Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅନଲାଇନ ଜୁଆ ଖେଳର ପ୍ରଚାର କରୁଥିବା ବିଜ୍ଞାପନ ବନ୍ଦ କରିବାକୁ ସୂଚନା ପ୍ରସାରଣ ମନ୍ତ୍ରଣାଳୟର ପରାମର୍ଶ
ବିଶେଷ ଖବର

ଅନଲାଇନ ଜୁଆ ଖେଳର ପ୍ରଚାର କରୁଥିବା ବିଜ୍ଞାପନ ବନ୍ଦ କରିବାକୁ ସୂଚନା ପ୍ରସାରଣ ମନ୍ତ୍ରଣାଳୟର ପରାମର୍ଶ

June 13, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ
ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

ନୂଆଦିଲ୍ଲୀ: ଅନଲାଇନ ଜୁଆ ଖେଳ ପରିଚାଳନା କରୁଥିବା ପ୍ଲାଟଫର୍ମ ସମ୍ପର୍କରେ ପ୍ରଚାର ଓ ପ୍ରସାର କରୁଥିବା ବିଜ୍ଞାପନ ବନ୍ଦ କରିବା ଲାଗି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଏକ ମାର୍ଗଦର୍ଶିକା ଜାରି କରାଯାଇଛି। ଦେଶର ସବୁ ଛାପା, ବୈଦ୍ୟୁତିକ ଏବଂ ଡିଜିଟାଲ ଗଣମାଧ୍ୟମ ଉଦ୍ଦେଶ୍ୟରେ ମନ୍ତ୍ରଣାଳୟ ପକ୍ଷରୁ ଏହି ମାର୍ଗଦର୍ଶିକା ଜାରି ହୋଇଛି। ବର୍ତ୍ତମାନ ସମୟରେ ବିଭିନ୍ନ ଛାପା, ବୈଦ୍ୟୁତିକ, ସାମାଜିକ ଓ ଅନଲାଇନ ଗଣମାଧ୍ୟମରେ ଅନଲାଇନ ବେଟିଂ (ଜୁଆ ଖେଳ) ପରିଚାଳନା କରୁଥିବା ୱେବସାଇଟ/ପ୍ଲାଟଫର୍ମ ସମ୍ପର୍କରେ ସଂଖ୍ୟାଧିକ ବିଜ୍ଞାପନର ପ୍ରଚାରପ୍ରସାର କରାଯାଉଥିବା ଦେଖିବାକୁ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି।

ଦେଶର ଅଧିକାଂଶ ଭାଗରେ ଜୁଆ ଖେଳ ଓ ସଟ୍ଟାବାଜିକୁ ବେଆଇନ ଘୋଷଣା କରାଯାଇଛି। ଏହା ସାଧାରଣ ଉପଭୋକ୍ତା, ବିଶେଷ କରି ଯୁବବର୍ଗ ଏବଂ ପିଲାମାନଙ୍କ ଉପରେ ଗମ୍ଭୀର ଆର୍ଥିକ ଓ ସାମାଜିକ ପ୍ରଭାବ ପକାଇଥାଏ ବୋଲି ମାର୍ଗଦର୍ଶିକାରେ ଉଲ୍ଲେଖ କରାଯାଇଛି। ଏଥିରେ ଆହୁରି କୁହାଯାଇଛି ଯେ ଅନଲାଇନ ଜୁଆ ଖେଳ ସମ୍ପର୍କରେ ପ୍ରସାରିତ ହେଉଥିବା ବିଜ୍ଞାପନ ଏହି ବେଆଇନ କାର୍ଯ୍ୟକୁ ପ୍ରୋତ୍ସାହିତ କରିବା ଭଳି ପ୍ରଭାବ ପକାଉଛି। ଅନଲାଇନ ବେଟିଂ ଉପରେ ଏହି ବିଜ୍ଞାପନଗୁଡ଼ିକ ବିଭ୍ରାନ୍ତିକର ଏବଂ ଏଥିରେ ଉପଭୋକ୍ତା ସୁରକ୍ଷା ଆଇନ ୨୦୧୯ର ନିୟମକୁ ଉଲ୍ଲଙ୍ଘନ କରାଯାଉଛି। ଏହାବ୍ୟତୀତ  କେବୁଲ ଟେଲିଭିଜନ ନେଟୱର୍କ ନିୟନ୍ତ୍ରଣ ଆଇନ, ୧୯୯୫ ଅଧୀନରେ ଧାର୍ଯ୍ୟ ବିଜ୍ଞାପନ ସଂହିତାକୁ ମଧ୍ୟ ଏସବୁ ବିଜ୍ଞାପନରେ ପାଳନ କରାଯାଉନାହିଁ। ଅନୁରୂପ ଭାବେ ପ୍ରେସ କାଉନସିଲ ଆଇନ ୧୯୭୮ ଅଧୀନରେ ପ୍ରେସ କାଉନସିଲ ଅଫ ଇଣ୍ଡିଆ ଦ୍ବାରା ନିର୍ଦ୍ଧାରଣ କରାଯାଇଥିବା ସାମ୍ବାଦିକ ଆଚରଣ ସଂହିତା ଅଧୀନରେ ବିଜ୍ଞାପନ ମାନଦଣ୍ଡକୁ ମଧ୍ୟ ଏପରି ବିଜ୍ଞାପନରେ ଉଲ୍ଲଙ୍ଘନ କରାଯାଉଥିବା ମନ୍ତ୍ରଣାଳୟର ମାର୍ଗଦର୍ଶିକାରେ କୁହାଯାଇଛି।

