Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାତ୍ୟା ବେଳେ ବି ରାଜନୀତି ଜରୁରୀ ! ବାତ୍ୟା ଆଖିରେ ପାଟକୁରା ଓ ବେଚାରା ନିର୍ବାଚନ ଅଧିକାରୀ
ବିଶେଷ ଖବର

ବାତ୍ୟା ବେଳେ ବି ରାଜନୀତି ଜରୁରୀ ! ବାତ୍ୟା ଆଖିରେ ପାଟକୁରା ଓ ବେଚାରା ନିର୍ବାଚନ ଅଧିକାରୀ

May 2, 2019No Comments4 Mins Read
Share Facebook Twitter LinkedIn Email WhatsApp Copy Link
political impact of Fani cyclone over Patkura election .
political impact of Fani cyclone over Patkura election .

 କେଦାର ମିଶ୍ର

ନିର୍ବାଚନ ସରୁ ସରୁ ଓଡିଶାର ସାମାଜିକ ପରିମଣ୍ଡଳ ଟିକେ ଶାନ୍ତ ରହିବା ବୋଲି ଆମେ ବିଚାର କରୁଥିଲୁ। ହେଲେ ଠିକ ସେଇ ସମୟରେ ଗୋଟେ ଦିଗରୁ ଭୟଙ୍କର ବାତ୍ୟା “ଫନୀ” ଓଡିଶା ଉପକୂଳକୁ ମାଡି ଆସୁଛି ଓ ବାତ୍ୟାକୁ କେନ୍ଦ୍ର କରି ଓଡିଶା ରାଜନୀତିର ଘୂର୍ଣ୍ଣି ଆହୁରି ଭୟଙ୍କର ଲାଗୁଛି। ଆପାତତଃ ଶାନ୍ତିପୂର୍ଣ୍ଣ ଭାବରେ ଓଡିଶାର ଚାରୋଟି ଯାକ ପର୍ୟାୟ ନିର୍ବାଚନ ସମାହିତ କରିଥିବାରୁ ଓଡିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ଧନ୍ୟବାଦ ପାଇବା ପରିବର୍ତ୍ତେ ଭାରତୀୟ ଜନତା ପାର୍ଟି ଓ ଏହାର ସଦା କ୍ରୋଧିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରୋଶର ଶିକାର ହୋଇଛନ୍ତି। ଓଡିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ଜଣେ ଭ୍ରଷ୍ଟ ଅଧିକାରୀ ବୋଲି ଧର୍ମେନ୍ଦ୍ର ଅଭିଯୋଗ କରିଛନ୍ତି। ଏ ପ୍ରକାର ଅଭିଯୋଗର ଆଧାର କଣ, ସେ କଥା କାହାକୁ ଜଣାନାହିଁ। ଓଡିଶା ଯେତେବେଳେ ଏକ ବିରାଟ ପ୍ରାକୃତିକ ବିପର୍ୟୟକୁ ମୁକାବିଲା କରିବାକୁ ଯାଉଛି ସେତେବେଳେ ଏ ପ୍ରକାର ରାଜନୈତିକ ଆକ୍ଷେପ ପ୍ରତି ଆକ୍ଷେପ ବଡ ଦୁର୍ଭାଗ୍ୟଜନକ। ନିର୍ବାଚନ ଏବେ ସରିଯାଇଛି। ଆସନ୍ତା ୧୯ ତାରିଖରେ ପାଟକୁରା ଉପ ନିର୍ବାଚନ ହେବା କଥା। ତାକୁ ନେଇ ଏ ସବୁ ନାଟକ।

