ନବୀନଙ୍କ ଦିଗ୍‌ଦର୍ଶନ, ନିଜ ଅଞ୍ଚଳର ବିକାଶ କରି ପରିଚୟ ସୃଷ୍ଟି କର
ଜାତୀୟ ଖବର

ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ନବୀନଙ୍କ ଦିଗ୍‌ଦର୍ଶନ, ନିଜ ଅଞ୍ଚଳର ବିକାଶ କରି ପରିଚୟ ସୃଷ୍ଟି କର

June 2, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ନବୀନଙ୍କ ଦିଗ୍‌ଦର୍ଶନ, ନିଜ ଅଞ୍ଚଳର ବିକାଶ କରି ପରିଚୟ ସୃଷ୍ଟି କର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ଦିଗ୍‌ବିନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରି ଏହାର ସମାଧାନ ଉଦ୍ୟମ କରିବାକୁ ପରାମର୍ଶ ଦେଇଛନ୍ତି।

ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥର ମହିଳାମାନେ ବହୁ ସଂଖ୍ୟାରେ ଜିତି ପଞ୍ଚାୟତର ମଙ୍ଗ ଧରିଛନ୍ତି। ଏହାଦ୍ବାରା ବିଜୁ ବାବୁଙ୍କ ମହିଳା ସଶକ୍ତିକରଣର ସ୍ବପ୍ନ ସାକାର ହୋଇଛି ବୋଲି ସେ ମତ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଶାସନ ବ୍ୟବସ୍ଥା ଓ ବିକାଶ ଯୋଜନାରେ ପଞ୍ଚାୟତର ଗୁରୁତ୍ବ ବିଷୟରେ ଆପଣମାନେ ଭଲ ଭାବରେ ଜାଣନ୍ତି। ପଞ୍ଚାୟତ ହେଉଛି ସେବାର କେନ୍ଦ୍ର। ସାଧାରଣ ଲୋକ ଯେପରି ସରକାରୀ ସେବାରୁ ବଞ୍ଚିତ ନ ହୁଏ, ସରକାରୀ ସେବା ପାଇବାରେ ହଇରାଣ ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ।

ଗରିବ ଲୋକ, ମହିଳା ତଥା ଦୁର୍ବଳ ଶ୍ରେଣୀର ଲୋକ ଓ ସେମାନଙ୍କ ଅଧିକାରକୁ ସୁରକ୍ଷା ଦିଅନ୍ତୁ ବୋଲି କହି ଲୋକଙ୍କ ସୁଖଦୁଃଖରେ ସାମିଲ ହେବାକୁ ପରାମର୍ଶ ଦେଇଥିଲେ।

୫-ଟି ବିଷୟରେ ଆଲୋକପାତ କରି ସେ କହିଲେ ଯେ ୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟାଇମ, ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତା ଓ ରୂପାନ୍ତର। ୫-ଟି ମନ୍ତ୍ରକୁ ଗାଁର ବିକାଶରେ ଉପଯୋଗ କରନ୍ତୁ ବୋଲି ପରାମର୍ଶ ଦେଇ ସେ କହିଥିଲେ ଯେ ଏହାଦ୍ବାରା ଆପଣଙ୍କ ଗାଁ, ଆପଣଙ୍କ ପଞ୍ଚାୟତର ପରିବର୍ତ୍ତନ, ଅନ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇପାରିବ।

ଜନସାଧାରଣ ଆମ ଉପରେ ଆସ୍ଥା ରଖିଛନ୍ତି, ଭରସା ରଖିଛନ୍ତି ବୋଲି ମତବ୍ୟକ୍ତ କରି ଲୋକଙ୍କୁ କେବେ ନିରାଶ ହେବାକୁ ଦେବା ନାହିଁ। ସେମାନଙ୍କ ଆସ୍ଥା ଓ ଭରସାକୁ ପବିତ୍ର ଦାୟିତ୍ବ ଭାବି ସେବା କଲେ ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ରହିଯିବେ ବୋଲି ସେ କହିଥିଲେ। ନିଜ କାମ ଦ୍ବାରା ନିଜ ନିଜ ଅଞ୍ଚଳରେ ବିକାଶର ଦୂତ ଭାବରେ ନିଜର ପରିଚୟ ସୃଷ୍ଟି କରିବା ପାଇଁ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା ଯୋଗ ଦେଇ ରାଜ୍ୟର ବିକାଶରେ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକର ଭୂମିକା ସଂପର୍କରେ ଆଲୋକପାତ କରି ବିଭାଗ ପକ୍ଷରୁ ନିଆଯାଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ।

ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଥିଲେ ଯେ ବର୍ତ୍ତମାନ ଜିପିଏସ୍ ଟେକ୍ନୋଲୋଜି ଜରିଆରେ ପଞ୍ଚାୟତର ସବୁ ଭିତ୍ତିଭୂମିକୁ ମ୍ୟାପିଂ କରାଯାଇଛି। ଏହାଦ୍ବାରା ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ସମାଧାନ ତୁରନ୍ତ ହୋଇପାରିବ। ପଞ୍ଚାୟତଗୁଡିକ ସରକାରଙ୍କ ଅଭିଯୋଗ ଶୁଣାଣୀ ବ୍ୟବସ୍ଥାର ପ୍ରଥମ ସୋପାନ ବୋଲି ମତବ୍ୟକ୍ତ କରି ଲୋକଙ୍କ ଅଭିଯୋଗ ଗୁଡିକୁ ପଞ୍ଚାୟତ ସ୍ତରରେ ସମାଧାନ କରିବାକୁ ପରାମର୍ଶ ଦେଇଥିଲେ।

