Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ: ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ବିଶେଷ ଖବର

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ: ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

June 17, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହି ନୀତିକୁ ଅନୁସରଣ କରି ଓଡିଶା ଭଳି ଗୋଟିଏ ବିପର୍ଯ୍ୟୟ ପ୍ରବଣ ରାଜ୍ୟରେ ଆମେ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ କରି ଏ କ୍ଷେତ୍ରରେ ଏକ ଆଗୁଆ ରାଜ୍ୟ ହୋଇପାରିଛୁ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ପ୍ରତ୍ୟେକ ବର୍ଷର ଜୁନ୍‌ରୁ ଅକ୍ଟୋବର ମାସ ସମୟ ଅତି ଗୁରୁତ୍ବପୂର୍ଣ୍ଣ। ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ଆସେ। ତେଣୁ ଏହି ସମୟ ଭିତରେ ବାତ୍ୟା ଓ ବନ୍ୟା ଏକ ସମୟରେ ଆସିବାର ମଧ୍ୟ ସମ୍ଭାବନା ରହିଛି। ଏ ବାବଦରେ ଆମର ପ୍ରସ୍ତୁତିକୁ ସୁଦୃଢ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ।

ସମସ୍ତ ପ୍ରଶାସନିକ କଳ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆଗୁଆ ବିପର୍ଯ୍ୟୟ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟ, ପାନୀୟ ଜଳ ବ୍ୟବସ୍ଥା ସ୍ବାସ୍ଥ୍ୟ ଓ ପ୍ରାଣୀସେବା ବ୍ୟବସ୍ଥା ଆଦି ସମସ୍ତ ବ୍ୟବସ୍ଥା ଗୁଡିକୁ ପ୍ରସ୍ତୁତ କରି ରଖିବା ଜରୁରୀ।

ଏହାସହିତ ସମସ୍ତ ଓଡ୍ରାଫ ଓ ଅଗ୍ନିସେବା ବାହିନୀ ପ୍ରସ୍ତୁତ ହୋଇ ରହିବା ଜରୁରୀ ବୋଲି ସେ କହିଥିଲେ। ବିପର୍ଯ୍ୟୟ ପ୍ରବଣ ଓ ଦୁର୍ଗମ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟପଦାର୍ଥକୁ ମହଜୁଦ ରଖିବା, ଜିଲ୍ଲାସ୍ତରୀୟ ଜରୁରୀକାଳୀନ କେନ୍ଦ୍ରଗୁଡିକୁ ୨୪ ଘଣ୍ଟିଆ କାର୍ଯ୍ୟକାରୀ କରିବା, ପଶୁ ଖାଦ୍ୟ ମହଜୁଦ ରଖିବା ଓ ବିପର୍ଯ୍ୟୟ ସମୟରେ ପ୍ରାଣୀସେବା କ୍ୟାମ୍ପ ଖୋଲିବା ପାଇଁ ସେ ପରାମର୍ଶ ଦେଇଥିଲେ। ଗର୍ଭବତୀ ମହିଳା, ଶାରୀରିକ ଓ ମାନସିକ ଭିନ୍ନକ୍ଷମ ବ୍ୟକ୍ତି, ଶିଶୁ, ବିଧବା ଓ ବୟସ୍କ ଲୋକମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବୈଠକରେ ରାଜ୍ୟସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ ରାଜ୍ୟ ସରକାର ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଯେଉଁସବୁ ପଦକ୍ଷେପ ନେଇଛନ୍ତି, ତା ଉପରେ ସୂଚନା ଦେଇଥିଲେ। ସେ କହିଥିଲେ ଯେ ରାଜ୍ୟରେ ୮୭୯ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ଥିବାବେଳେ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ବିନିଯୋଗ କରାଯାଇ ଆହୁରି ୫୫ଟି ଆଶ୍ରୟସ୍ଥଳ ନିର୍ମାଣ କରାଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ, ବିଶେଷ କରି ଉପକୂଳ ଅଞ୍ଚଳରେ ବିପର୍ଯ୍ୟୟ ପ୍ରତିରୋଧି ଗୃହ ନିର୍ମାଣ କରାଯାଉଛି ବୋଲି ସେ କହିଥିଲେ।

ଏହି ବୈଠକରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ପ୍ରମୁଖ ବକ୍ତବ୍ୟ ରଖି ନିଜ ନିଜ ଅଞ୍ଚଳରେ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଉପରେ ସୁଚିନ୍ତିତ ମତାମତ ଦେଇଥିଲେ।

ଉନ୍ନୟନ କମିଶନର-ତଥା-ସ୍ବତନ୍ତ୍ର ରିଲିଫ କମିଶନର ପି.କେ. ଜେନା ଧନ୍ୟବାଦ ଅର୍ପଣ କରିଥିଲେ।

ବୈଠକରେ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବରିଷ୍ଠ ଅଧିକାରୀ ଓ ବିଭିନ୍ନ ଜିଲ୍ଲାର ଅଧିକାରୀ ମାନେ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ଭିଡିଓ କନ୍‌ଫରେନ୍‌ସିଂ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ସଂକଟର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ୪୦ରୁ ଅଧିକ ଦେଶ ଶକ୍ତି ସଞ୍ଚୟ ପାଇଁ ନେଲେ ପଦକ୍ଷେପ

May 12, 2026

ମାତୃତ୍ଵ ଲାଭ ପରେ ପୁଣି ଥରେ କର୍ମକ୍ଷେତ୍ରକୁ ଫେରିବା ପାଇଁ ମହିଳାଙ୍କୁ ସଶକ୍ତ କରିଛି ଜିଓ

May 12, 2026

ଜୁଲାଇ ପହିଲାରୁ ଭିବି – ଜି ରାମ ଜି ଆଇନ୍

May 12, 2026

ସୁନା ମୂଲ୍ୟରେ ସବୁଠାରୁ ବଡ଼ ହ୍ରାସ କେବେ ଘଟିଥିଲା ? ଜାଣନ୍ତୁ ସୁନାର ମୂଲ୍ୟ ହ୍ରାସର ଇତିହାସ ବିଷୟରେ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.