Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଗଣମାଧ୍ୟମ ବ୍ୟକ୍ତିତ୍ୱଙ୍କ ସହିତ କଥା ହେଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ: କୋଭିଡ ଭୂମିକାକୁ କଲେ ପ୍ରଶଂସା
ଜାତୀୟ ଖବର

ଗଣମାଧ୍ୟମ ବ୍ୟକ୍ତିତ୍ୱଙ୍କ ସହିତ କଥା ହେଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ: କୋଭିଡ ଭୂମିକାକୁ କଲେ ପ୍ରଶଂସା

June 4, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରମନ୍ତ୍ରୀ
ଆଜି ଜାତୀୟ ସ୍ତରରେ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: ଏକ ସମୃଦ୍ଧ ଭାରତ ପାଇଁ ଆମେ ଏକ ସୁସ୍ଥଭାରତ ଏବଂ ଏକ ସୁସ୍ଥ ଭାରତ ନିମନ୍ତେ ଆମେ ସ୍ୱସ୍ଥ ନାଗରିକ ଆବଶ୍ୟକ କରୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ସ୍ୱାସ୍ଥ୍ୟକୁ ନିଜ କାର୍ଯ୍ୟସୂଚୀର କେନ୍ଦ୍ରରେ ରଖିଛନ୍ତି ଏବଂ କେନ୍ଦ୍ର ସରକାର ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟସେବା ଯୋଜନା ଓ କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି। ଭାରତ ମଧ୍ୟ “ ହିଲ୍ ଇନ୍ ଇଣ୍ଡିଆ” ଓ “ହିଲ ବାଏ ଇଣ୍ଡିଆ” ପ୍ରୟାସ ମାଧ୍ୟମରେ ସ୍ୱାସ୍ଥ୍ୟ ସେବା ଯୋଗାଣରେ ବିଶ୍ୱରେ ନେତୃତ୍ୱ ଭୂମିକା ଗ୍ରହଣ କରିବାକୁ ପ୍ରସ୍ତୁତ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡବୀୟ କହିଛନ୍ତି।

ଗତକାଲି ପିଆଇବି, ଦୂରଦର୍ଶନ ଓ ଆକାଶବାଣୀର ଆଞ୍ଚଳିକ ଅଧିକାରୀ ଏବଂ ଆଞ୍ଚଳିକ ଗଣମାଧ୍ୟମ ବ୍ୟକ୍ତିତ୍ୱମାନଙ୍କ ସହ କଥୋପକଥନ ସମୟରେ ସେ ଏହା କହିଛନ୍ତି। ଏହି କାର୍ଯ୍ୟକ୍ରମ ଅନ୍‌ଲାଇନ ବ୍ୟବସ୍ଥାରେ ଆୟୋଜିତ ହୋଇଥିଲା। ଏଥିରେ ୧୫୦ରୁ ଅଧିକ ଅଧିକାରୀ ଏବଂ ଆଞ୍ଚଳିକ ସ୍ୱାସ୍ଥ୍ୟ ବିଷୟକ ସାମ୍ବାଦିକ ସବୁ ରାଜ୍ୟରୁ ଭାଗ ନେଇଥିଲେ।

ପ୍ରାରମ୍ଭରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ, କୋଭିଡ ମହାମାରୀ ସଂକ୍ରମଣ କାଳରେ ଗଣମାଧ୍ୟମ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବାରୁ, ସେଥିପାଇଁ ଧନ୍ୟବାଦ ଜଣାଇଥିଲେ। ସେ କହିଥିଲେ ଯେ ଏଭଳି ଏକ ପରୀକ୍ଷାର ଘଡିରେ ସାମ୍ବାଦିକମାନେ ଆଶାନୁରୁପ କାର୍ଯ୍ୟ କରି ପ୍ରକୃତ ତଥ୍ୟ ଓ ସୂଚନା ପ୍ରଦାନ କରିଥିଲେ। କରୋନା ଘେନି ଯେଉଁ ବିଭ୍ରାନ୍ତିକାର ଖବର ଓ ଭୁଲ ତଥ୍ୟ ପ୍ରଚାରିତ ହେଉଥିଲା ତାହାକୁ ନିର୍ଭୁଲ ତଥ୍ୟ ଭିତ୍ତିକ ଖବର ଦେଇ ସେମାନେ ଏହାର ପ୍ରତିହତ କରିଥିଲେ। ଏହା ଫଳରେ କରୋନା ଘେନି ରହିଥିôବା ଭ୍ରାନ୍ତି, କାଳ୍ପନିକ କଥା ଓ ଭୟ ଦୂର ହୋଇଥିଲା। ଫଳରେ ଲୋକଙ୍କ ମଧ୍ୟରେ ଟିକା ନେବା ପାଇଁ ଆଗ୍ରହ ବଢିଥିଲା ଏବଂ ଏଥିପ୍ରତି ଥିବା ବିରୋଧ ହ୍ରାସ ପାଇଥିଲା।