ଭୟଙ୍କର ବାତ୍ୟା “ଫନୀ” ଓଡିଶା ଉପକୂଳରେ କେଉଁଠି ସ୍ଥଳଭାଗ ଛୁଇଁବ ସେ କଥା ଏଯାଏ ସ୍ପଷ୍ଟ ହୋଇନି। ତେବେ ପୁରୀରୁ ଦୀଘା ମଝିରେ ଏହା କେଉଁଠି ହେଲେ ସ୍ଥଳଭାଗକୁ ପ୍ରବେଶ କରିପାରେ। ବାତ୍ୟା ମୁକାବିଲା ବର୍ତ୍ତମାନ ସମୟର ସବୁଠୁ ବଡ ଚିନ୍ତା। ସେତେବେଳେ ପାଟକୁରା ନିର୍ବାଚନ ହେବା ନହେବା, ଖୁବ ଗୋଟେ ଗୁରୁତ୍ୱପୂର୍ଣ୍ଣ କଥା ନୁହେଁ। ତେବେ ପାଟକୁରାକୁ ନେଇ ଗତ ମାସେ ହେଲା ଅନେକ ରୋଚକ ରାଜନୈତିକ ମୋଡ ଆସିଛି। ପ୍ରଥମେ ବିଜୟ ମହାପାତ୍ର ବର୍ଷାଧିକ କାଳ ବିଜେପିଠାରୁ ଅଭିମାନ କରି ଦୂରରେ ରହିଲେ। ତାଙ୍କୁ ବିଜେପି ପୁରୁଣା ଆସବାବ ଭଳି ବ୍ୟବହାର କରୁଛି ବୋଲି କହି ସେ ବିଜେପିରୁ ଇସ୍ତଫା ଦେଇ ଚାଲିଆସିଥିଲେ। ତେବେ ହଠାତ ତାଙ୍କର ମାନଭଞ୍ଜନ ହେଲା। ବୈଜୟନ୍ତ ପଣ୍ଡା ବିଜେପିରେ ଯୋଗଦାନ କରିବା ପରେ ସେ ପ୍ରଥମେ ବିଜୟଙ୍କୁ ନିଜ ପାଖକୁ ନେଇ ଆସିଲେ। ପୁରୁଣା ଆସବାବ ପୁଣି ଥରେ ନିଜ ଜାଗାକୁ ଫେରି ଆସିଲା। ତେବେ ପୁରୁଣା ଜାଗା କହିଲେ, ସେଇ ପାଟକୁରା। ବିଜୟଙ୍କୁ ବିଜେପି ପାଟକୁରାର ପ୍ରାର୍ଥୀ କଲା।

ବିଜୟଙ୍କ ପ୍ରତିଦ୍ବନ୍ଦ୍ବୀ ଭାବରେ ବିଜେଡି ନିଜର ବର୍ଷିୟାନ ନେତା ବେଦପ୍ରକାଶ ଅଗ୍ରୱାଲଙ୍କୁ ପ୍ରାର୍ଥୀ କରିଥିଲା। ତେବେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେଲାପରେ ବେଦୁ ବାବୁଙ୍କ ଦେହାନ୍ତ ହେଲା। ଆମ ଜାଣିବାରେ ବେଦ ପ୍ରକାଶ ଅଗ୍ରୱାଲାଙ୍କ ଦେହାନ୍ତକୁ ଆମେ  ଆମ ସମୟର ସବୁଠୁ ବଡ ରାଜନୈତିକ ମୃତ୍ୟୁ ବୋଲି କହିପାରିବା। ବିଜେପି ଓ ବିଜୟ ଅଭିଯୋଗ କଲେ ଯେ ଜାଣିଶୁଣି ନିର୍ବାଚନ ଘୁଞ୍ଚାଇବାକୁ ଏଠାରେ ବେଦ ପ୍ରକାଶ ଅଗ୍ରୱାଲାଙ୍କୁ ବିଜେଡି ଟିକଟ ଦେଇଥିଲା। ଏହାର ସିଧା ଅର୍ଥ ହେଉଛି, ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ମତେ ବୋଧହୁଏ ଯମରାଜା ବେଦପ୍ରକାଶଙ୍କୁ ଇହ ଧାମରୁ ନେଇଗଲେ! ବିଜୟଙ୍କୁ ହଇରାଣ କରିବା ଲାଗି ଖୋଦ ଯମରାଜ ମଧ୍ୟ ନବୀନଙ୍କ ସହ ଷଡଯନ୍ତ୍ରରେ ସାମିଲ ବୋଲି ଆମେ ମାନିବାକୁ ବାଧ୍ୟ!

ତେବେ ଯମରାଜା ତାଙ୍କ କାମ କରିବା ପରେ ଏବେ ଇନ୍ଦ୍ର ମଧ୍ୟ ନବୀନଙ୍କ ସହ ମିଶି ବିଜୟ ଓ ବିଜେପି ବିରୋଧରେ ଷଡଯନ୍ତ୍ର ଆରମ୍ଭ କରିଛନ୍ତି। ପାଟକୁରା ନିର୍ବାଚନ ଆସନ୍ତା ମେ ୧୯ ରେ ହେବା ପୂର୍ବରୁ ଏବେ ବାତ୍ୟା “ଫନୀ” ଆସି ପହଞ୍ଚି ଯାଇଛି। ବାତ୍ୟାକୁ ଆଳ କରି ପାଟକୁରା ନିର୍ବାଚନ ଘୁଞ୍ଚାଇବାକୁ ବିଜେଡି ଦରଖାସ୍ତ କରିଛି ଓ ଏହା ବିରୋଧରେ ବିଜେପି ଠିଆ ହୋଇଛି। ଶେଷ ନିଷ୍ପତ୍ତି ନିର୍ବାଚନ କମିଶନ ନେବେ। ହେଲେ ସାଧାରଣ ଓଡିଆ ଭାବରେ ଆମର ପ୍ରଶ୍ନ ହେଲା, ଆଜ୍ଞାମାନେ! ୧୪୬ ଟି ବିଧାନସଭା ନିର୍ବାଚନ ସରି ତ ଗଲାଣି। ବାତ୍ୟାର କ୍ଷୟକ୍ଷତି ଭିତରେ ଆଉ ଗୋଟେ ବିଧାନସଭା ନିର୍ବାଚନ ଯଦି କିଛି ଦିନ ଘୁଞ୍ଚିଯାଏ, ତାହେଲେ କଣ ବା ଅସୁବିଧା ହେବ କି ? ହୁଏତ ଏଥିଲାଗି ଶାସକ ଦଳ ଟିକେ ଅଧିକ ସମୟ ପାଇଯିବ। ତେବେ ମେ ୨୩ ପରେ ବିଜେଡି କଣ ଶାସକ ଦଳ ହୋଇ ରହିବ ବୋଲି ବିଜେପି ମାନି ନେଇ ସାରିଛି ?

ଅସଲ କଥା ହେଉଛି, ଏ ସମ୍ପର୍କିତ ଚୂଡାନ୍ତ ନିଷ୍ପତ୍ତି ନିର୍ବାଚନ କମିଶନ ନେବେ। ତା ପୂର୍ବରୁ ପୂର୍ବରୁ ବିଜେପିର ବିଳିବିଳା ବଡ ଅରୁଚିକର ଲାଗୁଛି। ନିର୍ବାଚନ କମିଶନଙ୍କୁ ଭେଟି ଧର୍ମେନ୍ଦ୍ର କହିଛନ୍ତି- “ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ ରାଜ୍ୟରେ ନିର୍ବାଚନ ଆଚରଣ ବିଧି କଟକଣା ହଟାଇବା ନେଇ ମୁଖ୍ୟଶାସନ ସଚିବଙ୍କ ସ୍କ୍ରିନିଂ କମିଟି ତରଫରୁ ଅନୁରୋଧ କରାଯାଇଥିଲା। ଯାହାକୁ କମିଶନ ଗ୍ରହଣ କରି ନିର୍ବାଚନ ଆଚରଣ ବିଧି କୋହଳ କରିଛନ୍ତି। ସମ୍ଭାବ୍ୟ ପ୍ରାକୃତିକ ଦୁର୍ବିପାକ ପରିପ୍ରେକ୍ଷୀରେ କେବଳ ବାତ୍ୟା ମୁକାବିଲା ଜନିତ ଆବଶ୍ୟକୀୟ ପଦକ୍ଷେପ ପାଇଁ ନିର୍ବାଚନ ଆଚରଣ ବିଧିକୁ କୋହଳ କରାଯାଇଥିବା ମୁଖ୍ୟ ନିର୍ବାଚନ କମିଶନ ସ୍ପଷ୍ଟ କରିଛନ୍ତି। କିନ୍ତୁ ଆଚରଣ ବିଧି ହଟିବା ଆଳରେ ରାଜ୍ୟର ବିଜେଡି ସରକାର ୧୦୦୦ କୋଟି ଟଙ୍କାର ମିଛ ବିଲ୍ ଅନୁମୋଦନ କରି ଦଳୀୟ କର୍ମୀଙ୍କୁ ମାଲେମାଲ୍ କରିବା ପାଇଁ ଷଡ଼ଯନ୍ତ୍ର କରୁଥିବା ଶ୍ରୀ ପ୍ରଧାନ ଅଭିଯୋଗ କରିଛନ୍ତି। ରାଜ୍ୟରେ ନିର୍ବାଚନ ସରିଛି। ଜନାଦେଶ ବିଜେପି ସପକ୍ଷରେ ଯାଇ ସାରିଛି। ନବୀନବାବୁ ଦୀର୍ଘ ୧୯ ବର୍ଷ ଧରି ଓଡି଼ଶାକୁ ଲୁଟ୍ କରିଛନ୍ତି, ଆଉ ଓଡ଼ିଶା ଲୋକଙ୍କ ଝାଳବୁହା ଅର୍ଥକୁ ତାଙ୍କୁ ଲୁଟ୍ କରିବାକୁ ଦିଆଯାଇ ପାରିବ ନାହିଁ।

