Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଲେ ନବୀନ ପଟ୍ଟନାୟକଙ୍କ ନୂଆ ‘ନବରତ୍ନ’ ମନ୍ତ୍ରୀ
ଜାତୀୟ ଖବର

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଲେ ନବୀନ ପଟ୍ଟନାୟକଙ୍କ ନୂଆ ‘ନବରତ୍ନ’ ମନ୍ତ୍ରୀ

June 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଲେ ନବୀନ ପଟ୍ଟନାୟକଙ୍କ ନୂଆ 'ନବରତ୍ନ' ମନ୍ତ୍ରୀ

ଭୁବନେଶ୍ବର: ବହୁ ଚର୍ଚ୍ଚା ପରେ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନୂଆ ମନ୍ତ୍ରୀ ମଣ୍ଡଳ ଗଠନ କରିଛନ୍ତି। ସମସ୍ତେ ଶପଥ ମଧ୍ୟ ନେଇଛନ୍ତି। ତେବେ ଏଥର ନବୀନ କିଛି ମନ୍ତ୍ରୀଙ୍କୁ ବାଦ ଦେଇଥିବା ବେଳେ ନଅ ଜଣ ମନ୍ତ୍ରୀଙ୍କୁ ପୁଣି ଥରେ ତାଙ୍କ ମନ୍ତ୍ରୀ ମଣ୍ଡଳରେ ସ୍ଥାନିତ କରିଛନ୍ତି। ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି।

ନୂଆ ମନ୍ତ୍ରୀ ମଣ୍ଡଳରେ ଅରୁଣ ସାହୁ, ଦିବ୍ୟଶଙ୍କର ମିଶ୍ର, ସୁଶାନ୍ତ ସିଂ ପ୍ରତାପ ଜେନା ପରି ଟାଣୁଆ ନେତାଙ୍କୁ ବାଦ ଦେଇଛନ୍ତି। ହେଲେ ଆଉ ନଅ ଜଣ ମନ୍ତ୍ରୀଙ୍କୁ ତାଙ୍କ ମନ୍ତ୍ରୀ ମଣ୍ଡଳରେ ସାମିଲ କରିଛନ୍ତି। ସେମାନେ ହେଲେ

  • ନିରଞ୍ଜନ ପୂଜାରୀ,
  • ରଣେନ୍ଦ୍ର ପ୍ରତାପ ସ୍ବାଇଁ,
  • ପ୍ରଫୁଲ କୁମାର ମଲ୍ଲିକ
  • ନବ କିଶୋର ଦାସ
  • ଅଶୋକ ଚନ୍ଦ୍ର ପଣ୍ଡା
  • ଟୁକୁନି ସାହୁ ଟିଟିଲାଗଡ ବିଧାୟିକା
  • ସମୀର ରଂଜନ ଦାସ
  • ତୁଷାରକାନ୍ତି ବେହେରା
  • ଜଗନ୍ନାଥ ସାରକା

ଏମାନେ ବର୍ତ୍ତମାନ ନବୀନ ମନ୍ତ୍ରୀ ମଣ୍ଡଳରେ ନବରତ୍ନ ବୋଲି କୁହାଯିବ। ଏମାନଙ୍କ ମଧ୍ୟରୁ ଜଗନ୍ନାଥ ସାରକାଙ୍କ ପଦନ୍ନୋତି ଘଟିଛି। କାରଣ ସେ ରାଷ୍ଟ୍ରମନ୍ତ୍ରୀରୁ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏପରିକି ସେ ପ୍ରଥମ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

ପୂର୍ବପରି ସମୀର ରଂଜନ ଦାସ ଏବଂ ତୁଷାରକାନ୍ତି ବେହେରାଙ୍କୁ ନବୀନ ସେହି ରାଷ୍ଟ୍ରମନ୍ତ୍ରୀରେ ରଖିଛନ୍ତି। ନଅ ଜଣଙ୍କ ମଧ୍ୟରୁ ଏହି ଦୁଇଜଣଙ୍କୁ ଛାଡିଦେଲେ ଅନ୍ୟ ସମସ୍ତେ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

ନୂଆ ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.