ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାୟଗଡା ବିଧାୟକ ମକରନ୍ଦ ମୁଦୁଲି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

Published: Jul 5, 2022, 8:59 pm IST

ଭୁବନେଶ୍ବର: ରାୟଗଡା ବିଧାୟକ ମକରନ୍ଦ ମୁଦୁଲି ଆଜି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବା ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥୀତ୍ବକୁ ସମର୍ଥନ କରିବା ପାଇଁ ଅନୁରୋଧ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦ୍ରୌପଦୀ ମୁର୍ମୁ ଓଡିଶାର ଝିଅ। ଓଡ଼ିଶାର ସ୍ୱାଭିମାନ।

ତାଙ୍କ ପାଇଁ ପ୍ରତ୍ୟେକ ଓଡିଆ ଗର୍ବିତ। ଓଡିଶାର ସବୁ ଭୋଟ ତାଙ୍କ ପାଖକୁ ଯିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଓ ତାଙ୍କୁ ଭୋଟ ଦେବା ପାଇଁ ଅନୁରୋଧ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ସମ୍ମାନ ଜଣାଇ ଶ୍ରୀ ମୁଦୁଲି କହିଲେ ଯେ, ଶ୍ରୀମତୀ ମୁର୍ମୁ
ଆମ ଆଦିବାସୀ ସମାଜର ଗର୍ବ ଓ ଗୌରବ। ତାଙ୍କୁ ସମର୍ଥନ ଦେଇ ମୁଁ ନିଜକୁ ଗୌରବାନ୍ବିତ ମନେ କରୁଛି ବୋଲି ସେ କହିଥିଲେ।

Related posts