ଏ କଥାର କିଛି ଅର୍ଥ ସତରେ ଅଛି କି ? ବାତ୍ୟା ସମୟରେ ୧୧ ଟି ଜିଲ୍ଲାରୁ ନିର୍ବାଚନ କମିଶନ ଆଦର୍ଶ ଆଚରଣ ବିଧି ହଟାଇ ଦେଇଛନ୍ତି। ବାତ୍ୟା ସହାୟତା ଓ ରିଲିଫ କାମ ଲାଗି ତାହା ଜରୁରୀ। ତେବେ ଏଥିରୁ ହଜାରେ କୋଟି ବିଜେଡି ସରକାର କେମିତି ଓ କେଉଁ ବାଗରେ ହଡପ କରିବେ, ଆମେ ତାହା ବୁଝି ପାରୁନାହୁଁ ? ତା ପରେ ମନ୍ତ୍ରୀଙ୍କ କଥା ମୁତାବକ ଯଦି ତାଙ୍କ ସରକାର ଆସୁଛି, ତାହେଲେ ଏ ସରକାର ଯଦି କିଛି ଗଫଲତି କରେ, ତାର ବିଲ ଅଟକା ଯାଇପାରିବ ଓ ଦୋଷୀମାନଙ୍କୁ ବନ୍ଧା ଯାଇପାରିବ।

ଦୁର୍ଦ୍ଦିନ ସମୟରେ ସବୁ ରାଜନୈତିକ ଦଳ ହାତକୁ ହାତ ମିଳାଇ ଏବେ ଲୋକଙ୍କ ସେବା କରିବାର ସମୟ ଆସିଛି। ନିର୍ବାଚନ ସରିଗଲାଣି। ଭାଷଣ ଓ ବୟାନବାଜିରେ ଜନମତ ଆଉ ପ୍ରଭାବିତ ହେବାର ନାହିଁ। ଏବେ ଅନ୍ତତଃ ରାଜନୀତିରେ ମଣିଷପଣିଆ କିଛି ତ ରହୁ !

( ଆଶ୍ଚର୍ଯ୍ୟ, ମୋବାଇଲ ସ୍କ୍ରିନକୁ ଘଷି ଚାଲିଲେ ବାହାରୁଛି ଖବର ପରେ ଖବର, ଜାଣିବା ପାଇଁ ଡାଉନଲୋଡ କରନ୍ତୁ SANKHIPTA ଆପ୍ )

BJD BJP patkura କେଦାରମିଶ୍ର ନିର୍ବାଚନ ପାଟକୁରା ବିଜେଡି ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପୂର୍ବତନ ଟିଏମସି ବିଧାୟକଙ୍କ ଘର ଏବଂ କାର୍ଯ୍ୟାଳୟ ଉପରେ ଆକ୍ରମଣ: ବିଜେପି ଉପରେ ଅଭିଯୋଗ

September 20, 2026

ଗୋଟିଏ ଦେଶ ପାଇଁ ଗୋଟିଏ ଆଇନ ରହିବା ଆବଶ୍ୟକ: ୟୁସିସିକୁ ସମର୍ଥନ କଲେ ଜିତନ ରାମ ମାଞ୍ଝି

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.