ଏହି ମହାମାରୀ କାଳରେ ପିଆଇବି, ଦୂରଦର୍ଶନ ସମାଚାର, ଆକାଶବାଣୀ ସମାଚାରର ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ପ୍ରଶଂସା କରି ସେ ଆହୁରି କହିଥିଲେ ଯେ ଏହା କେବଳ ସରକାରୀ ଉଦ୍ୟମ ନ ଥିଲା, “ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ ଓ ସବ୍‌କା ପ୍ରୟାସ”ମାଧ୍ୟମରେ  ଆମେ ବିଶ୍ୱର ସର୍ବବୃହତ ଟିକାଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ଆରମ୍ଭ କରିପାରିଥିଲୁ। ଏହି ମହାମାରୀ କାଳରେ ଯେଉଁ ସାମ୍ବାଦିକମାନେ ପ୍ରାଣ ହରାଇଥିଲେ ସେମାନଙ୍କ ସ୍ମୃତି ପ୍ରତି ସେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ସେ ଆହୁରି କହିଥିଲେ ଯେ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ -ଗଣମାଧ୍ୟମ ମହାମାରୀ କାଳରେ ନିଜର ସାମର୍ଥ୍ୟର ଏକ ଅତି ଉଚ୍ଚ ମାନ ପ୍ରଦର୍ଶନ କରିଥିଲା। ଏକ ସମୃଦ୍ଧ ଭାରତ ପାଇଁ ଆମେ ଏକ ସୁସ୍ଥ ଭାରତ ଆବଶ୍ୟକ କରୁ ଏବଂ ଏକ ସୁସ୍ଥ ଭାରତ ପାଇଁ ସ୍ୱସ୍ଥ ନାଗରିକଙ୍କ ଆବଶ୍ୟକତା ରହିଛି -ଏହି ବାର୍ତ୍ତାକୁ ଗଣମାଧ୍ୟମ ଅଧିକରୁ ଅଧିକ ଲୋକଙ୍କ  ପାଖରେ ପହଞ୍ଚାଇବା ଉଚିତ। ଆମେ ଇତି ମଧ୍ୟରେ ହର୍ ଘର୍ ଦସ୍ତକ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ କରିଛୁ। ଲୋକଙ୍କୁ ଟିକାନେବାକୁ ଉତ୍ସାହିତ କରିବା ସହିତ ସମସ୍ତଙ୍କୁ ସମ୍ପୂର୍ଣ୍ଣ ଟିକା ଡୋଜ ଦେବା ଏହି  ଅଭିଯାନର ଲକ୍ଷ୍ୟ। ଏହି ବାର୍ତ୍ତା ଜନସାଧାରଣଙ୍କ ପାଖରେ ଅଧିକରୁ ଅଧିକ ପହଂଚାଇବାରେ ମୁଁ ଆପଣମାନଙ୍କ ସହଯୋଗ ଲୋଡୁଛି ବୋଲି ସେ କହିଥିଲେ। ସେହିଭଳି ଟିବି ନିରାକରଣ, ଟେଲି ମେଡିସିନ, ମୋତିଆବିନ୍ଦୁ,  ଇ-ସଂଜୀବନୀ ଭଳି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର  ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଅଧିକରୁ ଅଧିକ ଖବର ଆଞ୍ଚଳିକ ସ୍ତରରେ ଲୋକଙ୍କ ପାଖରେ ପହଞ୍ଚାଇବାକୁ ସେ ପରାମର୍ଶ ଦେଇଥିଲେ।

