Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବାୟୋଟେକ ଷ୍ଟାର୍ଟଅପ ଏକ୍ସପୋ-୨୦୨୨ ଉଦଘାଟିତ
ବିଶେଷ ଖବର

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବାୟୋଟେକ ଷ୍ଟାର୍ଟଅପ ଏକ୍ସପୋ-୨୦୨୨ ଉଦଘାଟିତ

June 9, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମୈଦାନ ଠାରେ ବାୟୋଟେକ୍ ଷ୍ଟାର୍ଟଅପ ଏକ୍ସେପୋ-୨୦୨୨ ଉଦଘାଟନ କରିଛନ୍ତି। ସେ ମଧ୍ୟ ବାୟୋଟେକ ଦ୍ରବ୍ୟ ଇ-ପୋର୍ଟାଲର ଆରମ୍ଭ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ, ଧର୍ମେନ୍ଦ୍ର ପ୍ରଧାନ, ଡକ୍ଟର ଜିତେନ୍ଦ୍ର ସିଂହ, ବାୟୋଟେକ କ୍ଷେତ୍ରର ଅଂଶୀଦାର, ବିଶେଷଜ୍ଞ, ପୁଞ୍ଜି ଲଗାଣକାରୀ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।

ଏଥିରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆମର ଜୈବ ଅର୍ଥନୀତିରେ ଆଠ ବର୍ଷରେ ଆଠ ଗୁଣ ବୃଦ୍ଧି ଘଟିଛି। “ଆମେ ୧୦ ବିଲିୟନରୁ ୮୦ ବିଲିୟନ ଡଲାରରେ ପହଂଚିଛୁ। ବୈଶ୍ୱିକ ଜୈବ ପ୍ରଯୁକ୍ତି କ୍ଷେତ୍ରରେ ହୁଏତ ଖୁବ କମ ଦିନରେ ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ସ୍ଥାନ ପାଇବ” ବୋଲି ସେ କହିଥିଲେ। ପ୍ରଧାନମନ୍ତ୍ରୀ ମଧ୍ୟ ଜୈବ ପ୍ରଯୁକ୍ତି ଶିଳ୍ପ ଗବେଷଣା ସହାୟତା ପରିଷଦ (ବିଆଇଆରଏସି)ର ଦେଶ ବିକାଶ କ୍ଷେତ୍ରରେ ଅବଦାନର ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଜୈବ ପ୍ରଯୁକ୍ତି ଶିଳ୍ପର ଅବଦାନ ଦେଶର ବିକାଶରେ ଖୁବ ଗୁରୁତ୍ୱପୂର୍ଣ୍ଣ।

ବୈଶ୍ୱିକ ଦୃଶ୍ୟପଟ୍ଟରେ ୟୁରୋପୀୟ ବୃତ୍ତିଧାରୀଙ୍କ କ୍ରମବର୍ଦ୍ଧିଷ୍ଣୁ ଖ୍ୟାତି ସମ୍ପର୍କରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ “ଆମର ଆଇଟି ବୃତ୍ତିଧାରୀଙ୍କ କୌଶଳ ଓ ନୂଆ କିଛି କରି ଦେଖାଇବାର ଦକ୍ଷତା ଆଜି ବିଶ୍ୱରେ ନୂତନ ଶିଖର ଛୁଇଁଚି। ଏହି ଦଶନ୍ଧିରେ ସେହି ଏକା ଭଳି ବିଶ୍ୱାସ ଓ କ୍ୟାତି ଦେଶର ଜୈବ ପ୍ରଯୁକ୍ତି କ୍ଷେତ୍ରରେ ଓ ବୃତ୍ତିଧାରୀଙ୍କ ମଧ୍ୟରେ ଦେଖିବାକୁ ମିଳିଲାଣି।”

