Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଦୁବାଇରେ ଲାଗିଲା ଓଡିଶା ଇନଭେଷ୍ଟରସ୍ ମିଟ ହୋର୍ଡିଂ, ଆସନ୍ତାକାଲି ଶିଳ୍ପପତିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ
ଅନ୍ତରାଷ୍ଟ୍ରୀୟ

ଦୁବାଇରେ ଲାଗିଲା ଓଡିଶା ଇନଭେଷ୍ଟରସ୍ ମିଟ ହୋର୍ଡିଂ, ଆସନ୍ତାକାଲି ଶିଳ୍ପପତିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

June 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁବାଇରେ ଲାଗିଲା ଓଡିଶା ଇନଭେଷ୍ଟରସ୍ ମିଟ ହୋର୍ଡିଂ, ଆସନ୍ତାକାଲି ଶିଳ୍ପପତିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲି ଦୁବାଇରେ ହେବ ବହୁ ପ୍ରତିକ୍ଷିତ ଇନଭେଷ୍ଟର ମିଟ୍। ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସହିତ ଆଲୋଚନା କରିବେ। ସେଥିପାଇଁ ଦୁବାଇରେ ଲାଗିଲାଣି ସ୍ବାଗତଂ ଗେଟ। ଏ ନେଇ ନିଜେ ମୁଖ୍ୟମନ୍ତ୍ରୀ ଗତକାଲିଠାରୁ ଦୁବାଇରେ ପହଞ୍ଚିସାରିଛନ୍ତି। ଏଥିସହିତ ଓଡିଶାରୁ ଯାଇଥିବା ଶିଳ୍ପ ସଚିବ ମଧ୍ୟ ଦୁବାଇରେ ଅଛନ୍ତି।

ଏହି ନିବେଶକ ସମ୍ମିଳନୀ ଓଡ଼ିଶା ସରକାର ଓ ଫେଡେରେସନ ଅଫ ଇଣ୍ଡିଆନ ଚାମ୍ବର୍ସ ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଦ୍ୱାରା ମିଳିତ ଭାବେ ଆୟୋଜିତ ହେବ। ଓଡିଶାରେ ଭରପୁର ଖଣିଜ ପଦାର୍ଥ ରହିଛି ଏହାର ସୁଯୋଗ ନେବା ଲାଗି ସେଠାରେ ନବୀନ ଶିଳ୍ପପତିଙ୍କୁ ଆହ୍ୱାନ ଦେଇଛନ୍ତି। ନିବେଶକ ସମ୍ମିଳନୀ ପରେ ଆସନ୍ତାକାଲି ସନ୍ଧ୍ୟାରେ ପ୍ରବାସୀ ଓଡ଼ିଆଙ୍କୁ ନବୀନ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।

ସେ ୩୦ ତାରିଖ ୩ଟା ୨୫ ମିନିଟରେ ଦୁବାଇ ଛାଡ଼ିବେ। ସେ ରାତି ୮ଟା ୨୦ରେ ନୂଆଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସେ ରାତି ୯ ଟା ୩୦ମିନିଟରେ ଭୁବନେଶ୍ୱର ଅଭିମୁଖେ ବାହାରିବେ। ଭୁବନେଶ୍ବରରେ ସେ ସାଢ଼େ ୧୧ଟାରେ ପହଂଚିବେ ବୋଲି କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି।

ଏହା ପୂର୍ବରୁ ନବୀନ ରୋମ ଗସ୍ତ କରିଥିଲେ। ରୋମ ରହଣି ସମୟରେ ସେ WFP ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଶ୍ରୀ ଡେଭିଡ ବିସ୍ଲି ବରିଷ୍ଠ ନେତୃତ୍ୱଙ୍କୁ ସାକ୍ଷାତ କରିଥିଲେ। ସେଠାରେ ସେ ଓଡିଶାର ସହଭାଗୀତା ଏବଂ ଭବିଷ୍ୟତର ପ୍ରକଳ୍ପଗୁଡିକ ଉପରେ ସେ ବିସ୍ତୃତ ଆଲୋଚନା କରିଥିଲେ। ଏଥିସହିତ ମୁଖ୍ୟମନ୍ତ୍ରୀ ଭାଟିକାନରେ ପୋପ୍ ଫ୍ରାନ୍ସିସଙ୍କୁ ମଧ୍ୟ ଭେଟିଥିଲେ। ଶେଷରେ ୟୁରୋପରେ ଥିବା ପ୍ରବାସୀ ଓଡିଆଙ୍କ ସହିତ ମଧ୍ୟ ସେ କିଛି ସମୟ ଆଲୋଚନା କରିଥିଲେ।

ଇନଭେଷ୍ଟର ମିଟ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026
Latest News

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.