Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶା ରାଜନୀତିରେ ହଲଚଲ: ନବୀନ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ୨୦ ମନ୍ତ୍ରୀ
ଜାତୀୟ ଖବର

ଓଡିଶା ରାଜନୀତିରେ ହଲଚଲ: ନବୀନ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ୨୦ ମନ୍ତ୍ରୀ

June 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ରାଜନୀତିରେ ହଲଚଲ: ନବୀନ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ୨୦ ମନ୍ତ୍ରୀ

ଭୁବନେଶ୍ୱର: ଓଡିଶା ରାଜନୀତିରେ ଏକ ହଲଚଲ ସୃଷ୍ଟି ହୋଇଛି। ଆଜି ହଠାତ ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବାର କାରଣ ହେଉଛି ମନ୍ତ୍ରୀ ମଣ୍ଡଳରେ ପରିବର୍ତ୍ତନ ସହିତ ନୂତନ ମନ୍ତ୍ରୀମଣ୍ଡଳ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ମନ୍ତ୍ରୀମଣ୍ଡଳରେ ଥିବା ସମସ୍ତ ୨୦ ଜଣ ମନ୍ତ୍ରୀ ଇସ୍ତଫା ପ୍ରଦାନ କରିଛନ୍ତି । ଏଥିସହିତ ବାଚସ୍ପତି ସୂର‌୍ୟ୍ୟନାରାୟଣ ପାତ୍ର ମଧ୍ୟ ନିଜ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି ।

ଆଜି ଇସ୍ତଫା ଦେଇଥିବା ମନ୍ତ୍ରୀମାନେ ହେଉଛନ୍ତି କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ରାଜସ୍ବ ଓ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି । ଖଣି, ଇସ୍ପାତ ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ।

ସେହିପରି ଖାଦ୍ୟ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ, ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ଏସସି, ଏସଟି ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା, ଓଡ଼ିଆ ଭାଷା ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବୟନ ଓ ହସ୍ତତନ୍ତ ମନ୍ତ୍ରୀ ପଦ୍ମିନୀ ଦିଆନ, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା।

ମନ୍ତ୍ରୀ ମଣ୍ଡଳ ଅଦଳବଦଳ ମନ୍ତ୍ରୀମଣ୍ଡଳ
Share. Facebook Twitter LinkedIn Email WhatsApp Copy Link

Related Posts

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026

ପିଏମ ଆବାସ ହିତାଧିକାରୀଙ୍କୁ ବଡ ଆଶ୍ଵସ୍ତି

June 19, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ନୂଆ SOP

June 19, 2026
Latest News

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026

ପିଏମ ଆବାସ ହିତାଧିକାରୀଙ୍କୁ ବଡ ଆଶ୍ଵସ୍ତି

June 19, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ନୂଆ SOP

June 19, 2026

ଭୟଙ୍କର ସିରିଜ୍ ଦୁର୍ଘଟଣା, ଶିଶୁ ଓ ମହିଳାଙ୍କ ସମେତ ୧୩ ଆହତ

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.