Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏଣିକି ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନା ହେବ ଅନଲାଇନ, ଚୁକ୍ତିନାମା ସ୍ବାକ୍ଷରିତ
ଜାତୀୟ ଖବର

ଏଣିକି ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନା ହେବ ଅନଲାଇନ, ଚୁକ୍ତିନାମା ସ୍ବାକ୍ଷରିତ

June 11, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଏଣିକି ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନା ହେବ ଅନ ଲାଇନ, ଚୁକ୍ତିନାମା ସ୍ବାକ୍ଷରିତ

ଭୁବନେଶ୍ବର: ରାଜ୍ୟରେ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ତଥା ଲୋକମାନଙ୍କ ନିକଟରେ ପହଞ୍ଚାଇବା ପାଇଁ ସରକାରଙ୍କ ତରଫରୁ ହସ୍ପିଟାଲ ମ୍ୟାନେଜ୍‌ମେଣ୍ଟ ଇନ୍‌ଫରମେସନ୍‌ ସିଷ୍ଟମ୍‌ ଲାଗୁ କରିବା ପାଇଁ କେନ୍ଦ୍ର ସରକାରଙ୍କ ଏକ ସ୍ୱୀକୃତିପ୍ରାପ୍ତ ସଂସ୍ଥା ସେଣ୍ଟର ଫର ଡେଭଲପ୍‌ମେଣ୍ଟ ଅଫ୍‌ ଆଡ୍‌ଭାନ୍ସଡ୍‌ କମ୍ପୁ୍ୟଟିଙ୍ଗ୍‌ ସି-ଡାକ୍‌(C-DAC) ସହ ଏକ ଚୁକ୍ତି ହୋଇଥିଲା।

ଏହାର ଫଳ ସ୍ୱରୂପ ପ୍ରଥମ ପର୍ଯ୍ୟାୟରେ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ କଟକ, କ୍ୟାପିଟାଲ୍‌ ହସ୍ପିଟାଲ୍‌ ଭୁବନେଶ୍ୱର, ଆଚାର୍ଯ୍ୟ ହରିହର ଉପାଧ୍ୟୁତ୍ତର କର୍କଟ ପ୍ରତିଷ୍ଠାନ ଓ ସର୍ଦ୍ଦାର ବଲ୍ଲଭଭାଇ ଶିଶୁ ଚିକିତ୍ସା ଉପାଧ୍ୟୁତ୍ତର ପ୍ରତିଷ୍ଠାନ (ଶିଶୁ ଭବନ), କଟକଠାରେ ପାଇଲଟ୍‌ ପ୍ରୋଜେକଫ ଭାବେ ଏହି ବ୍ୟବସ୍ଥା ଆରମ୍ଭ କରାଯାଇଥିଲା।

ଏହାର ସଫଳ ରୂପାୟନ ପରେ ରାଜ୍ୟର ୩୧ ଡିଏଚ୍‌ଏଚ୍‌ଏସ୍‌, ୧୧ ଏମ୍‌ସିଏଚ୍‌ଏସ୍‌୍‌ ଓ ୧୦୬ ୟୁପିଏଚ୍‌ସିଏସ୍‌ଠାରେ ଏହି କଷ୍ଟୋମାଇଜଡ୍‌ ହସ୍ପିଟାଲ ମ୍ୟାନେଜ୍‌ମେଣ୍ଟ ଇନ୍‌ଫରମେସନ୍‌ ସିଷ୍ଟମ୍‌ ଲାଗୁ କରାଯିବ। ଆଜି ଏଥି ପାଇଁ ରାଜ୍ୟ ସରକାର ଓ ସି-ଡାକ୍‌ ମଧ୍ୟରେ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ସରକାରଙ୍କ ପକ୍ଷରୁ ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ଡା. ବିଜୟ କୁମାର ମହାପାତ୍ର ଓ ସି-ଡାକ୍‌ ପକ୍ଷରୁ ଶ୍ରୀ ରାଜୀବ ଯାଦବ ଏହି ଚୁକ୍ତିନାମା ସ୍ୱାକ୍ଷର କରିଥିଲେ।

ଏହା ଦ୍ୱାରା ରାଜ୍ୟର ଜନସାଧାରଣ ସ୍ୱାସ୍ଥ୍ୟସେବା ପାଇବା କ୍ଷେତ୍ରରେ ଉପକୃତ ହୋଇପାରିବେ। ଏହା ମାଧ୍ୟମରେ ଅନ୍‌ଲାଇନ୍‌ ରେଜିଷ୍ଟ୍ରେସନ୍‌ ସହ ଓପିଡ଼ି ପାଇଁ ରେଜିଷ୍ଟ୍ରେସନ୍‌ କରାଯାଇପାରିବ। ସାଧାରଣ ଲୋକଟିଏ ଆଉ ଧାଡ଼ିରେ ଠିଅ ନହୋଇ ଘରେ ବସି ମୋବାଇଲ୍‌ ଆପ୍ଲିକେସନ୍‌ ମାଧ୍ୟମରେ ଡାକ୍ତରଙ୍କଠାରୁ ଆପଏଣ୍ଟମେଣ୍ଟ ନେଇପାରିବ। ଏହା ମାଧ୍ୟମରେ ଇଲେକ୍‌ଟ୍ରୋନିକ୍‌ ହେଲ ରେକର୍ଡ ସାଇତି ରଖାଯାଇପାରିବା ସହ ବିଭିନ୍ନ ନିଦାନର ରିପୋର୍ଟ ମଧ୍ୟ ମିଳିପାରିବ। ସି-ଡାକ୍‌ ପକ୍ଷରୁ ସଫଫେୱୟାର ଯୋଗାଇ ଦିଆଯିବାବେଳେ ଓକାକ୍‌ ପକ୍ଷରୁ ହାଡ୍‌ୱୟାର ବ୍ୟବସ୍ଥା କରାଯିବ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ରାଜକୁମାର ଶର୍ମାଙ୍କ ଉପସ୍ଥିତିରେ ଏହି ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା। ଏହି ଅବସରରେ ଓଡ଼ିଶା ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ, ସ୍ୱତନ୍ତ୍ର ସଚିବ ଡା. ଅଜିତ କୁମାର ମହାନ୍ତି, ଡିଏମ୍‌ଇଟି ଡା. ରମାରମଣ ମହାନ୍ତି ଓ ଓକାକ୍‌ର ସିଇଓ ଶ୍ରୀ ମନୋଜ କୁମାର ପଟ୍ଟନାୟକ ଏବଂ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ସରକାରୀ ଡାକ୍ତରଖାନା ସ୍ବାସ୍ଥ୍ୟ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.