ଜୈବ ପ୍ରଯୁକ୍ତି କ୍ଷେତ୍ରରେ ଭାରତ କାହିଁକି ଏକ ସୁଯୋଗ ପ୍ରାପ୍ତିର ଦେଶ ହୋଇ ପାଞ୍ଚଟି କାରଣ ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ପ୍ରଥମ ବିବିଧ ଜନସଂଖ୍ୟା ଓ ଜଳବାୟୁ କ୍ଷେତ୍ର, ଦ୍ୱିତୀୟ ଭାରତ ମେଧାସମ୍ପନ୍ନ ମାନବ ସମ୍ବଳ, ତୃତୀୟ ଭାରତରେ ବ୍ୟବସାୟ ପାଇଁ ଇଚ୍ଛା, ଚତୁର୍ଥ ଭାରତରେ ଜୈବ ସାମଗ୍ରୀର ଚାହିଦାରେ ଅଚାନକ ବୃଦ୍ଧି ଓ ପଞ୍ଚମରେ ଭାରତର ଜୈବ ପ୍ରଯୁକ୍ତି କ୍ଷେତ୍ର ଓ ଏହି ସଫଳତାର ରେକର୍ଡ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ସରକାର ଭାରତୀୟ ଅର୍ଥନୀତିର ଶକ୍ତି ଓ ସାମର୍ଥ୍ୟ ବୃଦ୍ଧି ପାଇଁ ଅହରହ ଉଦ୍ୟମ କରୁଛନ୍ତି। ସମ୍ପୂର୍ଣ୍ଣ ସରକାରୀ ଦୃଷ୍ଟିଭଙ୍ଗୀ ଉପରେ ମଧ୍ୟ ଚାପ ରହିଛି। ସବକା ସାଥ, ସବକା ବିକାଶ ମନ୍ତ୍ର ଦେଶର ବିଭିନ୍ନ କ୍ଷେତ୍ରରେ ପ୍ରୟୋଗ ହେଉଛି ବୋଲି ସେ କହିଥିଲେ। ଏଥିପାଇଁ ସମଗ୍ର ଦୃଶ୍ୟପଟ ଓଲଟପାଲଟ ହୋଇଯାଇଛି। ଆଗରୁ କେତେକ ବଛା ବଛା କ୍ଷେତ୍ର ଉପରେ ଆଲୋକପାତ କରାଯାଉଥିବା ବେଳେ, ଅବଶିଷ୍ଟ କ୍ଷେତ୍ରକୁ ସେମାନେ ନିଜେ ନିଜର ଦିଗ ଦେଖିବାକୁ ଛାଡ଼ି ଦିଆ ହେଉଥିଲା। ଆଜି ପ୍ରତ୍ୟେକ କ୍ଷେତ୍ର ଦେଶର ବିକାଶ ପ୍ରତି ସେମାନଙ୍କ ଅବଦାନ ଦେଉଛନ୍ତି। ସେ ଦୃଷ୍ଟିରୁ ପ୍ରତ୍ୟେକ କ୍ଷେତ୍ରର ସାଥ ଓ ପ୍ରତ୍ୟେକ କ୍ଷେତ୍ରର ବିକାଶ ଆଜିର ଆବଶ୍ୟକତା। ଭାବନା ଓ କାର୍ଯ୍ୟରେ ପରିବର୍ତ୍ତନ ଆଜି ସଫଳତା ଆଣିଛି ବୋଲି ସେ କହିଥିଲେ। ସେ ନିକଟ ଅତୀତରେ ଅନେକ କ୍ଷେତ୍ର ପ୍ରତି ଦିଆଯାଇଥିବା ଧ୍ୟାନର ଉଦାହରଣ ଦେଇଥିଲେ।

