Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଇଏଏସ୍ ସ୍ତରରେ ଅଦଳବଦଳ: ଜାଣନ୍ତୁ ଭୁବନେଶ୍ବର ମହାନଗର ନିଗମର କମିଶନର ହେଲେ କିଏ?
ବିଶେଷ ଖବର

ଆଇଏଏସ୍ ସ୍ତରରେ ଅଦଳବଦଳ: ଜାଣନ୍ତୁ ଭୁବନେଶ୍ବର ମହାନଗର ନିଗମର କମିଶନର ହେଲେ କିଏ?

June 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଇଏଏସ୍ ସ୍ତରରେ ଅଦଳବଦଳ କରାଯାଇଛି। ଭୁବନେଶ୍ବର ମହାନଗର ନିଗମର କମିଶନର ଭାବେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ନିଯୁକ୍ତ ହୋଇଛନ୍ତି। ବ୍ରହ୍ମପୁର ମହାନଗର ନିଗମ କମିଶନର ଭାବେ ଜେ.ସୋନାଲଙ୍କୁ ଦାୟିତ୍ବ ମିଳିଥିବା ବେଳେ କଟକ ମହାନଗର ନିଗମ କମିଶନର ଭାବେ ଆଇଏଏସ ନିଖିଲ ପବନ କଲ୍ୟାଣ ନିଯୁକ୍ତ ହୋଇଛନ୍ତି। ଅନନ୍ୟା ଦାସଙ୍କୁ ସମ୍ବଳପୁର ଜିଲ୍ଲାପାଳ ଦାୟିତ୍ବ ମିଳିଛି।

ସେହିଭଳି କେ.ସୁଦର୍ଶନ ଚକ୍ରବର୍ତ୍ତିଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି। ବାଲେଶ୍ୱରର ନୂତନ ଜିଲ୍ଲାପାଳ ହେଲେ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ। ତେବେ ଦେବଗଡ଼ର ଜିଲ୍ଲାପଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ନିଯୁକ୍ତି ମିଳିଥିବା ବେଳେ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ଗଂଜାମ ଜିଲ୍ଲାପାଳ, ସୁନ୍ଦରଗଡ଼ ଜିଲ୍ଲାପାଳ ଭାବେ ଗାଭାଲି ପରାଗ ହର୍ଷଦ, ସ୍ୱଧା ଦେବସିଂଙ୍କୁ ରାୟଗଡ଼ା ଜିଲ୍ଲାପାଳ, ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କୁ ଭଦ୍ରକ ଜିଲ୍ଲାପାଳ, ପି.ଅନ୍ବେଷା ରେଡ୍ଡୀଙ୍କୁ କଳାହାଣ୍ଡି ଜିଲ୍ଲାପାଳ ଓ ନୂଆପଡ଼ା ଜିଲ୍ଲାପାଳ ଭାବେ ହେମକାନ୍ତ ସାଏଙ୍କୁ ନିଯୁକ୍ତି ମିଳିଛି। ସୂର୍ଯ୍ୟବଂଶୀ ମୟୂର ବିକାଶ ହେଲେ ଭୁବନେଶ୍ବର ମହାନଗର ନିଗମ ଅତିରିକ୍ତ କମିଶନର।

ତେବେ ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଆଦର୍ଶ ବିଦ୍ୟାଳୟ ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ବ ମିଳିଥିବା ବେଳେ ଅକ୍ଷୟ ସୁନୀଲ ଅଗ୍ରୱାଲ ହେଲେ ଜିଏ ବିଭାଗ ଅନୁସଚିବ। ସୁଧାଂଶୁ ସାମଲ ହେଲେ ଜଳ ସମ୍ପଦ ବିଭାଗ ଯୁଗ୍ମ ସଚିବ। ଦେବଗଡ଼ ଜିଲ୍ଲାପାଳ ସୁଧାଂଶୁ ସାମଲ ଜଳ ସଂପଦ ଯୁଗ୍ମ ସଚିବ ହୋଇଛନ୍ତି। ମଧୁସ୍ମିତା ସାହୁଙ୍କୁ ରାଜସ୍ୱ ବିଭାଗ ଯୁଗ୍ମ ସଚିବ ଦାୟିତ୍ବ ମିଳିଥିବା ବେଳେ ସରୋଜ କୁମାର ମିଶ୍ରଙ୍କୁ ଅର୍ଥ ବିଭାଗ ସ୍ୱତନ୍ତ୍ର ସଚିବ, ତ୍ରିଲୋଚନ ମାଝୀଙ୍କୁ ରାଜସ୍ୱ ବିଭାଗ ସ୍ୱତନ୍ତ୍ର ସଚିବ ଓ  ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ କୃଷି ନିର୍ଦ୍ଦେଶକ ଦାୟିତ୍ବ ମିଳିଛି। କୀର୍ତ୍ତି ଭାସନ ହେଲେ ଗଞ୍ଜାମ ପିଡି ଡିଆରଡିଏ।

ଆଇଏଏସ୍‌ ଭୁବନେଶ୍ବର ମହାନଗର ନିଗମ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.