Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭବାନୀପାଟଣାରେ କିସ୍‌ ପକ୍ଷରୁ ପ୍ରତିଷ୍ଠିତ ସ୍କୁଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଭବାନୀପାଟଣାରେ କିସ୍‌ ପକ୍ଷରୁ ପ୍ରତିଷ୍ଠିତ ସ୍କୁଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

June 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାଠାରେ କିସ୍‌ ପକ୍ଷରୁ ପ୍ରତିଷ୍ଠିତ ଏକ ସ୍କୁଲ ଉଦ୍‌ଘାଟନ କରିଛନ୍ତି। ଏହି ବିଦ୍ୟାଳୟରେ ୧୨୦୦ ଜନଜାତି ପିଲା ବିନା ମୂଲ୍ୟରେ ପାଠ ପଢିବାର ସୁଯୋଗ ପାଇବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ଜିଲ୍ଲାରେ ସ୍କୁଲ ଖୋଲି ଶିକ୍ଷାର ଉନ୍ନତି ପାଇଁ, ବିଶେଷକରି ଜନଜାତି ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ କିସ୍‌ର ଉଦ୍ୟମକୁ ଉଚ୍ଚପ୍ରଶଂସା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଳାହାଣ୍ଡି ଏବେ ଶିକ୍ଷା କ୍ଷେତ୍ରରେ ଆଗକୁ ବଢୁଛି। ଜିଲ୍ଲାରେ ବିଶ୍ବ ବିଦ୍ୟାଳୟ, ସରକାରୀ ଇଂଜିନିୟରିଂ କଲେଜ ଆଦି ଜିଲ୍ଲା ପାଇଁ ନୂଆ ପରିଚୟ ସୃଷ୍ଟି କରିଛି ବୋଲି ସେ କହିଥିଲେ।

ଶିକ୍ଷା ହିଁ ରୂପାନ୍ତରର ସବୁଠାରୁ ଶକ୍ତିଶାଳୀ ମାଧ୍ୟମ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଶିକ୍ଷା ଉପରେ ରାଜ୍ୟ ସରକାର ସବୁଠାରୁ ଅଧିକ ଗୁରୁତ୍ବ ଆରୋପ କରୁଛନ୍ତି। ୫-ଟି ଉପକ୍ରମରେ ସ୍କୁଲ ରୂପାନ୍ତରକୁ ହିଁ ସବୁଠାରୁ ଅଧିକ ଗୁରୁତ୍ବ ଦିଆଯାଇଛି। ରାଜ୍ୟରେ ୪୦୦ଟି ସ୍କୁଲର ରୂପାନ୍ତର କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଳାହାଣ୍ଡି ଜିଲ୍ଲାରେ ଦୁଇଟି ପର୍ଯ୍ୟାୟରେ ୧୨୯ଟି ସ୍କୁଲର ରୂପାନ୍ତର କରାଯାଇଛି। ରୂପାନ୍ତର ପିଲାଙ୍କ ଭିତରେ ଆଗ୍ରହ, ଉତ୍ସାହ ଓ ଭବିଷ୍ୟତ ପ୍ରତି ଦୃଢ ସଂକଳ୍ପ ସୃଷ୍ଟି କରିଛି ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସାଂସଦ ଶ୍ରୀ ବସନ୍ତ ପଣ୍ଡା, ସାଂସଦ ଶ୍ରୀ ସୁଜିତ କୁମାର ବିଧାୟକ ପ୍ରଦୀପ ଦିଶାରୀ ପ୍ରମୁଖ ଯୋଗ ଦେଇ ଜନଜାତି ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର କ୍ଷେତ୍ରରେ କିସ୍‌ର ଉଦ୍ୟମ ପାଇଁ ଏହାର ପ୍ରତିଷ୍ଠାତା ତଥା ସାଂସଦ ଡଃ ଅଚ୍ୟୁତ ସାମନ୍ତଙ୍କ ଉଚ୍ଚ ପ୍ରଶଂସା କରିଥିଲେ।

କିସ୍‌ର ପ୍ରତିଷ୍ଠାତା ଓ ସାଂସଦ ଡଃ ଅଚ୍ୟୁତ ସାମନ୍ତ ସ୍ବାଗତ ଭାଷଣ ଦେଇଥିଲେ ଓ କଳାହାଣ୍ଡି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ କିସ୍‌ ନବୀନ ପଟ୍ଟନାୟକ ଭବାନୀପାଟଣା ଭିଡିଓ କନ୍‌ଫରେନ୍‌ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୩୮ ନବ ଦମ୍ପତିଙ୍କୁ ଆଶୀର୍ବାଦ କଲେ ଉପମୁଖ୍ୟମନ୍ତ୍ରୀ

May 13, 2026

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, କାରକେଡ୍ ଗାଡି ସଂଖ୍ୟା କଲେ ହ୍ରାସ

May 13, 2026
Latest News

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026

ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ଵାମୀ ଗିରଫ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.