Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୂଆ କୃଷିମନ୍ତ୍ରୀ ଭାବେ ଯୋଗ ଦେଇ ବିଭାଗୀୟ ସମୀକ୍ଷା କଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ
ବିଶେଷ ଖବର

ନୂଆ କୃଷିମନ୍ତ୍ରୀ ଭାବେ ଯୋଗ ଦେଇ ବିଭାଗୀୟ ସମୀକ୍ଷା କଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ

June 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆ କୃଷିମନ୍ତ୍ରୀ ଭାବେ ଯୋଗ ଦେଇ ବିଭାଗୀୟ ସମୀକ୍ଷା କଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ

ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ମାର୍ଗଦର୍ଶନରେ ଓଡ଼ିଶାରେ କୃଷିର ସାମଗି୍ରକ ବିକାଶ ପାଇଁ ପ୍ରଚେଷ୍ଟା ଜାରି ରହିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରକାଶ କରିଛନ୍ତି। ଆଜି ମନ୍ତ୍ରୀ ଶ୍ରୀ ସ୍ୱାଇଁ ଲୋକସଭା ଭବନରେ ବିଭାଗୀୟ ଅଧିକାରୀମାନଙ୍କ ସହ ଏକ ବୈଠକରେ ଆଲୋଚନା କରିଥିଲେ।

ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସଂଜୀବ ଚୋପ୍ରା, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କୁ କୃଷିର ଉନ୍ନତିକରଣ ତଥା ବିଭିନ୍ନ ଯୋଜନା ବାବଦରେ ଅବଗତ କରାଇଥିଲେ। ମନ୍ତ୍ରୀ ଶ୍ରୀ ସ୍ୱାଇଁ କୃଷି ଓ କୃଷକଙ୍କ ଉନ୍ନତି ପାଇଁ ନିଷ୍ଠାର କାର୍ଯ୍ୟ କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଆଜି କୃଷି ଭବନ ପରିଦର୍ଶନ କରି ବରିଷ୍ଠ ଅଧିକାରୀମାନଙ୍କ ସହ ବିଭିନ୍ନ ନିର୍ଦ୍ଦେଶାଳୟର କାର୍ଯ୍ୟାବଳୀ ସମ୍ବନ୍ଧରେ ଅବଗତ ହୋଇଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବର୍ତ୍ତମାନର କୃଷକ କଲ୍ୟାଣ ଯୋଜନାଗୁଡ଼ିକୁ ପ୍ରଭାବୀ ଢଙ୍ଗରେ କାର୍ଯ୍ୟକାରୀ କରିବା ସହ ଆବଶ୍ୟକତା ଅନୁଯାୟୀ ନୂତନ କଲ୍ୟାଣମୂଳକ ଯୋଜନା ପ୍ରଣୟନ କରିବାକୁ ପରାମର୍ଶ ଦେଇଥିଲେ।

ଚାଷର ବିବିଧିକରଣ ଏବଂ ସମନ୍ୱିତ କୃଷି ବାବଦରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ବୈଠକରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର, ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା, ମୃତ୍ତିକା ସଂରକ୍ଷଣ ଏବଂ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ଶ୍ରୀ ହେମନ୍ତ କୁମାର ପଣ୍ଡା, କୃଷି ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀ ସଂଜୀବ ଚଢ଼ା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026
Latest News

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.