Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଦ୍ୟାଳୟ ଶିକ୍ଷା ଓ ଶିକ୍ଷଣ କାର୍ଯ୍ୟକ୍ରମର ଉନ୍ନତି ପାଇଁ ପଦକ୍ଷେପ, ଓଡ଼ିଶା ରିପୋର୍ଟ କାର୍ଡ ଉନ୍ମୋଚିତ
ଜାତୀୟ ଖବର

ବିଦ୍ୟାଳୟ ଶିକ୍ଷା ଓ ଶିକ୍ଷଣ କାର୍ଯ୍ୟକ୍ରମର ଉନ୍ନତି ପାଇଁ ପଦକ୍ଷେପ, ଓଡ଼ିଶା ରିପୋର୍ଟ କାର୍ଡ ଉନ୍ମୋଚିତ

July 15, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଦ୍ୟାଳୟ ଶିକ୍ଷା ଓ ଶିକ୍ଷଣ କାର୍ଯ୍ୟକ୍ରମର ଉନ୍ନତି ପାଇଁ ପଦକ୍ଷେପ, ଓଡ଼ିଶା ରିପୋର୍ଟ କାର୍ଡ ଉନ୍ମୋଚିତ

ଭୁବନେଶ୍ୱର : ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ, ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ, ଓଡ଼ିଶା ଓ ୟୁନିସେଫ୍‌ ଓଡ଼ିଶାର ମିଳିତ ସହଯୋଗରେ ଜାତୀୟ ଉପଲବ୍ଧି ସର୍ବେକ୍ଷଣ ରିପୋର୍ଟ କାର୍ଡର ଦୁଇଦିନିଆ ରାଜ୍ୟସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି।

ଏଥିରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଯୋଗଦାନ କରି ଓଡ଼ିଶା ରିପୋର୍ଟ କାର୍ଡ ଉନ୍ମୋଚନ କରି କହିଲେ ଯେ ଓଡ଼ିଶାର ପିଲାମାନଙ୍କର ଶିକ୍ଷଣ ସ୍ତର ଜାତୀୟ ସ୍ତରଠାରୁ ଅନେକ କ୍ଷେତ୍ରରେ ଆଗୁଆ ରହିଛି। ତୃଣମୂଳ ସ୍ତରରେ ଶିକ୍ଷାର ମାନ ଓ ଶିକ୍ଷଣ ଫଳାଫଳକୁ ତ୍ୱରାନ୍ୱିତ କରିବା ପାଇଁ ସମଗ୍ର ଶିକ୍ଷା ଅଭିଯାନ, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ମିଳିତ ସହଯୋଗରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ଶିକ୍ଷାର ଉନ୍ନତି ପାଇଁ ଯେଉଁ ଲକ୍ଷ୍ୟ ରଖିଛନ୍ତି ତାହାକୁ ବାସ୍ତବ ରୂପ ଦେବା ପାଇଁ ଆମେ ଆପ୍ରାଣ ଉଦ୍ୟମ କରିବା ବୋଲି ମନ୍ତ୍ରୀ ଶ୍ରୀ ଦାଶ ଆହ୍ୱାନ ଦେଇଥିଲେ।

ଜାତୀୟ ଉପଲବ୍ଧି ସର୍ବେକ୍ଷଣ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା କରାଯାଇଥିବା ଏହା ଏକ ବୃହତ୍‌ ସର୍ଭେ ଯାହା ଦ୍ୱାରା ବିଦ୍ୟାଳୟ ଶିକ୍ଷାର ଫଳପ୍ରଦତାକୁ ପ୍ରତିଫଳିତ କରିଥାଏ । ଜାତୀୟ ଉପଲବ୍ଧି ସର୍ବେକ୍ଷଣ ୨୦୨୧ ସର୍ବଭାରତୀୟ ସ୍ତରେ ୨୦୨୧ ନଭେମ୍ବର ୧୨ ତାରିଖରେ ଅନୁଷ୍ଠିତ ହୋଇଥିଲା।

ଏହି ସର୍ଭେରେ କେନ୍ଦ୍ର ଓ ରାଜ୍ୟର ସରକାରୀ ବିଦ୍ୟାଳୟ, ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ବେସରକାରୀ ବିଦ୍ୟାଳୟର ତୃତୀୟ, ପଞ୍ଚମ, ଅଷ୍ଟମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କୁ ଅନ୍ତର୍ଭୁକ୍ତ କରାଯାଇଥିଲା। ରିପୋର୍ଟ ଅନୁସାରେ ଓଡ଼ିଶାରୁ ୫୪୭୯ ବିଦ୍ୟାଳୟର ୨୫୧୪୩ ଶିକ୍ଷକ ଓ ୧୫୮୬୧୧ ଛାତ୍ରଛାତ୍ରୀ ଏନ୍‌ଏଏସ୍‌-୨୦୨୧ରେ ଭାଗ ନେଇଥିଲେ।

ଏହି କର୍ମଶାଳାରେ ଏନ୍‌ସିଇଆର୍‌ଟିର ପ୍ରାକ୍ତନ ନିର୍ଦ୍ଦେଶକ ଶ୍ରୀ ହୃଷୀକେଶ ସେନାପତି, ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା, ରାଜ୍ୟ ଶିକ୍ଷକ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନର ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆର୍‌ ଆୟାର, ୟୁନିସେଫ୍‌ର ଓଡ଼ିଶା ମୁଖ୍ୟ ଡ. ମୋନିକା ନେଲସନ୍‌, ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ଅତିରିକ୍ତ ଶିକ୍ଷା ଅଧିକାରୀ, ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତଥିଲେ।

ସମୀର ରଞ୍ଜନ ଦାଶ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.