କୃଷି ଓ କୃଷକ ସଶକ୍ତକରଣ ମନ୍ତ୍ରୀ ଅରୁଣ ସାହୁ କହିଲେ ଯେ ମୁଖ୍ୟମନ୍ତ୍ରୀ ରାଜ୍ୟର ମହିଳା ଓ ଯୁବଶକ୍ତିକୁ ଆଗକୁ ଆଣି ପଞ୍ଚାୟତଗୁଡିକୁ ସଶକ୍ତ କରିବା ପାଇଁ ପଦକ୍ଷେପ ନେଇଛନ୍ତି। ସମସ୍ତେ ୫-ଟି ମନ୍ତ୍ରକୁ ଉପଯୋଗ କରି କାମ କଲେ, ରାଜ୍ୟରେ ରୂପାନ୍ତର ଆସିପାରିବ ବୋଲି ସେ କହିଥିଲେ।

ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ କହିଲେ ଯେ ମୁଖ୍ୟମନ୍ତ୍ରୀ ସମାଜସେବା କରିବା ପାଇଁ ମହିଳା ମାନଙ୍କୁ ସୁଯୋଗ ଦେଇଛନ୍ତି। ଓଡିଶାରେ ମହିଳାମାନେ ସଶକ୍ତ ହୋଇପାରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶକୁ ନେଇ କାମ କରିବା ପାଇଁ ସେ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସ୍ବାଗତ ଭାଷଣ ଦେଇ କହିଲେ ଯେ ପଞ୍ଚାୟତ ଅନୁଷ୍ଠାନ ଗୁଡିକୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ କରାଯାଇଛି। ବିକାଶ ପାଇଁ ଅନେକ ଅର୍ଥ ଦିଆଯାଉଛି। ଏହାର ସୁବିନିଯୋଗରେ ପ୍ରତିନିଧି ମାନଙ୍କ ପ୍ରଶିକ୍ଷଣ ବହୁତ ଗୁରୁତ୍ବପୂର୍ଣ୍ଣ ବୋଲି ସେ କହିଥିଲେ। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଅଶୋକ କୁମାର ମୀନା ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ ଏହି କାର୍ଯ୍ୟକ୍ରମରେ ୧ ଲକ୍ଷ ୬ ହଜାର ୩୫୨ ଜଣ ପଞ୍ଚାୟତ ପ୍ରତିନିଧି ଯୋଗ ଦେଇଛନ୍ତି।

ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଦୁର୍ବଳ ଶ୍ରେଣୀ ମହିଳା
Share. Facebook Twitter LinkedIn Email WhatsApp Copy Link

Related Posts

ଏତେ ଦିନ ପରେ ଚାଷୀଙ୍କୁ ମିଳିବ ପିଏମ କିଷାନ ଯୋଜନାର ୨୨ ତମ କିସ୍ତି: ଜାଣନ୍ତୁ ତାଜା ଅପଡେଟ୍

January 21, 2026

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ: ଭୁବନେଶ୍ବରରେ ପତାକା ଉତ୍ତୋଳନ କରିବେ ରାଜ୍ୟପାଳ

January 21, 2026

ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ, ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ସମାପ୍ତି ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

January 21, 2026

ବନ୍ଦେ ଭାରତ ସ୍ଲିପର୍‌ ଟ୍ରେନକୁ ନେଇ ଯାତ୍ରୀଙ୍କ ପ୍ରବଳ ଉତ୍ସାହ: ପ୍ରଥମ ଦିନ ଯାତ୍ରାର ସବୁ ଟିକେଟ୍‌ ବୁକିଂ ଶେଷ

January 21, 2026
Latest News

ଏତେ ଦିନ ପରେ ଚାଷୀଙ୍କୁ ମିଳିବ ପିଏମ କିଷାନ ଯୋଜନାର ୨୨ ତମ କିସ୍ତି: ଜାଣନ୍ତୁ ତାଜା ଅପଡେଟ୍

January 21, 2026

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ: ଭୁବନେଶ୍ବରରେ ପତାକା ଉତ୍ତୋଳନ କରିବେ ରାଜ୍ୟପାଳ

January 21, 2026

ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ, ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ସମାପ୍ତି ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

January 21, 2026

ବନ୍ଦେ ଭାରତ ସ୍ଲିପର୍‌ ଟ୍ରେନକୁ ନେଇ ଯାତ୍ରୀଙ୍କ ପ୍ରବଳ ଉତ୍ସାହ: ପ୍ରଥମ ଦିନ ଯାତ୍ରାର ସବୁ ଟିକେଟ୍‌ ବୁକିଂ ଶେଷ

January 21, 2026

ଭାରତ ସହିତ FTA କୁ ନେଇ ଇୟୁ ମୁଖ୍ୟଙ୍କ ବଡ ବୟାନ: ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ଼ ଝଟକା

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.