ଜୈବ ପ୍ରଯୁକ୍ତି କ୍ଷେତ୍ରରେ ମଧ୍ୟ ନିଆଯାଇଥିବା ଅଦ୍ଭୁତପୂର୍ବ ପଦକ୍ଷେପ ଷ୍ଟାର୍ଟଅପ ପଦ୍ଧତିରେ ସ୍ପଷ୍ଟ ଭାବେ ପରିଦୃଷ୍ଟ। “ଗତ ଆଠ ବର୍ଷ ମଧ୍ୟରେ ଆମ ଦେଶରେ ଷ୍ଟାର୍ଟଅପ ସଂଖ୍ୟା ଅଳ୍ପ କେତେ ଶହରୁ ୭୦ ହଜାରରେ ପହଂଚିଛି। ଏହି ୭୦ ହଜାର ଷ୍ଟାର୍ଟଅପ ପ୍ରାୟ ୬୦ ବିଭିନ୍ନ ପ୍ରକାର ଶିଳ୍ପରେ ସୃଷ୍ଟି ହୋଇଛି। ଏଥିରେ ଜୈବ ପ୍ରଯୁକ୍ତି ମଧ୍ୟ ପାଞ୍ଚ ହଜାରରୁ ଅଧିକ ଷ୍ଟାର୍ଟଅପ ରହିଛି। ଜୈବ ପ୍ରଯୁକ୍ତି କ୍ଷେତ୍ରରେ ପ୍ରତ୍ୟେକ ୧୪ରେ ଗୋଟିଏ ଷ୍ଟାର୍ଟଅପ ରହିଥିବା ବେଳେ ୧୧୦୦ ଏହିପରି ଷ୍ଟାର୍ଟଅପ କେବଳ ଗତ ବର୍ଷରେ ହିଁ ସୃଷ୍ଟି ହୋଇଛି” ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ମେଧାର ଜୈବ ପ୍ରଯୁକ୍ତି ପ୍ରତି ପଟ୍ଟ ପରିପର୍ତ୍ତନ ସମ୍ପର୍କରେ ସୂଚନା ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜୈବ ପ୍ରଯୁକ୍ତି କ୍ଷେତ୍ରରେ ନିବେଶକଙ୍କ ସଂଖ୍ୟା ଅନ ଗୁଣ ବୃଦ୍ଧି ପାଇଥିବା ବେଳେ ଜୈବ ପ୍ରଯୁକ୍ତି କ୍ଷେତ୍ରରେ ପାଖାପାଖି ଥିବା ଉଦ୍ୟୋଗ ପ୍ରତି ପୁଞ୍ଜିଲଗାଣ ସାତ ଗୁଣ ବୃଦ୍ଧି ପାଇଛି। ଜୈବ ପ୍ରଯୁକ୍ତିରେ ନିବେଶକଙ୍କ ସଂଖ୍ୟା ୨୦୧୪ ମସିହାରେ ମାତ୍ର ଛଅ  ଥିବାବେଳେ ଏବେ ଏହା ୭୫ରେ ପହଂଚିଛି। ଜୈବ ପ୍ରଯୁକ୍ତି ସାମଗ୍ରୀ ମାତ୍ର ଦଶରୁ ବୃଦ୍ଧି ପାଇ ଏବେ ୭୦୦ରୁ ଅଧିକ ହୋଇଛି ବୋଲି ସେ କହିଛନ୍ତି।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ସରକାର କୈନ୍ଦ୍ରିକ କାର୍ଯ୍ୟର ନିକଟବର୍ତ୍ତୀ ହେବା ନିମନ୍ତେ ସରକାର ନୂତନ ଆଦାନ ପ୍ରଦାନ ସଂସ୍କୃତି ପ୍ରୋତ୍ସାହିତ କରୁଛନ୍ତି। ବିଆଇଆରଏସି ଭଳି ମଞ୍ଚକୁ ସୁଦୃଢ଼ କରାଯାଇଛି ଓ ଅନେକ କ୍ଷେତ୍ର ଏହାକୁ ଆପଣାଇଛନ୍ତି। ସେ ଷ୍ଟାର୍ଟଅପ ଇଣ୍ଡିଆ ପାଇଁ ଷ୍ଟାର୍ଟଅପର ଉଦାହରଣ ଦେଇଥିଲେ। ମହାକାଶ କ୍ଷେତ୍ର ନିମନ୍ତେ ଆଇଏନଏସପିଏସିଇ, ପ୍ରତିଶକ୍ଷା ଷ୍ଟାର୍ଟଅପ ନିମନ୍ତେ ଆଇଡିଇଏକ୍ସ, ସେମିକଣ୍ଡକ୍ଟର ପାଇଁ ଭାରତ ସେମି କଣ୍ଡକ୍ଟର ଅଭିଯାନ, ଯୁବାଶକ୍ତି ନିମନ୍ତେ ନବୋନ୍ମେଷ ପାଇଁ ସ୍ମାର୍ଟ ଇଣ୍ଡିଆ ହକାଥନ ଓ ବାୟୋଟେକ ଷ୍ଟାର୍ଟଅପ ଏକ୍ସପୋ। ସବକା ପ୍ରୟାସର ଉତ୍ସାହକୁ ଉଜ୍ଜୀବୀତ କରିବା ପାଇଁ ନୂତନ ଅନୁଷ୍ଠାନଗୁଡ଼ିକୁ ସରକାର ଏକାଠି କରି ଶିଳ୍ପର ସବୁଠାରୁ ମେଧାବୀମାନଙ୍କୁ ଗୋଟିଏ ମଞ୍ଚରେ ରଖିବାକୁ ଚେଷ୍ଟା କରୁଛନ୍ତି। ଏହା ଦେଶ ପାଇଁ ଆଉ ଗୋଟିଏ ଲାଭ। ଗବେଷଣା ଓ ଅନୁଷ୍ଠାନରୁ ସରକାର ନୂଆ କିଛି ସୂଚନା ପାଇବେ ଓ ସରକାର ଆବଶ୍ୟକ ନୀତିର ବାତାବରଣ ଓ ଭିତ୍ତିଭୂମି ଯୋଗାଇବେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ “ଜୈବ ପ୍ରଯୁକ୍ତି ହେଉଛି ଆଜିର ସବୁଠାରୁ ଚାହିଦାଯୁକ୍ତ କ୍ଷେତ୍ର। ଆମେ ଦେଶରେ ଜୀବମାନଙ୍କର ସୁଗମତା ଜୈବ ପ୍ରଯୁକ୍ତି କ୍ଷେତ୍ର ନିମନ୍ତେ ଅନେକ ସମ୍ଭାବନା ଆଣି ଦେଇଛି।”ସ୍ୱାସ୍ଥ୍ୟ, କୃଷି, ଶକ୍ତି, ପ୍ରାକୃତିକ କୃଷି ଓ ଜୈବିକ ନିରାପଦ ବିହନ ଇତ୍ୟାଦି ଏହି କ୍ଷେତ୍ର ନିମନ୍ତେ ନୂତନ ସୁଯୋଗ ଆଣି ଦେଇଛି ବୋଲି କହି ସେ ବକ୍ତବ୍ୟ ଶେଷ କରିଥିଲେ।

ଡକ୍ଟର ଜିତେନ୍ଦ୍ର ସିଂହ ଧର୍ମେନ୍ଦ୍ର ପ୍ରଧାନ ନରେନ୍ଦ୍ର ମୋଦୀ ପୀୟୂଷ ଗୋଏଲ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ବିଶ୍ୱ ସଂକଟର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ୪୦ରୁ ଅଧିକ ଦେଶ ଶକ୍ତି ସଞ୍ଚୟ ପାଇଁ ନେଲେ ପଦକ୍ଷେପ

May 12, 2026

ମାତୃତ୍ଵ ଲାଭ ପରେ ପୁଣି ଥରେ କର୍ମକ୍ଷେତ୍ରକୁ ଫେରିବା ପାଇଁ ମହିଳାଙ୍କୁ ସଶକ୍ତ କରିଛି ଜିଓ

May 12, 2026

ଜୁଲାଇ ପହିଲାରୁ ଭିବି – ଜି ରାମ ଜି ଆଇନ୍

May 12, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.