ବ୍ୟାପକ ଜନହିତରେ ଏହି ମାର୍ଗଦର୍ଶିକା ଜାରି କରାଯାଇଛି ଏବଂ ଅନଲାଇନ ବେଟିଂ ପ୍ଲାଟଫର୍ମର ବିଜ୍ଞାପନ ପ୍ରସାରଣ ଠାରୁ ଦୂରେଇ ରହିବା ଲାଗି ଛାପା, ବୈଦ୍ୟୁତିକ ଗଣମାଧ୍ୟମକୁ ଏଥିରେ ପରାମର୍ଶ ଦିଆଯାଇଛି। ଭାରତରେ ଏବଂ ଭାରତୀୟ ଦର୍ଶକଙ୍କ ଉଦ୍ଦେଶ୍ୟରେ ଏପରି ବିଜ୍ଞାପନ ପ୍ରଚାରପ୍ରସାର ନକରିବା ଲାଗି ଅନଲାଇନ ବିଜ୍ଞାପନ ମଧ୍ୟସ୍ଥ (ଇଣ୍ଟରମିଡିଆରିଜ) ଏବଂ ପ୍ରକାଶକଙ୍କ ସମେତ ଅନଲାଇନ ଓ ସାମାଜିକ ଗଣମାଧ୍ୟମକୁ ମଧ୍ୟ ମାର୍ଗଦର୍ଶିକାରେ ପରାମର୍ଶ ଦିଆଯାଇଛି।

ଏଥିପୂର୍ବରୁ ଅନଲାଇନ ଗେମିଂର ବିଜ୍ଞାପନ କ୍ଷେତ୍ରରେ ଭାରତୀୟ ବିଜ୍ଞାପନ ମାନକ ପରିଷଦ (ଏଏସସିଆଇ)ର ମାର୍ଗଦର୍ଶିକା ଅନୁସରଣ କରିବା ଲାଗି ୪ ଡିସେମ୍ବର, ୨୦୨୦ରେ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଥିଲା। ଅନଲାଇନ ଗେମିଂର ଛାପା ଏବଂ ଅଡିଓ-ଭିଜୁଆଲ ବିଜ୍ଞାପନ ପ୍ରସାରଣ ପାଇଁ କ’ଣ କରିବା ଉଚିତ୍‌ ଏବଂ କ’ଣ ନକରିବା ଉଚିତ୍‌ ତାହା ଏହି ମାର୍ଗଦର୍ଶିକାରେ ଉଲ୍ଲେଖ କରାଯାଇଥିଲା।

 ବିସ୍ତୃତ ମାର୍ଗଦର୍ଶିକା ପଢ଼ିବା ପାଇଁ ନିମ୍ନ ଲିଙ୍କରେ କ୍ଲିକ୍‌ କରନ୍ତୁ :

https://mib.gov.in/sites/default/files/Advisory%20on%20online%20betting%20advertisements%2013.06.2022%282%29_0.pdf

ବିଜ୍ଞାପନ ସୂଚନା ପ୍ରସାରଣ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ନିଟ୍‌-ପିଜି ୨୦୨୬ର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା

August 2, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026
Latest News

ଚିଲିକାର ମା କାଳିଜାଈ ପୀଠ ହେବ ପ୍ରମୁଖ ଆଧ୍ୟାତ୍ମିକ ସ୍ଥଳ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା

August 2, 2026

ନିଟ୍‌-ପିଜି ୨୦୨୬ର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା

August 2, 2026

ଅଗଷ୍ଟରେ କମିବ ବର୍ଷା, ବଢ଼ିବ ତାତି; ଆଇଏମଡିର ପୂର୍ବାନୁମାନରେ ବଢ଼ିଲା ଚିନ୍ତା

August 2, 2026

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026

ରାଶିଫଳ: ଅଗଷ୍ଠ ଦୁଇ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କ ଭାଗ୍ୟଫଳ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.