Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଭିନ୍ନ ନିଗମ, ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ, ଜାଣନ୍ତୁ କିଏ କେତେ ଦେଲେ
ବିଶେଷ ଖବର

ବିଭିନ୍ନ ନିଗମ, ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ, ଜାଣନ୍ତୁ କିଏ କେତେ ଦେଲେ

July 13, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ବିଭିନ୍ନ ନିଗମ ଯଥା ଓଡିଶା କୃଷି ନିଗମ ଲିଃ, ଓଡିଶା କାଜୁ ଉନ୍ନୟନ ନିଗମ ଲିଃ ଏବଂ ଓଡିଶା ବିହନ ନିଗମ ଲିଃ ତଥା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିଡିଓ କନ୍ଫରେନ୍ସିଂ ଯୋଗ ଦେଇଥିଲେ। ସଚିବାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସମବାୟ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଲାଭାଂଶ ଚେକ୍ ଗ୍ରହଣ କରିଥିଲେ।

ଓଡିଶା କୃଷି ଶିଳ୍ପ ନିଗମ ପକ୍ଷରୁ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ୨ କୋଟି ୫୨ ଲକ୍ଷ ୧୭ ହଜାର ୨୧୮ ଟଙ୍କା ଏବଂ ୨୦୧୯-୨୦୨୦ ଆର୍ଥିକ ବର୍ଷ ପାଇଁ ୩ କୋଟି ୧୦ ଲକ୍ଷ ୩୬ ହଜାର ୫୭୬ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ୧୯୬୨ ମସିହାରୁ ପ୍ରତିଷ୍ଠିତ କୃଷି ଶିଳ୍ପ ନିଗମ ପୁନଃପୌନିକ ଲାଭ ୨୦୨୦-୨୧ ସୁଦ୍ଧା ୯୪.୩୩ କୋଟି ଟଙ୍କା ରହିଅଛି । ଏହା ଏକ ଋଣମୁକ୍ତ ଲାଭକାରୀ ସରକାରୀ ନିଗମ।

ସେହିପରି ଓଡିଶା କାଜୁ ଉନ୍ନୟନ ନିଗମ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅଂଶଧନ ଲାଭ ବାବଦକୁ ୪୬ ଲକ୍ଷ ୫୧ ହଜାର ୨୦୦ ଟଙ୍କା ପ୍ରଦାନ କରିଅଛି । ୧୯୭୮ରେ ପ୍ରତିଷ୍ଠିତ ଓଡିଶା ରାଜ୍ୟ ବିହନ ନିଗମ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅଂଶଧନ ବାବଦକୁ ୨୩ ଲକ୍ଷ ୨୦ ହଜାର ୫୬୭ ଟଙ୍କା ରାଜ୍ୟ ସରକାରଙ୍କୁ ପ୍ରଦାନ କରିଅଛି ।

ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅଂଶଧନ ଉପରେ ୨.୧୬ ପ୍ରତିଶତ ଲାଭାଂଶ ଘୋଷଣା କରିଛି। ଏହି ବ୍ୟାଙ୍କରେ ରାଜ୍ୟ ସରକାରଙ୍କର ୨୨.୫ ପ୍ରତିଶତ ଅଂଶଧନ ରହିଛି । ଆଜି ରାଜ୍ୟ ସରକାରଙ୍କୁ ୨୦୨୦-୨୧ ବର୍ଷ ପାଇଁ ଲାଭାଂଶ ବାବଦକୁ ୨ କୋଟି ୬୮ ଲକ୍ଷ ୪୯ ହଜାର ୪୨୫ ଟଙ୍କା ପ୍ରଦାନ କରାଯାଇଛି ।

ନିଗମ ସମବାୟ ବ୍ୟାଙ୍କ
Share. Facebook Twitter LinkedIn Email WhatsApp Copy Link

Related Posts

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025
Latest News

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.