Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଧାନମନ୍ତ୍ରୀଙ୍କ “ମନ୍ କି ବାତ୍”: ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ସମ୍ପର୍କରେ କଲେ ଉଲ୍ଲେଖ  
ବିଶେଷ ଖବର

ପ୍ରଧାନମନ୍ତ୍ରୀଙ୍କ “ମନ୍ କି ବାତ୍”: ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ସମ୍ପର୍କରେ କଲେ ଉଲ୍ଲେଖ  

June 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ତାଙ୍କର ରେଡିଓ ଅଭିଭାଷଣ “ମନ୍ କି ବାତ୍” ରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଆଜିର “ମନ୍ କି ବାତ୍” ରେ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି।

ଏହି ଅବସରରେ ସେ କହିଛନ୍ତି ଯେ, ଅହମଦାବାଦ ହେଉ ବା ପୁରୀ, ଭଗବାନ ଜଗନ୍ନାଥ ନିଜର ଏହି ଯାତ୍ରା ଜରିଆରେ ଆମକୁ ଅନେକ ଗଭୀର ମାନବୀୟ ସନ୍ଦେଶ ମଧ୍ୟ ଦିଅନ୍ତି। ଭଗବାନ ଜଗନ୍ନାଥ ଜଗତର ସ୍ୱାମୀ, କିନ୍ତୁ ତାଙ୍କର ଯାତ୍ରାରେ ଗରିବ, ବଂଚିତଙ୍କ ବିଶେଷ ଅଂଶଗ୍ରହଣ ହୋଇଥାଏ। ଭଗବାନ ମଧ୍ୟ ସମାଜର ପ୍ରତ୍ୟେକ ବର୍ଗ ଓ ବ୍ୟକ୍ତିଙ୍କ ସହ ଚାଲିଥାନ୍ତି। ଏପରି ଆମ ଦେଶରେ ଯେତେ ଯାତ୍ରା ହୁଏ, ସବୁଠି ଧନୀଗରିବ, ଉଚ୍ଚନୀଚ ଏପରି କୌଣସି ଭେଦଭାବ ଦୃଷ୍ଟିକୁ ଆସେ ନାହିଁ। ସମସ୍ତ ଭେଦଭାବରୁ ଊର୍ଦ୍ଧ୍ଵକୁ ଉଠି, ଯାତ୍ରା ହିଁ ସର୍ବୋପରି ହୋଇଥାଏ।

ଯେପରିକି ମହାରାଷ୍ଟ୍ରର ପଂଢରପୁର ଯାତ୍ରା ସମ୍ପର୍କରେ ଆପଣ ନିଶ୍ଚୟ ଶୁଣିଥିବେ। ପଂଢରପୁର ଯାତ୍ରାରେ, କେହି ମଧ୍ୟ ନା ବଡ଼ ହୋଇଥାଏ, ନା ଛୋଟ ହୋଇଥାଏ। ପ୍ରତ୍ୟେକ ବ୍ୟକ୍ତି ସେବକ ହୋଇଥାଏ, ଭଗବାନ ବିଠ୍ଠଲଙ୍କ ସେବକ ହୋଇଥାଏ। ଏବେ ଚାରିଦିନ ପରେ ହିଁ ୩୦ ଜୁନରୁ ଅମରନାଥ ଯାତ୍ରା ମଧ୍ୟ ଆରମ୍ଭ ହେବାକୁ ଯାଉଛି।

ସମଗ୍ର ଦେଶରୁ ଶ୍ରଦ୍ଧାଳୁମାନେ ଅମରନାଥ ଯାତ୍ରା ପାଇଁ ଜାମ୍ମୁକାଶ୍ମୀରରେ ପହଂଚିଥାନ୍ତି। ଜାମ୍ମୁକାଶ୍ମୀରର ସ୍ଥାନୀୟ ଲୋକେ ସେତିକି ଶ୍ରଦ୍ଧାର ସହିତ ଏହି ଯାତ୍ରାର ଦାୟିତ୍ୱ ତୁଲାଇଥାନ୍ତି ଏବଂ ତୀର୍ଥଯାତ୍ରୀମାନଙ୍କୁ ସହଯୋଗ କରିଥାନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

Pandian in Venezueal: ଭେନଜୁଏଲା ଭୂକମ୍ପ ଅଞ୍ଚଳରେ ପାଣ୍ଡିଆନ, ରାଜ୍ୟ ରାଜନୀତିରେ ପ୍ରବଳ ଚର୍ଚ୍ଚା

July 7, 2026

ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 7, 2026

ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ଦୈନିକ ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

July 6, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ: ବାତିଲ୍ ହେଲା ଏହି ସବୁ ଟ୍ରେନ

July 6, 2026
Latest News

Pandian in Venezueal: ଭେନଜୁଏଲା ଭୂକମ୍ପ ଅଞ୍ଚଳରେ ପାଣ୍ଡିଆନ, ରାଜ୍ୟ ରାଜନୀତିରେ ପ୍ରବଳ ଚର୍ଚ୍ଚା

July 7, 2026

ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି

July 7, 2026

କାଣୀ ନଦୀରେ ଘାଇ

July 7, 2026

ଚାଉଳିଆଗଞ୍ଜ IIC ବିଉଟି ମହାନ୍ତି ମୃତ୍ୟୁ ମାମଲା: ଆସିଲା ପୋଷ୍ଟମର୍ଟମ ରିପୋର୍ଟ

July 7, 2026

ଫେରାର ହାର୍ଡକୋର ନକ୍ସଲ ଗିରଫ

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.