ଡକ୍ଟର ମାଣ୍ଡବୀୟ କହିଥିଲେ ଯେ ଭାରତ ସ୍ୱାସ୍ଥ୍ୟକୁ ଏକ ସେବା ଭାବେ ବିବେଚନା କରେ। ନିଜର ତାଲିମପ୍ରାପ୍ତ ଓ ସମର୍ଥ ଲୋକଶକ୍ତି ମାଧ୍ୟମରେ ଭାରତ ସମଗ୍ର ବିଶ୍ୱକୁ ସ୍ୱାସ୍ଥ୍ୟସେବା ଯୋଗାଇ ପୃଥିବୀରେ ନେତୃତ୍ୱ ଭୂମିକା ଗ୍ରହଣ କରିବାକୁ ପ୍ରସ୍ତୁତ। ଭାରତ ଏବେ କେବଳ “ହିଲ୍ ଇନ୍ ଇଣ୍ଡିଆ” କାର୍ଯ୍ୟକ୍ରମର ଏକ ନୂଆ ମୋଡରେ ପହଞ୍ଚି ନାହିଁ,  ‘ହିଲ ବାଏ ଇଣ୍ଡିଆ’ କାର୍ଯ୍ୟକ୍ରମ ମାଧ୍ୟମରେ ଆମର ସ୍ୱାସ୍ଥ୍ୟ  ପେସାଦାର /ଚିକିତ୍ସକମାନେ ବିଶ୍ୱସ୍ତରରେ ଚିକିତ୍ସାସେବା ଓ ପରାମର୍ଶ ଦେବାକୁ ପ୍ରସ୍ତୁତ। ଆମର ଉନ୍ନତ ଚିକିତ୍ସା  ବ୍ୟବସ୍ଥା ସ୍ୱାସ୍ଥ୍ୟ  ପର୍ଯ୍ୟଟନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି।

ଏହି ଅବସରରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ ଅଗ୍ରୱାଲ କୋଭିଡ ପରିଚାଳନା, ଟିକାଦାନ, ହର୍ ଘର୍ ଦସ୍ତକ ଅଭିଯାନ, ବୈଶ୍ୱିକ ଟିକାଦାନ କ୍ଷେତ୍ରରେ ଭାରତର ଭ୍ୟାକ୍ସିନ ମୈତ୍ରୀର ଭୂମିକା, କୋ-ୱିନର ବିଶ୍ୱସ୍ତରୀୟ ଗୁରୁତ୍ୱ, କୋଭିଡ କାଳରେ ଗଣମାଧ୍ୟମର ଭୂମିକା ଆଦି ପ୍ରସଙ୍ଗରେ ସବିଶେଷ ତଥ୍ୟ ଉପସ୍ଥାପନ କରିଥିଲେ।

କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ନିଜ ନିଜର ଅନୁଭୂତି, ସମ୍ମୁଖୀନ ହୋଇଥିବା ଆହ୍ୱାନ ଆଦି ସମ୍ପର୍କରେ  କହିବା ସହିତ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଅନେକ ଅଭିନବ ପ୍ରସ୍ତାବ ଦେଇଥିଲେ।

ଆକାଶବାଣୀ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଦୂରଦର୍ଶନ ପିଆଇବି ପ୍ରଶଂସା
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ସଂକଟର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ୪୦ରୁ ଅଧିକ ଦେଶ ଶକ୍ତି ସଞ୍ଚୟ ପାଇଁ ନେଲେ ପଦକ୍ଷେପ

May 12, 2026

ମାତୃତ୍ଵ ଲାଭ ପରେ ପୁଣି ଥରେ କର୍ମକ୍ଷେତ୍ରକୁ ଫେରିବା ପାଇଁ ମହିଳାଙ୍କୁ ସଶକ୍ତ କରିଛି ଜିଓ

May 12, 2026

ଫ୍ଲୋର ଟେଷ୍ଟ ପୂର୍ବରୁ ଏଆଇଏଡ଼ିଏମକେ ଦୁଇ ଫାଳ

May 12, 2026

ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ବିଜୟ-ଷ୍ଟାଲିନ୍ ଙ୍କ ଆଲିଙ୍ଗନ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.